ଖୋଲିଲା ରତ୍ନଭଣ୍ଡାର

ପୁରୀ,୧୪ା୭: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀର୍ଘ ୪୬ ବର୍ଷ ପରେ ଆଜି ଖୋଲିଛି ରତ୍ନଭଣ୍ଡାର। ରବିବାର ଅପରାହ୍ନ ୧ଟା ୨୮ରେ ଶୁଭମୁହୂର୍ତ୍ତରେ ଖୋଲିଛି ରତ୍ନଭଣ୍ଡାର। ପୂର୍ବରୁ ସମୟ ନିର୍ଦ୍ଧାରିତ ହୋଇଥିବା ବେଳେ ଠିକ୍‌ ସମୟରେ ଖୋଲିଛି ରତ୍ନଭଣ୍ଡାର। ପ୍ରଥମେ ବାହାର ଭଣ୍ଡାର ଦ୍ୱାର ଖୋଲାଯାଇଥିଲା। ଏହା ପରେ ଭିତର ରତ୍ନଭଣ୍ଡାର ଦ୍ୱାର ଖୋଲାଯିବ। ଏନେଇ ପ୍ରକ୍ରିୟା ଜାରି ରହିଛି। ତେବେ ଆଜି ଗଣତି ହେବ ନାହିଁ କେବଳ ଯାଞ୍ଚ ହେବ ବୋଲି  ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି।

ରତ୍ନଭଣ୍ଡାର ଭିତରକୁ ୧୧ ଜଣ ସଦସ୍ୟ ଯାଇଛନ୍ତି। ଏମାନଙ୍କ ମଧ୍ୟରେ ଯାଞ୍ଚ କମିଟିର ୨ ଜଣ ସଦସ୍ୟ ଜଷ୍ଟିସ ରଥ ଓ ଡାକ୍ତର ସିବିକେ ମହାନ୍ତି ଭିତରକୁ ଯାଇଛନ୍ତି। ଏଥିସହ ଗଜପତି ମହାରାଜାଙ୍କ ପ୍ରତିନିଧି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ, ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ , ଏଏସ୍‌ଆଇ ଅଧୀକ୍ଷକ ଡିବି ଗଡ଼ନାୟକ ରତ୍ନଭଣ୍ଡାର ସବ୍‌ କମିଟି ସଦସ୍ୟ, ଛତିଶା ନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର ଭିତରକୁ ଯାଇଥିବାର ଜଣାପଡ଼ିଛି।

୨୦୧୮ ମାର୍ଚ୍ଚ ୨୨ରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ପ୍ରଥମେ ମାର୍ଚ୍ଚ ୨୬ରେ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ଟିମ ରତ୍ନଭଣ୍ଡାର ଯାଞ୍ଚ କରିଥିଲେ। ପରେ ଏପ୍ରିଲ ୪ରେ ଭିତର ରତ୍ନଭଣ୍ଡାର ଖୋଲିବାକୁ ୧୭ ଜଣିଆ ପ୍ରାଧିକୃତ ଟିମ୍‌ ଯାଇଥିଲା। ତେବେ ଚାବି ହଜିଥିବାରୁ ଭିତର ରତ୍ନଭଣ୍ଡାର ଖୋଲାଯାଇପାରି ନ ଥିଲା। ପରେ ଚାବି ହଜିବା ସମ୍ପର୍କରେ ସରକାରଙ୍କ ପକ୍ଷରୁ ଜଷ୍ଟିସ ରଘୁବୀର ଦାସ କମିଶନ ତଦନ୍ତ କରିଥିଲା। ମାତ୍ର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଗଲା ନାହିଁ। ଶ୍ରୀମନ୍ଦିର ରେକର୍ଡ ଅଫ୍‌ ରାଇଟସ ମୁତାବକ ପ୍ରତି ତିନିବର୍ଷରେ ରତ୍ନଭଣ୍ଡାର ଖୋଲାହେବା ନିୟମ ରହିଥିବାବେଳେ ଆଜିକୁ ପ୍ରାୟ ୪୬ ବର୍ଷ ହେବ ଏହା ଖୋଲାଯାଇ ନ ଥିଲା।

ସୂଚନାଯୋଗ୍ୟ, ଶେଷଥର ପାଇଁ ୧୯୭୮ରେ ଭିତର ରତ୍ନଭଣ୍ଡାର ଖୋଲାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri