ବାପାଙ୍କ ପରେ ପୁଅ ଅମଳରେ ଖୋଲିଲା ରତ୍ନଭଣ୍ଡାର

ପୁରୀ,୧୪ା୭: ବହୁ ପ୍ରତୀକ୍ଷିତ ଦୀର୍ଘ ୪୬ ବର୍ଷ ପରେ ରବିବାର ଖୋଲିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଅପରାହ୍ନ ୧ଟା ୨୮ରେ ଶୁଭମୁହୂର୍ତ୍ତରେ ଖୋଲାଯାଇଛି ରତ୍ନଭଣ୍ଡାର। ପ୍ରଥମେ ବାହାର ଭଣ୍ଡାର ଦ୍ୱାର ଖୋଲାଯାଇଛି। ଏହା ପରେ ଭିତର ରତ୍ନଭଣ୍ଡାର ଦ୍ୱାର ଖୋଲାଯିବ। ଏନେଇ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି। ତେବେ ଆଜି ଗଣତି ହେବ ନାହିଁ କେବଳ ଯାଞ୍ଚ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି।

ଏହି ପରିପ୍ରେକ୍ଷୀରେ ଏକ ଅପୂର୍ବ ସଂଯୋଗ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ରେକର୍ଡ ଅଫ ରାଇଟସ୍‌ ମୁତାବକ ପ୍ରତି ୩ବର୍ଷରେ ରତ୍ନଭଣ୍ଡାର ଖୋଲାହେବା ନେଇ ନିୟମ ରହିଥିବା ବେଳେ ଆଜିକୁ ପ୍ରାୟ ୪୬ବର୍ଷ ହେବ ଏହା ଖୋଲାଯାଇ ନ ଥିଲା। ଶେଷଥର ପାଇଁ ୧୯୭୮ରେ ଭିତର ରତ୍ନଭଣ୍ଡାର ଖୋଲାଯାଇଥିଲା। ବର୍ତ୍ତମାନ ୨୦୨୪ରେ ରତ୍ନଭଣ୍ଡାର ଖୋଲାଯାଇଛି। ସେତିକିବେଳେ ରାଜ୍ୟର ଆଇନ୍‌ମନ୍ତ୍ରୀ ବିଶ୍ୱଭୂଷଣ ହରିଚନ୍ଦନ ରହିଥିଲେ । ବର୍ତ୍ତମାନ ୨୦୨୪ରେ ବିଶ୍ୱଭୂଷଣଙ୍କ ପୁଅ ତଥା ବରିଷ୍ଠ ଭାଜପା ନେତା ପୃଥୱୀରାଜ ହରିଚନ୍ଦନ ଆଇନ୍‌ ମନ୍ତ୍ରୀ ଅଛନ୍ତି। ଏହାକୁ ଏକ ବଡ଼ ସଂଯୋଗ ବୋଲି ମଧ୍ୟ ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?