ରତ୍ନଭଣ୍ଡାର ସମ୍ପୂର୍ଣ୍ଣ ସୁରକ୍ଷିତ: ଗଜପତି

ପୁରୀ,୩।୭: ପୁରୀ ରତ୍ନଭଣ୍ଡାର ମରାମତି କାର୍ଯ୍ୟର ମଙ୍ଗଳବାର ତଦାରଖ କରିଛନ୍ତି ଗଜପତି ମହାରାଜା। ମରାମତି କାର୍ଯ୍ୟର ତଦାରଖ ପରେ ଗଜପତି ମହାରାଜା ରତ୍ନଭଣ୍ଡାର ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା କହିଛନ୍ତି। ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ସୁଦ୍ଧା ମରାମତି ସମ୍ପୂର୍ଣ୍ଣ ହୋଇଯିବ ବୋଲି ଗଜପତି କହିଛନ୍ତି। ରତ୍ନଭଣ୍ଡାର ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା ସହ ମରାମତି ପରେ ଅତି ସୁନ୍ଦର ଦିଶୁଛି।

ମନ୍ଦିର ନିର୍ମାଣ ଶୈଳିରେ ସମସ୍ତ ମରାମତି କାମ ହୋଇଛି। ପ୍ରାୟ ୬ ଶହ ପଥର କଢ଼ା ଯାଇ ନୂଆ ପଥର ଲାଗିଛି। ମହାପଭୁ ରତ୍ନ ସିଂହାସନକୁ ଆସିଲା ପରେ ଅଳଙ୍କାର ଗଣତି ମଣତି ହେବ। ଗଣତି ମଣତି ରାଜ୍ୟ ସରକାରଙ୍କ ପରାମର୍ଶରେ ଅତିଶୀଘ୍ର ହେବ ବୋଲି ଗଜପତି କହିଛନ୍ତି।

ରତ୍ନଭଣ୍ଡାର ମରାମତି ସମ୍ପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ମଧ୍ୟ ସୂଚନା ନେଇଛନ୍ତି। ଗଜପତି ମହାରାଜ ନିଜେ ତଦାରଖ କରି ବୈଷୟିକ କମିଟିକୁ ଧନ୍ୟବାଦ ଦେଇଛନ୍ତି। ଭିତର ରତ୍ନଭଣ୍ଡାର ମରାମତି କାମ ପ୍ରାୟତଃ ଶେଷ ହୋଇଛି। ବାହାର ରତ୍ନଭଣ୍ଡାର କାମ ଦିନେ ଦୁଇ ଦିନ ଭିତରେ ଶେଷ ହୋଇଯିବ। ଷ୍ଟୋନ ଏଲିମେଣ୍ଟ ବଦଳା ସରିଛି, ମରାମତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିବା ସହ ନୂଆ ଷ୍ଟେନଲେସ ଷ୍ଟିଲ ଗେଟ ଓ ବର୍ମାଟିକ ଗେଟ ଲାଗିବ, ରୁପା ଛାଉଣି ହେବ। ବାହାର ରତ୍ନଭଣ୍ଡାର ବାହାର ପାଶର୍‌ବ ମଧ୍ୟ ସଂରକ୍ଷଣ କରାଯାଇଛି। ଗଜପତି ମହାରାଜା ମରାମତିରେ ସନ୍ତୋଷ ପ୍ରକଟ କରିଥିବା ମୁଖ୍ୟ ପ୍ରଶାସକ ପାଢ଼ୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ: ବାଲେଶ୍ବର FM ଛାତ୍ରୀ ମୃତ୍ୟୁ ଘଟଣା, ବିରୋଧୀଙ୍କ ବନ୍ଦ ଡାକରାକୁ ନେଇ ଆଲୋଚନା

ଭୁବନେଶ୍ୱର,୧୬।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ବୁଧବାର ରାତିରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଭାଜପା ରାଜ୍ୟ ସଭାପତି ମନମୋହନ...

୨୩ ଯାଏ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ୧୫ ଜିଲାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୬ା୭(ଅନୁରାଧା ମହାରଣା)- ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗିରହିଥିବାବେଳେ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ...

ବାଲେଶ୍ବର FM ଟ୍ରାଜେଡି: ସରକାରଙ୍କଠୁ ଟଙ୍କା ନେଇ ଡିଲ୍‌ କରିବା ଅପପ୍ରଚାର, ଥାନାରେ ଏତଲା

ବାଲେଶ୍ବର,୧୬।୭: ବାଲେଶ୍ବର ଜିଲାର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ (FM କଲେଜ)ର ଜଣେ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟରେ ତୀବ୍ର ଅସନ୍ତୋଷ...

ରାଜ୍ୟ କ୍ୟାବିନେଟ୍‌ରେ ୧୩ଟି ପ୍ରସ୍ତାବକୁ ମଞ୍ଜୁରୀ: ଏସବୁ ଯୋଜନାରେ ସୃଷ୍ଟି ହେବ ୪,୧୯୫ ନିଯୁକ୍ତି

ଭୁବନେଶ୍ୱର,୧୬।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୧ଟି ବିଭାଗର ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ଏହି ସୂଚନା ପ୍ରଦାନ...

ସବୁଠି ସୌମ୍ୟାଶ୍ରୀ ତାତି: ଦିଗପହଣ୍ଡିରେ ମହିଳା ବିଜେଡି ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

ଦିଗପହଣ୍ଡି,୧୬।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ମହିଳା ବିଜେଡି ପକ୍ଷରୁ ବୁଧବାର ସଂଧ୍ୟାରେ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଫକୀର ମୋହନ ମହାବିଦ୍ୟାଳୟ ଛାତ୍ରୀ...

ରାଜ୍ୟସ୍ତରୀୟ ଖାଦ୍ୟ ମେଳା: ଭାଗ ନେବେ ଲାଞ୍ଜିଗଡ ବ୍ଲକର ୩ ଏସଏଚଜି ମହିଳା

ଭବାନୀପାଟଣା,୧୬।୭( ଉତ୍ତମ କୁମାର ଦାଶ )-ଆସନ୍ତା ସପ୍ତାହରେ ରାଜଧାନୀ ଭୁବନେଶ୍ୱରସ୍ଥିତ ମେ ଫେୟାର ଲାଗୁନରେ ଅନୁଷ୍ଠିତ ହେବ ରାଜ୍ୟସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ମେଳା।...

କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ଡାକରା: କଳାହାଣ୍ଡିରେ ସମସ୍ତେ ସମର୍ଥନ କରିବାକୁ ନିବେଦନ

ଭବାନୀପାଟଣା,୧୬ା୭(ଉତ୍ତମ କୁମାର ଦାଶ): ବାଲେଶ୍ୱର ଜିଲା ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାକୁ ନେଇ ସମଗ୍ର ରାଜ୍ୟରେ ପ୍ରତିବାଦର ସ୍ବର...

Video: ଇସ୍ରାଏଲର ସିରିଆ ଉପରେ ହମଲା, ଲାଇଭ ପ୍ରସାରଣ ସମୟରେ ଟିଭି ଆଙ୍କରଙ୍କ ପଛରେ ପଡିଲା ବୋମା

ଦାମାସକସ,୧୬।୭: ଇସ୍ରାଏଲ ସେନା ସିରିଆର ରାଜଧାନୀ ଦାମାସକସରେ ଥିବା ରାଜ୍ୟ ଟେଲିଭିଜନ ଭବନ ଉପରେ ବୋମା ହମଲା କରିଛି। ଏହି ହମଲା ସମୟରେ ଜଣେ ଟିଭି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri