Posted inରାଜ୍ୟ

ଚଳିତ ମାସରେ ରାସନ କାର୍ଡଧାରୀଙ୍କୁ ମିଳିବ ଗହମ: ଯୋଗାଣ ମନ୍ତ୍ରୀଙ୍କ ବଡ ଘୋଷଣା

ଭୁବନେଶ୍ୱର,୧୦।୭: ଓଡ଼ିଶାର ରାସନ କାର୍ଡଧାରୀଙ୍କ ପାଇଁ ଏକ ଖୁସି ଖବର। ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି ଯେ ଚଳିତ ମାସରେ ରାସନ କାର୍ଡଧାରୀ ଖାଉଟିଙ୍କୁ ଗହମ ଯୋଗାଇ ଦିଆଯିବ। ରାଜ୍ୟରେ ଉପଲବ୍ଧ ଗହମ ତୁରନ୍ତ ଖାଉଟିଙ୍କୁ ବଣ୍ଟନ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ମନ୍ତ୍ରୀ ପାତ୍ର କହିଛନ୍ତି ଯେ, ରାଜ୍ୟକୁ ଯେତିକି ଗହମ ପ୍ରାପ୍ତ ହୋଇଛି, ତାହା ରାସନ କାର୍ଡଧାରୀଙ୍କୁ ବିତରଣ କରାଯିବ। ସେ ଆହୁରି କହିଛନ୍ତି, “କେନ୍ଦ୍ର ସରକାରଙ୍କଠାରୁ ପରବର୍ତ୍ତୀ ପର୍ଯ୍ୟାୟରେ ଗହମ ଆସିଲେ ମଧ୍ୟ ଖାଉଟିଙ୍କୁ ତାହା ଯୋଗାଇ ଦିଆଯିବ।” ଏହା ପୂର୍ବରୁ ମନ୍ତ୍ରୀ କେନ୍ଦ୍ର ଖାଦ୍ୟ ଓ ସାର୍ବଜନୀନ ବଣ୍ଟନ ବ୍ୟବସ୍ଥା ମନ୍ତ୍ରୀଙ୍କ ନିକଟରେ ଗହମ ଯୋଗାଣ ବୃଦ୍ଧି ପାଇଁ ଦାବି ରଖିଥିଲେ। ସେ ଜଣାଇଛନ୍ତି ଯେ, ଲୋକଙ୍କ ଗହମ ପ୍ରତି ଚାହିଦାକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଲହଡ଼ିରେ ଭାସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପୁରୀ,୩୦।୩(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଡିପ୍‌ କରେଣ୍ଟ ଯୋଗୁ ସମୁଦ୍ରରେ ଗାଧୋଇବା ବେଳେ ୨ଜଣ ପର୍ଯ୍ୟଟକ ଭାସିଯାଇ ମୃତ୍ୟୁବରଣ…

ଆସ ଷ୍ଟେଶନରେ ଛାଡିଦେବୁ କହି ମହିଳାଙ୍କୁ ଗଣବଳାତ୍କାର

ଭୁବନେଶ୍ୱର,୩୦।୩: ରାଜଧାନୀରେ ଚାଞ୍ଚଲ୍ୟ। ମହିଳାଙ୍କୁ ଷ୍ଟେଶନରେ ଛାଡିଦେବାକୁ କହି ଗଣବଳାତ୍କାର କଲେ ୨ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି ତମାଣ୍ଡୋ ଥାନା ଅଞ୍ଚଳରେ। ପୀଡ଼ିତା ଜଣଙ୍କ ପଶ୍ଚିମବଙ୍ଗର…

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା

ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri