ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫ କେଜି ଚାଉଳ, ଜିଲାପାଳମାନଙ୍କୁ ଯୋଗାଣ ବିଭାଗର ଚିଠି

ଭୁବନେଶ୍ୱର,୨୪।୧୦: ରାଜ୍ୟର ରାସନ କାର୍ଡଧାରୀମାନଙ୍କୁ ସରକାର ଅତିରିକ୍ତ ଭାବେ ଅଧିକ ୫ କେଜି ଚାଉଳ ଯୋଗାଇ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ, ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ୨୦୨୫ ମାସ ପାଇଁ ରାସନ କାର୍ଡଧାରୀଙ୍କୁ ମାସିକ ଅଧିକ ୫ କେଜି ସୁଦୃଢ଼ (Fortified) ଚାଉଳ ମାଗଣାରେ ବଣ୍ଟନ କରାଯିବ। ଏ ନେଇ ଯୋଗାଣ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖାଯାଇଛି।

ଏହି ଅତିରିକ୍ତ ଚାଉଳ ବଣ୍ଟନ ମୋଟ୍ ୧୯ ଟି ଜିଲା (ଅନୁଗୁଳ, ବାଲେଶ୍ୱର, ବରଗଡ଼, ଭଦ୍ରକ, କଟକ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼, ପୁରୀ, ସମ୍ବଲପୁର ଓ ସୁନ୍ଦରଗଡ)ରେ କାର୍ଯ୍ୟକାରୀ ହେବ।

ସେପ୍ଟେମ୍ବର, ଅକ୍ଟୋବର ଏବଂ ନଭେମ୍ବର ମାସ ପାଇଁ ରାଜ୍ୟ ପୁଲରୁ ମୋଟ୍ ୧୦,୫୭,୧୧୨.୭୦ କ୍ୱିଣ୍ଟାଲ୍ ଅତିରିକ୍ତ ଚାଉଳ ଆବଣ୍ଟନ କରାଯାଇଛି। NFSA (ଜାତୀୟ ଖାଦ୍ୟ ସୁରକ୍ଷା ଆଇନ) ଏବଂ SFSS (ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା) ଅଧୀନରେ ଥିବା ଯୋଗ୍ୟ ପରିବାରମାନଙ୍କୁ ସେମାନଙ୍କର ନିୟମିତ ଚାଉଳ ଅଧିକାର ବ୍ୟତୀତ ଏହି ଅତିରିକ୍ତ ୫ କେଜି ଚାଉଳ ମାଗଣାରେ ଦିଆଯିବ।

ଜିଲ୍ଲାପାଳମାନେ ବୈଧ ଲାଇସେନ୍ସ ଥିବା ଉଚିତ ମୂଲ୍ୟ ଦୋକାନଗୁଡ଼ିକୁ (FPS) ଚାଉଳ ମୁକ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ଏବଂ ବଣ୍ଟନ ତଥ୍ୟର ସମୟାନୁସାରେ e-PoS ସର୍ଭର ସହିତ ସିଙ୍କ୍ରୋନାଇଜେସନ୍ ସୁନିଶ୍ଚିତ କରିବାକୁ କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri