ରତ୍ନ ଭଣ୍ଡାର ନିଶ୍ଚୟ ଖୋଲିବ, ଦୋଷୀଙ୍କୁ ଦଣ୍ଡ ମିଳିବ: ମୁଖ୍ୟମନ୍ତ୍ରୀ

ଭୁବନେଶ଼୍ବର, ୩୦।୦୬: ଭାରତୀୟ ଜନତା ପାର୍ଟିର ନବନିର୍ବାଚିତ ବିଧାୟକ ଏବଂ ଏମ୍‌ପିମାନଙ୍କୁ ସମ଼୍ବର୍ଦ୍ଧନା ଦେବା ପାଇଁ ଆରମ୍ଭ ହୋଇଛି କାର୍ଯ୍ୟକ୍ରମ । ଭୁବନେଶ଼୍ବରର ପ୍ରଦର୍ଶନୀ ପଡ଼ିଆରେ ଏହି ସମ଼୍ବର୍ଦ୍ଧନା ସଭା ହେଉଥିବା ବେଳେ ଏଥିରେ ସମସ୍ତ ଏମ୍‌ପି ଓ ବିଧାୟକ ଉପସ୍ଥିତ ରହିଛନ୍ତି । ଭାଜପାର ୨୦ ଏମ୍‌ପି ଏବଂ ୭୮ ଜଣ ବିଧାୟକ ସଭାରେ ଯୋଗଦେଇଥିବା ବେଳେ ମୁଖ୍ୟମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ ଓ ପ୍ରମୁଖ ନେତୃବୃନ୍ଦ ଉପସ୍ଥିତ ରହିଛନ୍ତି ।

ଏହି ସଭାରେ ନୂଆ ଓଡ଼ିଶା ଗଠନ କରିବାକୁ ଆହ଼୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନିର୍ବାଚନରେ ବିଜୟ ଆମ ପାଇଁ ଐତିହାସିକ ବିଜୟ ବୋଲି ସେ କହିଛନ୍ତି । ଓଡ଼ିଆ ଅସ୍ମିତାକୁ ବଜାୟ ରଖିବାକୁ ଆମକୁ ସଂକଳ୍ପ ନେବାକୁ ପଡ଼ିବ । ଏକ ନୂଆ ଓଡ଼ିଶା ଗଠନ କରିବାକୁ ଆମମାନଙ୍କୁ ଦାୟିତ଼୍ବ ମିଳିଛି ବୋଲି ସେ କହିଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀ ସମ଼୍ବର୍ଦ୍ଧନା ସଭାରେ ରତ୍ନ ଭଣ୍ଡାର ନିଶ୍ଚିତ ଖୋଲିବ ବୋଲି କହିଛନ୍ତି । ଖୁବ୍‌ ଶୀଘ୍ର ରତ୍ନଭଣ୍ଡାର ଖୋଲିବ ଏବଂ ଗଣତି ହେବ । ଯଦି କିଛି ଗଡ଼ବଡ଼ ହୋଇଥାଏ ତେବେ ଦୋଷୀ ପାତାଳରେ ଥିଲେ ବି ଖୋଜି ବାହାର କରାଯିବ ଏବଂ ଦଣ୍ଡ ବିଧାନ କରାଯିବ ବୋଲି ସେ କହିଛନ୍ତି । ଏଥିସହିତ ସେପ୍ଟେମ଼୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରାଯିବ ବୋଲି ସେ କହିଛନ୍ତି ।

ଅନ୍ୟପଟେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଓଡ଼ିଶାରେ ବିଜୟ ପାଇଁ ରାଜ୍ୟବାସୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ଏଥସହ ସେ କେନ୍ଦ୍ରୀୟ ନେତୃବୃନ୍ଦଙ୍କୁ ମଧ୍ୟ କୃତଜ୍ଞତା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ପ୍ରତିରକ୍ଷା ମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଉଛି ବୋଲି ସେ କହିଛନ୍ତି । ଆମ ସପକ୍ଷରେ ୮୧ ବିଧାୟକଙ୍କ ସମର୍ଥନ ରହିଛି ବୋଲି ସେ କହିବା ସହିତ ପ୍ରଧାନମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ପରିଷଦରେ ୩ ଜଣଙ୍କୁ କ୍ୟାବିନେଟ୍‌ ଦାୟିତ଼୍ବ ଦେଇଛନ୍ତି ବୋଲି ସେ କହିଛନ୍ତି । ସଂକଳ୍ପ ପତ୍ରର ପ୍ରତି କଥାକୁ ପାଳନ କରିବା ଭାଜପା ସରକାର । ଆଗାମୀ ୫ ବର୍ଷ ଦିନ ରାତି ପରିଶ୍ରମ କରିବାକୁ ପଡ଼ିବ ବୋଲି ସେ ତାଙ୍କ ଭାଷଣରେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ପାକିସ୍ତାନ ମାଟିରୁ ଟ୍ରମ୍ପଙ୍କୁ କଡ଼ା ବାର୍ତ୍ତା ଦେଲା ଇରାନ, କହିଲା ଆମେରିକା ସହ କୌଣସି…

ଇସଲାମବାଦ/ତେହରାନ,୨୫ା୩: ତେହରାନ ଏବଂ ଓ୍ବାଶିଂଟନ ମଧ୍ୟରେ ଯୁଦ୍ଧବିରତି ଆଲୋଚନା ଚାଲିଥିବା ଟ୍ରମ୍ପ ପ୍ରଶାସନର ଦାବିକୁ ପ୍ରତ୍ୟାଖ୍ୟାନ କରିଛି ଇରାନ। ପାକିସ୍ତାନରେ ଇରାନୀ ରାଷ୍ଟ୍ରଦୂତ ରେଜା ଆମରି ମୋଗାଦମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri