ରତ୍ନଭଣ୍ଡାର ତୁରନ୍ତ ମରାମତି ଜରୁରୀ: ଏଏସ୍‌ଆଇ

କଟକ,୮ା୮(କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି ଜରୁରୀ ବୋଲି ସୋମବାର ସତ୍ୟପାଠ ଜରିଆରେ ହାଇକୋର୍ଟଙ୍କୁ ଅବଗତ କରାଇଛି ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ (ଏଏସ୍‌ଆଇ)। ୨୦୧୮ରେ ଶେଷଥର ପାଇଁ ରତ୍ନଭଣ୍ଡାରର ଅନୁଧ୍ୟାନ ହୋଇଥିଲା ବୋଲି ଦାଖଲ ହୋଇଥିବା ସତ୍ୟପାଠରେ ଉଲ୍ଲେଖ ଥିବା ଜଣାଯାଇଛି। ବିଚାରପତି ଶୁଭାଶିଷ ତାଳପତ୍ର ଏବଂ ବିଚାରପତି ସାବିତ୍ରୀ ରଥଙ୍କ ଖଣ୍ଡପୀଠରେ ସୋମବାର ଏହି ମାମଲାର ଶୁଣାଣି ହୋଇଥିବାବେଳେ ପରବର୍ତ୍ତୀ ଶୁଣାଣି ନିମନ୍ତେ ଅଗଷ୍ଟ ୨୨ ତାରିଖକୁ ଧାର୍ଯ୍ୟ କରାଯାଇଛି।
ସୂଚନା ଅନୁସାରେ, ୨୦୧୮ ମସିହାରୁ ରତ୍ନଭଣ୍ଡାରରେ ଫାଟ ସୃଷ୍ଟି ହୋଇଥିବା ଯାନ୍ତ୍ରିକ କମିଟିର ଯାଞ୍ଚ ପରେ ରାଜ୍ୟ ସରକାରଙ୍କୁ ଅବଗତ କରାଯାଇଥିଲା। ପୂର୍ବରୁ ରତ୍ନଭଣ୍ଡାରରୁ ପାଣି ଝରୁଥିଲା, ରତ୍ନଭଣ୍ଡାର ଚଟାଣରେ କିଛି ପଥର ପଡ଼ିଥିଲା, କାନ୍ଥ ମଝିରେ ଫାଟ ଥିବାର ଫମ୍ପା ଶବ୍ଦ ଆସିଥିଲା। ବର୍ତ୍ତମାନ ରତ୍ନଭଣ୍ଡାର ସଂରକ୍ଷଣର ନିହାତି ଆବଶ୍ୟକତା ରହିଛି। ପୂର୍ବତନ ପୂର୍ତ୍ତ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ରିପୋର୍ଟକୁ ଆଧାର କରି ବାରମ୍ବାର ଚିଠି ଲେଖିବା ପରେ ବି ରତ୍ନଭଣ୍ଡାର ଖୋଲିବା ନେଇ ରାଜ୍ୟ ସରକାର ଆଗ୍ରହ ଦେଖାଉନାହାନ୍ତି। ରତ୍ନଭଣ୍ଡାର ବିପଦସଙ୍କୁଳ ଅବସ୍ଥାରେ ଅଛି ବୋଲି ୨୦୧୮ ଓ ୨୦୨୨ରେ ଏଏସ୍‌ଆଇ ମନ୍ଦିର ପ୍ରଶାସନକୁ

ଲିଖିତ ଭାବେ ଜଣାଇଥିଲା। ତଥାପି ଭିତର ରତ୍ନଭଣ୍ଡାର ମରାମତି ଲାଗି ତତ୍ପରତା ପ୍ରକାଶ ପାଉନାହିଁ। ଶ୍ରୀମନ୍ଦିରର ସୁରକ୍ଷା, ନିରାପତ୍ତା ଏବଂ ସ୍ଥାପତ୍ୟ ସଂରକ୍ଷଣ ଦୃଷ୍ଟିରୁ ଅବିଳମ୍ବେ ରତ୍ନଭଣ୍ଡାର ଖୋଲି ଯାଞ୍ଚ କରିବାକୁ ଅନୁମତି ଦିଆଯାଉ ବୋଲି ଏସ୍‌ଆଇ ପକ୍ଷରୁ ସତ୍ୟପାଠରେ ଦର୍ଶାଯାଇଛି। ରାଜ୍ୟ ଭାଜପାର ପୂର୍ବତନ ସଭାପତି ସମୀର ମହାନ୍ତିଙ୍କ ପକ୍ଷରୁ ହାଇକୋର୍ଟରେ ଦାଏର ରିଟ୍‌ ପିଟିଶନର ଶୁଣାଣି ବେଳେ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ଏଏସ୍‌ଆଇର ଯାନ୍ତ୍ରିକ କମିଟି ଓ ହାଇକୋର୍ଟଙ୍କ ଦ୍ବାରା ନିଯୁକ୍ତ ବିଶେଷଜ୍ଞ କମିଟି ଏବଂ ତତ୍କାଳୀନ ରାଜ୍ୟପାଳ ଭଗବତ ଦୟାଲ ଶର୍ମାଙ୍କ ଅଧ୍ୟକ୍ଷତାରେ ଗଠିତ ୯ଜଣିଆ କମିଟିର ରିପୋର୍ଟକୁ ଆଧାର କରି ଯୁକ୍ତି ବାଢ଼ିଥିଲେ। ୪୫ ବର୍ଷ ଧରି ରତ୍ନଭଣ୍ଡାରର ଅଳଙ୍କାର ଗଣତି କରାଯାଇ ନାହିଁ। ରତ୍ନଭଣ୍ଡାର ସୁରକ୍ଷିତ କି ନୁହେଁ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି ବୋଲି ଆବେଦନକାରୀ ଦର୍ଶାଇଥିଲେ। ରାଜ୍ୟପାଳଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇ ଅଳଙ୍କାର ଗଣତି କରାଯିବା ସହ ବିପଦସଙ୍କୁଳ ଅବସ୍ଥାରେ ଥିବା ରତ୍ନଭଣ୍ଡାର ତୁରନ୍ତ ଖୋଲି ମରାମତି କରାଯିବାକୁ ଆବେଦନକାରୀ ପ୍ରାର୍ଥନା କରିଥିଲେ। ପ୍ରତିପକ୍ଷ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ, ଶ୍ରୀମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଗଜପତି ମହାରାଜା, ଏଏସ୍‌ଆଇ ଡିଜି ଏବଂ ଅଧୀକ୍ଷକଙ୍କୁ ଜବାବ ଦାଖଲ ନିମନ୍ତେ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri