ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫ କେଜି ଚାଉଳ, ଜିଲାପାଳମାନଙ୍କୁ ଯୋଗାଣ ବିଭାଗର ଚିଠି

ଭୁବନେଶ୍ୱର,୨୪।୧୦: ରାଜ୍ୟର ରାସନ କାର୍ଡଧାରୀମାନଙ୍କୁ ସରକାର ଅତିରିକ୍ତ ଭାବେ ଅଧିକ ୫ କେଜି ଚାଉଳ ଯୋଗାଇ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ, ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ୨୦୨୫ ମାସ ପାଇଁ ରାସନ କାର୍ଡଧାରୀଙ୍କୁ ମାସିକ ଅଧିକ ୫ କେଜି ସୁଦୃଢ଼ (Fortified) ଚାଉଳ ମାଗଣାରେ ବଣ୍ଟନ କରାଯିବ। ଏ ନେଇ ଯୋଗାଣ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖାଯାଇଛି।

ଏହି ଅତିରିକ୍ତ ଚାଉଳ ବଣ୍ଟନ ମୋଟ୍ ୧୯ ଟି ଜିଲା (ଅନୁଗୁଳ, ବାଲେଶ୍ୱର, ବରଗଡ଼, ଭଦ୍ରକ, କଟକ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼, ପୁରୀ, ସମ୍ବଲପୁର ଓ ସୁନ୍ଦରଗଡ)ରେ କାର୍ଯ୍ୟକାରୀ ହେବ।

ସେପ୍ଟେମ୍ବର, ଅକ୍ଟୋବର ଏବଂ ନଭେମ୍ବର ମାସ ପାଇଁ ରାଜ୍ୟ ପୁଲରୁ ମୋଟ୍ ୧୦,୫୭,୧୧୨.୭୦ କ୍ୱିଣ୍ଟାଲ୍ ଅତିରିକ୍ତ ଚାଉଳ ଆବଣ୍ଟନ କରାଯାଇଛି। NFSA (ଜାତୀୟ ଖାଦ୍ୟ ସୁରକ୍ଷା ଆଇନ) ଏବଂ SFSS (ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା) ଅଧୀନରେ ଥିବା ଯୋଗ୍ୟ ପରିବାରମାନଙ୍କୁ ସେମାନଙ୍କର ନିୟମିତ ଚାଉଳ ଅଧିକାର ବ୍ୟତୀତ ଏହି ଅତିରିକ୍ତ ୫ କେଜି ଚାଉଳ ମାଗଣାରେ ଦିଆଯିବ।

ଜିଲ୍ଲାପାଳମାନେ ବୈଧ ଲାଇସେନ୍ସ ଥିବା ଉଚିତ ମୂଲ୍ୟ ଦୋକାନଗୁଡ଼ିକୁ (FPS) ଚାଉଳ ମୁକ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ଏବଂ ବଣ୍ଟନ ତଥ୍ୟର ସମୟାନୁସାରେ e-PoS ସର୍ଭର ସହିତ ସିଙ୍କ୍ରୋନାଇଜେସନ୍ ସୁନିଶ୍ଚିତ କରିବାକୁ କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ଗ୍ଲୋବାଲ୍‌ CEO ରାଉଣ୍ଡଟେବୁଲ୍‌ ବୈଠକରେ ବଡ଼ ଘୋଷଣା କଲେ ମୋଦି, ୧ କୋଟି ଲୋକଙ୍କୁ…

ନୂଆଦିଲ୍ଲୀ,୧୬।୯: ‘ସେବା ତୀର୍ଥ’ରେ ବିଶ୍ୱର ପ୍ରମୁଖ ସେମିକଣ୍ଡକ୍ଟର କମ୍ପାନୀଗୁଡ଼ିକର CEOଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ବୈଷୟିକ ଭବିଷ୍ୟତ ଗଠନ…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ପରଲୋକ; ରାଜ ଶ୍ମଶାନରେ ହେଲା ଅନ୍ତିମ ସଂସ୍କାର, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ଦେହାନ୍ତ ହୋଇଛି । ଗଞ୍ଜାମ ଜିଲାର ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ଶେଷ ସମ୍ରାଟ ରାଜା ରାମଚନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?