ଅକ୍ଟୋବର ୧୫ରୁ ରତ୍ନଭଣ୍ଡାର ମରାମତି

କଟକ,୧୯ା୯ (କାର୍ତ୍ତିକ ସାହୁ):ପୁରୀ ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି ଆସନ୍ତା ଅକ୍ଟୋବର ୧୫ରୁ ଆରମ୍ଭ କରିବାକୁ ହାଇକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଆବଶ୍ୟକ ଜ୍ଞାନକୌଶଳ ମାଡ୍ରାସ୍‌ ଆଇଆଇଟିରୁ ଅଣାଯିବା ସହ କିଏ କାମ କରିବ ସେ ନେଇ ଅକ୍ଟୋବର ୧୫ ପୂର୍ବରୁ ନିଷ୍ପତ୍ତି ନିଆଯିବ ବୋଲି ହାଇକୋର୍ଟ ନିର୍ଦ୍ଦେଶରେ ସ୍ପଷ୍ଟ କରିଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଛନ୍ତି। ପରବର୍ତ୍ତୀ ଶୁଣାଣି ଆସନ୍ତା ଅକ୍ଟୋବର ୧୯ ତାରିଖକୁ ଧାର୍ଯ୍ୟ ହୋଇଛି।
ସୂଚନା ଅନୁଯାୟୀ, ହାଇକୋର୍ଟରେ ଦାଖଲ ହୋଇଥିବା ରତ୍ନଭଣ୍ଡାର ମରାମତି ସଂକ୍ରାନ୍ତ ରିପୋର୍ଟ ଉପରେ ଆବେଦନକାରୀ ଦିଲ୍ଲୀପ କୁମାର ମହାପାତ୍ର ଶୁକ୍ରବାର ପ୍ରତିଜବାବ ଦାଖଲ କରିଛନ୍ତି। ପ୍ରତିଜବାବରେ ସେ ଦର୍ଶାଇଛନ୍ତି ଯେ, ସେକ୍ସନ-୯ରେ ରହିଥିବା ଶ୍ରୀମନ୍ଦିର ଆଇନ-୧୯୬୦ ପାଳନ ହେଉନାହିଁ। ଏହି ଆଇନ ଅନୁଯାୟୀ ରତ୍ନଭଣ୍ଡାରର ଅଳଙ୍କାର ଦେଖାଶୁଣା କରିବା ନିମନ୍ତେ ଗଠିତ କୋର୍‌ କମିଟି ପ୍ରତି ୩ ବର୍ଷରେ ଥରେ ତିଆରି ହେବା ଅଥବା ରିନ୍ୟୁ ହେବା କଥା। ସେହିପରି ରୁଲ୍‌-୮ ଅନୁସାରେ କୋର୍‌ କମିଟି ଗଠନ ହୋଇଯିବା ପରେ ଉକ୍ତ କମିଟି ୩ଟି ଯାକ ରତ୍ନଭଣ୍ଡାରରେ ଅଳଙ୍କାର ଯାଞ୍ଚ କାର୍ଯ୍ୟ ନିଜେ ଉପସ୍ଥିତ ରହି କରିବ। ଏପରି ହେଲେ ୧୯୭୮ ମସିହାରୁ ୨୦୨୩ ମଧ୍ୟରେ ୧୫ ଥର ଅଳଙ୍କାର ଯାଞ୍ଚ ହେବା କଥା। କିନ୍ତୁ ଏହି ସମୟ ମଧ୍ୟରେ କୌଣସି କୋର୍‌ କମିଟି ଗଠନ ବା ରିନ୍ୟୁ ହୋଇ ନ ଥିବା ବେଳେ ଅଳଙ୍କାର ଯାଞ୍ଚ ବି ହେଉ ନାହିଁ। ଯଦ୍ଦ୍ବାରା ଶ୍ରୀମନ୍ଦିର ଆଇନ ଉଲ୍ଲଂଘନ ହେଉଥିବା ଆବେଦନକାରୀ ପ୍ରତିଜବାବରେ ଦର୍ଶାଇଛନ୍ତି। ଆଇନଜୀବୀ ଆଲୋକ ମହାପାତ୍ର ଏହି ମାମଲା ପରିଚାଳନା କରୁଛନ୍ତି।
ପ୍ରକାଶ ଯେ, ଶ୍ରୀମନ୍ଦିର ଜଗମୋହନ, ନାଟମଣ୍ଡପ ଏବଂ କୋଣାର୍କ ସୂର୍ଯ୍ୟ ମନ୍ଦିର ମରାମତି ନେଇ ଦିଲ୍ଲୀପ ମହାପାତ୍ରଙ୍କ ପକ୍ଷରୁ ହାଇକୋର୍ଟରେ ୨ଟି ମାମଲା ଦାଏର କରାଯାଇଥିଲା। ସେହିପରି ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଓ ରତ୍ନଭଣ୍ଡାର ଖୋଲାଯିବା ପ୍ରସଙ୍ଗରେ ଅଭିଷେକ ଦାସଙ୍କ ପକ୍ଷରୁ ଅନ୍ୟ ଏକ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri