ରତ୍ନଭଣ୍ଡାର ଖୋଲିବ କି ନାହିଁ ଜଷ୍ଟିସ୍‌ ଅରିଜିତ୍‌ ପଶାୟତ ଦେଲେ ଏହି ବଡ଼ ସୂଚନା

ପୁରୀ,୪ା୭: ଆସନ୍ତା ୮ ତାରିଖରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲିବାକୁ କୁହାଯାଇଥିବା ବେଳେ ଏବେ ରତ୍ନଭଣ୍ଡାର ତଦାରଖ ଜଷ୍ଟିସ୍‌ ଅରିଜିତ ପଶାୟତ ଏନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୮ ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ସମ୍ଭାବନା କମ୍‌ ରହିଛି। ଯେବେ ସରକାର ନିଷ୍ପତ୍ତି ନେବେ, ସେବେ ଖୋଲାଯିବ।

ସୂଚନାଯୋଗ୍ୟ, ୨୦୧୮ ମାର୍ଚ୍ଚ ୨୨ରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ପ୍ରଥମେ ମାର୍ଚ୍ଚ ୨୬ରେ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ଟିମ୍‌ ରତ୍ନଭଣ୍ଡାର ଯାଞ୍ଚ କରିଥିଲେ। ପରେ ଏପ୍ରିଲ ୪ରେ ଭିତର ରତ୍ନଭଣ୍ଡାର ଖୋଲିବାକୁ ୧୭ ଜଣିଆ ପ୍ରାଧିକୃତ ଟିମ ଯାଇଥିଲା। ତେବେ ଚାବି ହଜିଥିବାରୁ ଭିତର ରତ୍ନଭଣ୍ଡାର ଖୋଲାଯାଇପାରି ନ ଥିଲା। ପରେ ଚାବି ହଜିବା ସମ୍ପର୍କରେ ସରକାରଙ୍କ ପକ୍ଷରୁ ଜଷ୍ଟିସ ରଘୁବୀର ଦାସ କମିଶନ ତଦନ୍ତ କରିଥିଲା। ମାତ୍ର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଗଲା ନାହିଁ। ଶ୍ରୀମନ୍ଦିର ରେକର୍ଡ ଅଫ୍‌ ରାଇଟସ୍‌ ମୁତାବକ ପ୍ରତି ତିନିବର୍ଷରେ ରତ୍ନଭଣ୍ଡାର ଖୋଲାହେବା ନିୟମ ରହିଥିବାବେଳେ ଆଜିକୁ ପ୍ରାୟ ୪୫ ବର୍ଷ ହେବ ଏହା ଖୋଲାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri