ଆଜିଠୁ ରାଶନକାର୍ଡ ଅନ୍‌ଲାଇନ ଆବେଦନ ହେବ ଆରମ୍ଭ

ସମ୍ବଲପୁର,୧ା୩(ପ୍ରମୋଦ ବହିଦାର):ମାର୍ଚ୍ଚ ୧ରୁ ସମଗ୍ର ରାଜ୍ୟରେ ରାଶନକାର୍ଡ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଠିକ୍‌ ଭାବେ ସର୍ଭେ କରି ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାଶନ କାର୍ଡ ପ୍ରଦାନ କରାଯିବ ବୋଲି ଖାଦ୍ୟ, ଯୋଗାଣ, ଖାଉଟି କଲ୍ୟାଣ ତଥା ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ଶୁକ୍ରବାର ସମ୍ବଲପୁର ସର୍କିଟ୍‌ ହାଉସ୍‌ରେ ଜିଲାସ୍ତରୀୟ ପ୍ରଶାସନିକ ସମୀକ୍ଷା ବୈଠକ ପରେ ଅପରାହ୍ନରେ ଖବରଦାତାଙ୍କୁ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଜଣେ ଯୋଗ୍ୟ ହିତାଧିକାରୀଙ୍କୁ ରାଶନକାର୍ଡ଼ରୁ ବାଦ ଦିଆଯିବ ନାହିଁ। ପୂର୍ବ ସରକାରଙ୍କ ଅପାରଗତାରୁ ବହୁ ସଂଖ୍ୟାରେ ଅଯୋଗ୍ୟ ବା ଭୁତ ରାଶନକାର୍ଡ ଧାରି ରହିଥିଲେ। ସମ୍ବଲପୁରରେ ଚଳିତ ଖରିଫ ଧାନ ସଂଗ୍ରହ ସନ୍ତୋଷ ଜନକ ରହିଛି। ସେ କହିଥିଲେ, ଜିଲାରେ ଇ-କେୱାସି ପ୍ରକ୍ରିୟା ୯୨ ପ୍ରତିଶତ ଶେଷ ହୋଇଥିବାବେଳେ ମାର୍ଚ୍ଚ ୩୧ ସୁଦ୍ଧା ଏହି ପ୍ରକ୍ରିୟାକୁ ଶେଷ କରାଯିବ। ବୈଠକରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର, ପୂର୍ବତନ ରେଙ୍ଗାଲି ବିଧାୟକ ନାଉରୀ ନାଏକ, ସମ୍ବଲପୁର ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର, ଅତିରିକ୍ତ ଯୋଗାଣ ଅଧିକାରୀ ତଥା ଭାରପ୍ରାପ୍ତ ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ବୀରେନ୍ଦ୍ର ସୋରେଙ୍ଗ, ସମ୍ବଲପୁର ସମବାୟ ସମିତି ସମୂହ ଉପନିବନ୍ଧକ ଗେଜନ୍ଦ୍ର ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri