ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ ସାର୍ବଜନୀନ ମାମଲା, ୩ ସପ୍ତାହରେ ରିପୋର୍ଟ ଦିଅ: ହାଇକୋର୍ଟ

କଟକ,୧୫ା୩ (କାର୍ତ୍ତିକ ସାହୁ) ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାର ରଘୁବୀର ଦାସ ତଦନ୍ତ କମିସନ୍‌ଙ୍କ ରିପୋର୍ଟ ସାର୍ବଜନୀନ କରାଯିବା ନେଇ ରୁଜୁ ମାମଲାର ଶୁଣାଣି ହାଇକୋର୍ଟରେ ଶୁକ୍ରବାର ହୋଇଛି। ରାଜ୍ୟ ସରକାର ସ୍ଥିତି ସମ୍ପର୍କିତ ରିପୋର୍ଟ ଦାଖଲ ପାଇଁ ସମୟ ଗଡ଼ାଉଥିବାରୁ ହାଇକୋର୍ଟ ୩ ସପ୍ତାହ ମଧ୍ୟରେ ଏହି ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂହ ଓ ବିଚାରପତି ମୁରାହରି ଶ୍ରୀ ରମଣଙ୍କ ଖଣ୍ଡପୀଠ ମାମଲାର ଏପ୍ରିଲ ୫ ତାରିଖରେ ଶୁଣାଣି କରି ଆସନ୍ତା ସପ୍ତାହରେ ପରବର୍ତ୍ତୀ ଶୁଣାଣି ନିମନ୍ତେ ଧାର୍ଯ୍ୟ କରିଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାର ଚାବି ହଜିବା ମାମଲାର ତଦନ୍ତ ପାଇଁ ରାଜ୍ୟ ସରକାର ୨୦୧୮ ଜୁନ୍‌ ୬ ତାରିଖରେ ଜଷ୍ଟିସ ରଘୁବୀର ଦାଶ କମିସନ୍‌ ଗଠନ କରିଥିଲେ। ଜଷ୍ଟିସ ରଘୁବୀର ଦାସ ମାମଲାର ତଦନ୍ତ କରି ୨୦୧୮ ନଭେମ୍ବର ୨୯ ତାରିଖରେ ରାଜ୍ୟ ସରକାରଙ୍କୁ ୩୫୪ ପୃଷ୍ଠାର ରିପୋର୍ଟ ପ୍ରଦାନ କରିଥିଲେ। କମିସନ୍‌ ଅଫ୍‌ ଇନକ୍ୱାରି ଆକ୍ଟ ୧୯୫୨ ଅନୁଯାୟୀ ସରକାର ଉକ୍ତ ରିପୋର୍ଟକୁ ପରଖିବା ପରେ ବିଧାନସଭାରେ ଉପସ୍ଥାପନ କରିବେ କି ନାହିଁ ସେନେଇ ନିଷ୍ପତ୍ତି ନେବା କଥା। ହେଲେ ଏ କ୍ଷେତ୍ରରେ କ’ଣ ହୋଇଛି ତାହା ଜଣା ନାହିଁ। ବିରୋଧୀ ଦଳ ମଧ୍ୟ ତଦନ୍ତ ରିପୋର୍ଟ ସାର୍ବଜନୀନ କରାଯିବା ନିମନ୍ତେ ବିଧାନସଭାରେ ପ୍ରସଙ୍ଗ ଉଠାଇଥିଲେ। ହେଲେ ୨୦୧୮ରୁ ଅଦ୍ୟାବଧି ଉକ୍ତ ରିପୋର୍ଟକୁ ସରକାର ଚପାଇ ରଖିଛନ୍ତି। ଆବେଦନକାରୀ ରିପୋର୍ଟକୁ ବିଧାନସଭାରେ ଉପସ୍ଥାପନ ପୂର୍ବକ ସାର୍ବଜନୀନ କରିବାକୁ ପିଟିସନ୍‌ରେ ଦର୍ଶାଇଛନ୍ତି। ରତ୍ନଭଣ୍ଡାରରେ କ’ଣସବୁ ଅଳଙ୍କାର ରହିଛି ତା’ର ତାଲିକା ୧୯୭୮ ମସିହାରୁ ଏଯାବତ୍‌ ପ୍ରସ୍ତୁତ ହୋଇନାହିଁ। ଏହି ତାଲିକା ପ୍ରସ୍ତୁତ କରିବା ନିମନ୍ତେ ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ ମଧ୍ୟ ଆବେଦନ କରାଯାଇଛି। ଏଥିସହ ରତ୍ନଭଣ୍ଡାର ଦୁର୍ବଳ ହୋଇପଡ଼ିବା କାରଣରୁ ତାହାର ମରାମତି ନିମନ୍ତେ ଏଏସ୍‌ଆଇକୁ ଦାୟିତ୍ୱ ଦିଆଯାଉ ବୋଲି ଆବେଦନ କରିଛନ୍ତି। ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ, ଆଇନ ବିଭାଗ ସଚିବ, ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ମୁଖ୍ୟ ପ୍ରଶାସକ, ଉପମୁଖ୍ୟ ପ୍ରଶାସକ, ଶ୍ରୀମନ୍ଦିର ପରିଚାଳନା କମିଟି, ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ମହାନିର୍ଦ୍ଦେଶକ ପ୍ରମୁଖଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀ ପୁରୀ ଜିଲା କାମକଣ୍ଟିଆର ସମାଜସେବୀ ଦିଲ୍ଲୀପ ବରାଳଙ୍କ ପକ୍ଷରୁ ଦାୟର ମାମଲାକୁ ଆଇନଜୀବୀ ଅନୁପ ମହାପାତ୍ର ଓ ଆଇନଜୀବୀ ହରପ୍ରିୟା ରାଉତରାୟ ପରିଚାଳନା କରୁଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?