ଖୋଲିବ ଭିତର ରତ୍ନଭଣ୍ଡାର, ରହିବ ଏହିସବୁ କଟକଣା, ସକାଳ ୮ଟାରୁ…

ପୁରୀ,୧୬।୭: ତାଲା, ଚାବି ସମ୍ପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇ କହିଛନ୍ତି, ବାହାର ରତ୍ନଭଣ୍ଡାରର ୩ଟି ତାଲା ସେଦିନ ନିର୍ଦ୍ଧାରିତ ଚାବିରେ ଖୋଲିଥିଲା। ବାହାର ରତ୍ନଭଣ୍ଡାର ତାଲା ଫିଟିବା ପରେ ଭିତର ରତ୍ନଭଣ୍ଡାର ଦେଖିଥିଲୁ।

୩ଟି ତାଲା ଭଙ୍ଗାଯାଇଥିଲେ ବି ୨ଟି ନୂଆ ତାଲା ପକାଇବା ସମ୍ଭବ ହୋଇଥିଲା। ୨ଟି ନୂଆ ତାଲାର ଚାବି ଓ ଭଙ୍ଗାଯାଇଥିବା ତାଲା ଟ୍ରେଜେରୀରେ ଜିମା ଦିଆଯାଇଛି। ଗୁରୁବାର ଟ୍ରେଜେରୀରୁ ନୂଆ ତାଲାର ଚାବି ଆଣି ଆଉଥରେ ରତ୍ନଭଣ୍ଡାର ଖୋଲାଯିବ ବୋଲି ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ତେବେ ଆସନ୍ତା ୧୮ ତାରିଖ ଗୁରୁବାର ପୁଣି ଖୋଲାଯିବ ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଶୁଭ ସମୟ ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ ଖୋଲାଯିବ। ଏହି ସୟମରେ ପ୍ରାୟ ସକାଳ ୮ଟା ବେଳକୁ ମନ୍ଦିର ପ୍ରବେଶ କଟକଣା କରାଯିବ। ସେହି ସମୟରେ ସାଧାରଣ ଭକ୍ତଙ୍କ ପାଇଁ ମନ୍ଦିର ପ୍ରବେଶ କଟକଣା ରହିବ।

ମୁଖ୍ୟ ପ୍ରଶାସକଙ୍କ କହିବାନୁସାରେ, ଭିତର ଭଣ୍ଡାରରେ କାନ୍ଥକୁ ଲାଗି ସିନ୍ଦୁକ, ଆଲମାରୀ ରହିଥିଲା। ସମୟ ଅଭାବରୁ ରବିବାର ଆମେ ସିନ୍ଦୁକ, ଆଲମାରୀ ଖୋଲାଯାଇପାରି ନଥିଲା। ପରବର୍ତ୍ତୀ ସମୟରେ ଖୋଲିବାକୁ ନିଷ୍ପତ୍ତି ନେଇ ନୂଆ ତାଲା ପକାଇ ସିଲ କରିଥିଲୁ। ପ୍ରଥମେ ରତ୍ନଭଣ୍ଡାରରେ ଥିବା ଗହଣା ଗୁଡ଼ିକୁ ସ୍ଥାନାନ୍ତର କରାଯାଉଛି। ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତରଣ ପରେ ମୂଳ ରତ୍ନଭଣ୍ଡାର ମରାମତି ହେବ। ଏଏସଆଇ ଦ୍ବାରା ମରାମତି କାର୍ଯ୍ୟ ସରିବା ପରେ ଗଣତି, ମଣତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟଙ୍କୁ ବଡ଼ ଝଟ୍‌କା, ଶପଥଗ୍ରହଣ ପୂର୍ୱରୁ ବଢିଲା ଅଡୁଆ

ଚେନ୍ନାଇ,୭।୫: ତାମିଲନାଡୁରେ ସରକାର ଗଠନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ଟିଭିକେଙ୍କ ସମର୍ଥନ ପତ୍ର ଅନୁରୋଧ କରିବା ପରେ ବିଜୟଙ୍କ ଆଜିର…

ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ମର୍ଡର: ମୃତକଙ୍କ ମାଆ ଦେଲେ ଚାଞ୍ଚଲ୍ୟକର ବୟାନ-ମୁଁ ଦୋଷୀଙ୍କୁ ଫାଶୀ ଦେବାକୁ ଚାହୁଁନାହୁଁ…’

କୋଲକାତା,୭।୫: କୋଲକାତାର ଉତ୍ତର ଉପକଣ୍ଠରେ ଅଜ୍ଞାତ ଆକ୍ରମଣକାରୀଙ୍କ ଗୁଳିରେ ବୁଧବାର ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଚନ୍ଦ୍ରନାଥ ରଥଙ୍କୁ ହତ୍ୟା କରାଯାଇଛି। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ…

ଅବୁଝା ଲୋକଙ୍କୁ ତ୍ରୁଟିପୂର୍ଣ୍ଣ ଟ୍ରାଫିକ ବ୍ୟବସ୍ଥା: ଭିଡ ଭିତରେ ଘଣ୍ଟା ଘଣ୍ଟା ଫସିରହିଲେ ଲୋକେ

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାରେ ଅସମ୍ଭାଳ ଭିଡ ପରିଲକ୍ଷିତ ହୋଇଥିଲା। ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଆବଶ୍ୟକ ପୋଲିସ ନିୟୋଜିତ…

ଫୋକସରେ ଆଗାମୀ ପଞ୍ଚାୟତ ନିର୍ବାଚନ: ଏବେଠୁ ନିଜ ନିଜ ଦଳ ଛାଡ଼ି ଭାଜପାମୁହାଁ ନେତା-କର୍ମୀ

ଛତ୍ରପୁର,୬ା୫(ଦିଲ୍ଲୀପ ସାମଲ): ଦିନକୁ ଦିନ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ଭାରତୀୟ ଜନତା ପାର୍ଟି ଶକ୍ତିଶାଳୀ ହେବାରେ ଲାଗିଛି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ଜନମଙ୍ଗଳ କାର୍ଯ୍ୟରେ ଅନୁପ୍ରାଣିତ…

୨ ବରିଷ୍ଠ ଅଧିକାରୀଙ୍କ ଦାରିଙ୍ଗବାଡି ଗସ୍ତ: ପର୍ଯ୍ୟଟନ କ୍ଷେତ୍ରର ହେବ ବିକାଶ

ଦାରିଙ୍ଗବାଡି,୬।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ଏବେ ରାଜ୍ୟ ସରକାର ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ବିଭାଗ…

ଅଧରାତିରେ ଗୁହାଳରୁ ୧୪ ଛେଳି ଗାଏବ: ମାଲିକ କହିଲେ…

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରୁ ୧୪ଟି ଛେଳି ଚୋରି ହୋଇଥିବା ଅଭିଯୋଗ ହୋଇଛି l ବୁଧବାର ବିଳମ୍ବିତ…

ଗମନାଗମନରେ ଘୋଡ଼ାଘାଟ ନଦୀ ସାଜିଛି ବାଧକ: ଲୋକେ ହନ୍ତସନ୍ତ

ନୂଆପଡ଼ା,୭ା୫ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଚୁଲାଭାଟ ପଞ୍ଚାୟତ ଭଇଷାଦାଦର ଗଁାର ବରପଦର ପଡ଼ାବାସୀଙ୍କ ଗମନାଗମନରେ ଘୋଡ଼ାଘାଟ ନଦୀ ବାଧକ ସାଜିଛି। ବରପଦର ପଡ଼ାରେ ୨୦ରୁ ଊର୍ଦ୍ଧ୍ୱ…

ଉଚ୍ଛେଦ ହେଉଛି, ଥଇଥାନ ହେଉନି: ଜୀବନ ଜୀବିକା ଦୁର୍ବିଷହ

ବରଗଡ଼,୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ସହରରେ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଏହି ଉଚ୍ଛେଦ ଅଭିଯାନରେ ପର୍ଯ୍ୟାୟକ୍ରମେ ସହରର ବିଭିନ୍ନ ୱାର୍ଡରେ ଜବରଦଖଲକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri