ରତ୍ନଭଣ୍ଡାର ପ୍ରସଙ୍ଗ: ସିବିଆଇ ତଦନ୍ତ ଦାବି କଲେ ସୁଦର୍ଶନ

ପୁରୀ,୬ା୮(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର କାର୍ଯ୍ୟାଳୟରେ ସୋମବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରତ୍ନଭଣ୍ଡାର ସମ୍ପର୍କରେ ଆଲୋଚନା କରାଯାଇଥିଲା। ମୁଖ୍ୟତଃ ଆଧୁନିକ ବୈଷୟିକ ଜ୍ଞାନ କୌଶଳ ବ୍ୟବହାର କରାଯାଇ ରତ୍ନଭଣ୍ଡାର ଯାଞ୍ଚ, ମରାମତି ସହ ପୁରୁଣା ସିନ୍ଦୁକ ଓ ଆଲମାରି ଆଦିକୁ ସ୍ଥାନାନ୍ତର କରିବାକୁ ଆଲୋଚନା ହୋଇଥିଲା। ବୈଠକରେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ତଥା ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଯୋଗଦେଇ ରତ୍ନଭଣ୍ଡାର ପ୍ରସଙ୍ଗରେ ସିବିଆଇ ତଦନ୍ତ ପାଇଁ ଦାବି କରିଛନ୍ତି।
ମତ ଦେଇଥିଲେ ଯେ, ଗତ ମାସ ୧୪ ତାରିଖରେ ପ୍ରଥମ ଥର ପାଇଁ ରତ୍ନଭଣ୍ଡାରକୁ ତଦାରଖ କମିଟି ପ୍ରବେଶ କରି ବାହାର ରତ୍ନଭଣ୍ଡାରରୁ ଅସ୍ଥାୟୀ ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତର କରିଥିଲେ। ବାହାର ରତ୍ନଭଣ୍ଡାର ସ୍ଥାନାନ୍ତର କାର୍ଯ୍ୟ ସମ୍ପନ୍ନ କରି ଭିତର ରତ୍ନଭଣ୍ଡାର ନିକଟକୁ ଯାଇଥିଲେ। ତେବେ କମିଟି ଦେଖିବାକୁ ପାଇଥିଲେ ଯେ, ଭିତର ରତ୍ନଭଣ୍ଡାର ଦ୍ୱାରରେ ୩ଟି ତାଲା ପଡ଼ିଛି। ୩ଟି ତାଲା ମଧ୍ୟରୁ ଗୋଟିଏ ସିଲ୍‌ ଥିବାବେଳେ ଦୁଇଟି ତାଲାରେ ସିଲ୍‌ ବା ଜଉମୁଦ ନ ଥିଲା। ଯାହାକୁ ନେଇ ଭକ୍ତଙ୍କ ମନରେ ଅନେକ ସନ୍ଦେହ ସୃଷ୍ଟି ହୋଇଛି। ତେଣୁ ପରିଚାଳନା କମିଟି ପକ୍ଷରୁ ରାଜ୍ୟ ସରକାରଙ୍କୁ ଉକ୍ତ ଘଟଣାର ସିବିଆଇ ତଦନ୍ତ କରାଯିବାକୁ ଅନୁରୋଧ କରାଯାଉ ବୋଲି ସୁଦର୍ଶନ ଦାବି କରିଛନ୍ତି। ଅପରପକ୍ଷରେ ଭିତର ରତ୍ନଭଣ୍ଡାର ଅବସ୍ଥା କ’ଣ ଥିଲା ତାହା ମଧ୍ୟ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଉଛି, ଯାହାକୁ ନେଇ ଭକ୍ତଙ୍କ ମନରେ ଅନେକ ପ୍ରଶ୍ନ ସୃଷ୍ଟି ହେଲାଣି। ତେଣୁ ଲୋକଙ୍କ ମନରେ ସୃଷ୍ଟି ହୋଇଥିବା ସନ୍ଦେହକୁ ଦୂର କରିବା ସହ ସତ୍ୟ ସାମ୍ନାକୁ ଆସିବା ନିମନ୍ତେ ସରକାର ସିବିଆଇକୁ ତଦନ୍ତ ଭାର ଦିଅନ୍ତୁ। ଫଳରେ କେଉଁ ମସିହାରେ ରତ୍ନଭଣ୍ଡାର ଶ୍ରୀମନ୍ଦିରରେ ନିର୍ମାଣ କରାଯାଇଥିଲା, କେବେ ରତ୍ନଭଣ୍ଡାର ଖୋଲାଯାଇଥିଲା ଏବଂ ଏ ସମ୍ପର୍କିତ ଅନ୍ୟାନ୍ୟ ବହୁ ତଥ୍ୟ ଲୋକଲୋଚନକୁ ଆସିପାରିବ। ତେଣୁ ସିବିଆଇ ତଦନ୍ତ କରାଯିବା ଉଚିତ ବୋଲି ସୁଦର୍ଶନ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri