ମା’ ବିମଳାଙ୍କଠାରୁ ଗୁଆ ନେଲେ ଟିମ୍‌, ବନ୍ଦ ହେଲା ୩ ଦ୍ୱାର; ଆଉ କିଛି ମିନିଟ୍‌ରେ…

ପୁରୀ ଅଫିସ,୧୪।୭: ଖୋଲାଯିବ ରତ୍ନଭଣ୍ଡାର। ଏହାକୁ ନେଇ ପୁରୀ ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପ୍ରଥମେ ଶ୍ରୀମନ୍ଦିର ଭିତରେ ଥିବା ଭକ୍ତଙ୍କୁ ବାହାର କରାଯିବା ପରେ ୧୧ଜଣିଆ ଟିମ୍‌ ମନ୍ଦିର ମଧ୍ୟକୁ ଯାଇଛନ୍ତି। ସେମାନେ ପ୍ରଥମେ ମା’ ବିମଳାଙ୍କୁ ଦର୍ଶନ କରି ଗୁଆ ଆଣିବା ପରେ ମା’ ଲକ୍ଷ୍ମୀଙ୍କ ଦର୍ଶନ କରିଛନ୍ତି। ଏହାପରେ ୧ଟା ୨୮ ମିନିଟ୍‌ରେ ରତ୍ନଭଣ୍ଡାର ଖୋଲାଯିବ ବୋଲି ଜଣାପଡ଼ିଛି।

ଅପରପକ୍ଷେ ଟିମ୍‌ ପ୍ରବେଶ ପରେ ୩ ଦ୍ୱାର ବନ୍ଦ କରାଯାଇଛି। କେବଳ ସିଂହଦ୍ୱାର ଖୋଲାଯାଇଥିବା ବେଳେ ପୋଲିସ ସତର୍କ ରହିଛି। ୧୧ଜଣିଆ ଟିମ୍‌ ନ ଆସିବା ଯାଏ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଲାଗିଛି।

ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ପ୍ରଦାନ ସହ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସେସ୍‌(ଏସ୍‌ଓପି) ଜାରି କରାଯାଇଥିଲା। ଫଳରେ ଭିତର ରତ୍ନଭଣ୍ଡାର ଖୋଲାଯିବା ନିଶ୍ଚିତ ହୋଇଥିଲା। ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ଏସ୍‌ଓପି ପ୍ରଦାନ କରାଯାଇଥିଲା। ଏହାପରେ ରତ୍ନଭଣ୍ଡାର ଖୋଲାଯିବା ନେଇ ପ୍ରସ୍ତୁତି ଶେଷ ହୋଇଛି। ରବିବାର ଅପରାହ୍ନ ୧ଟାରୁ ୧ଟା ୩୦ ମିନିଟ୍‌ ମଧ୍ୟରେ ରତ୍ନଭଣ୍ଡାର ଖୋଲାଯିବାକୁ ସ୍ଥିର ହୋଇଛି ବୋଲି ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ୍‌ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି। ଉଲ୍ଲେଖଥାଉ କି ଶେଷଥର ପାଇଁ ୧୯୭୮ ମସିହାରେ ରତ୍ନଭଣ୍ଡାର ଖୋଲାଯିବା ସହ ଏହାର ଅଡିଟ କରାଯାଇ ଇନ୍‌ଭେଣ୍ଟୋରି ପ୍ରସ୍ତୁତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri