Posted inରାଜ୍ୟ

ରତ୍ନ ଭଣ୍ଡାର ଖୋଲିବାକୁ ନେଇ ଆସିଲା ବଡ଼ ନିଷ୍ପତ୍ତି

ପୁରୀ, ୬।୭: ପୁରୀରେ ବସିଥିବା ରତ୍ନ ଭଣ୍ଡାର ଯାଞ୍ଚ କମିଟିର ବୈଠକରେ ଆଜି ରତ୍ନଭଣ୍ଡାର ଚାବି ଉପରେ ଫୋକସ କରାଯାଇଛି । ଚାବି ମଳିବା ପରେ ରତ୍ନଭଣ୍ଡାର ଖୋଲାହେବ। ପରେ ଗଣତି ମଣତି ହେବ। ଭଣ୍ଡାର ଖୋଲିବା ନେଇ ତାରିଖ ଘୋଷଣା ହୋଇନଥିବା ସୂଚନା ମିଳିଛି ।

ଆସନ୍ତା ୯ ତାରିଖ ବୈଠକରେ ମୁଖ୍ୟ ପ୍ରଶାସକ ଚାବି ଉପସ୍ଥାପନ କରିବେ ବୋଲି ଜଣାପଡ଼ିଛି । ରତ୍ନଭଣ୍ଡାର ଯାଞ୍ଚ କମିଟି ଆଗରେ ଚାବି ଉପସ୍ଥାପନ କରିବେ ମୁଖ୍ୟ ପ୍ରଶାସକ । ଚାବି ଉପସ୍ଥାପନ ହେଲା ପରେ କେବେ ଖୋଲାଯିବ ସେହିଦିନ ନିଷ୍ପତ୍ତି ନେବେ କମିଟି । କେବେ ରତ୍ନଭଣ୍ଡାର ଖୋଲାଯିବ ପ୍ରଶ୍ନରେ ଆସନ୍ତା ୯ ତାରିଖରେ ନିଷ୍ପତ୍ତି ନିଆଯିବ ବୋଲି ରତ୍ନଭଣ୍ଡାର କମିଟି ବୈଠକ ପରେ ଜଷ୍ଟିସ ବିଶ୍ବନାଥ ରଥ ସୂଚନା ଦେଇଛନ୍ତି । ଡୁପ୍ଲିକେଟ ଚାବି ଟ୍ରେଜେରୀରେ ଥିବା ସ୍ପଷ୍ଟ ହୋଇଛି ବୋଲି ଜଷ୍ଟିସ ରଥ କହିଛନ୍ତି । ଯଦି ଉକ୍ତ ଚାବିରେ ନଖୋଲେ ତେବେ ତାଲା ଭଙ୍ଗାଯାଇ ରତ୍ନଭଣ୍ଡାର ଖୋଲାଯିବ ବୋଲି ଜଷ୍ଟିସ ରଥ ସୂଚନା ଦେଇଛନ୍ତି । ବହୁ ଦଶନ୍ଧି ହେଲାଣି, ଉକ୍ତ ତାଲା ଖୋଲା ଯାଇନାହିଁ ବୋଲି ସେ କହିଛନ୍ତି ।

ଏଥି ସହିତ ତାଲା କିଭଳି ଭଙ୍ଗାଯିବ ସେନେଇ ଏସଓପି ପ୍ରସ୍ତୁତ କରାଯିବ । ପ୍ରସ୍ତୁତ ଏସଓପି ସରକାରଙ୍କଠାରେ ଉପସ୍ଥାପନ କରାଯିବ । ସରକାରଙ୍କ ପକ୍ଷରୁ ଗ୍ରୀନ୍‌ ସିଗ୍‌ନାଲ୍‌ ମିଳିବା ପରେ ଗଣତି, ମଣତି ହେବ । ଏଥିରେ କିଏ ରହିବେ ଆମେ କେବଳ ପରାମର୍ଶ ଦେବୁ । ମହାପ୍ରଭୁ ମନ୍ଦିର ଲେଉଟିବା ପୂର୍ବରୁ ଗହଣାକୁ ସ୍ଥାନାନ୍ତର ହେବ । ଗହଣା ସ୍ଥାନାନ୍ତର ହୋଇ ଭଣ୍ଡାର ମରାମତି ଆରମ୍ଭ ହେବ ବୋଲି ଆଶା କରୁଛୁ । ଗଣତି, ମଣତି କିଭଳି କରାଯିବ, ସେନେଇ ଅଲଗା କମିଟି କରାଯିବ ବୋଲି ଜଷ୍ଟିସ୍‌ ରଥ କହିଛନ୍ତି ।

ଆମେ ଗହଣା ଚିହ୍ନି ପାରିବୁନି, ତେଣୁ ସେନେଇ ଅଲଗା ସବ କମିଟି ହେବ । ପୂର୍ବଥର ୭୦ ଦିନରୁ ଅଧିକ ସମୟ ଲାଗିଥିଲା, ଏଥର ଶୀଘ୍ର ସରିବା ନେଇ ଆଶା କରାଯାଉଛି । ଉନ୍ନତ ଟେକ୍ନୋଲୋଜି ଥିବାରୁ ଶୀଘ୍ର ଗଣତି କାମ ସରିବା ଆଶା ରହିଛି । ମ୍ୟାନେଜିଂ କମିଟି ଅସ୍ଥାୟୀ ରତ୍ନଭଣ୍ଡାର ନିଷ୍ପତ୍ତି ନେବ । ଅସ୍ଥାୟୀ ରତ୍ନଭଣ୍ଡାରର କେଉଁଠି ପରିଚାଳନା ହେବ ସେ ନେଇ କମିଟି ନିଷ୍ପତ୍ତି ନେବ । ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଏନେଇ ସୂଚନା ଦେବା ସହ ପ୍ରଥମରେ ନୀତିକାନ୍ତିକୁ ଗୁରୁତ଼୍ବ ଦିଆଯିବ, ଦ଼୍ବିତୀୟରେ ଶ୍ରଦ୍ଧାଳୁଙ୍କୁ ଗୁରୁତ଼୍ବ ଦିଆଯିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri