ରତ୍ନଭଣ୍ଡାର ଖୋଲିବ କି ନାହିଁ ଜଷ୍ଟିସ୍‌ ଅରିଜିତ୍‌ ପଶାୟତ ଦେଲେ ଏହି ବଡ଼ ସୂଚନା

ପୁରୀ,୪ା୭: ଆସନ୍ତା ୮ ତାରିଖରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲିବାକୁ କୁହାଯାଇଥିବା ବେଳେ ଏବେ ରତ୍ନଭଣ୍ଡାର ତଦାରଖ ଜଷ୍ଟିସ୍‌ ଅରିଜିତ ପଶାୟତ ଏନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୮ ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ସମ୍ଭାବନା କମ୍‌ ରହିଛି। ଯେବେ ସରକାର ନିଷ୍ପତ୍ତି ନେବେ, ସେବେ ଖୋଲାଯିବ।

ସୂଚନାଯୋଗ୍ୟ, ୨୦୧୮ ମାର୍ଚ୍ଚ ୨୨ରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ପ୍ରଥମେ ମାର୍ଚ୍ଚ ୨୬ରେ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ଟିମ୍‌ ରତ୍ନଭଣ୍ଡାର ଯାଞ୍ଚ କରିଥିଲେ। ପରେ ଏପ୍ରିଲ ୪ରେ ଭିତର ରତ୍ନଭଣ୍ଡାର ଖୋଲିବାକୁ ୧୭ ଜଣିଆ ପ୍ରାଧିକୃତ ଟିମ ଯାଇଥିଲା। ତେବେ ଚାବି ହଜିଥିବାରୁ ଭିତର ରତ୍ନଭଣ୍ଡାର ଖୋଲାଯାଇପାରି ନ ଥିଲା। ପରେ ଚାବି ହଜିବା ସମ୍ପର୍କରେ ସରକାରଙ୍କ ପକ୍ଷରୁ ଜଷ୍ଟିସ ରଘୁବୀର ଦାସ କମିଶନ ତଦନ୍ତ କରିଥିଲା। ମାତ୍ର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଗଲା ନାହିଁ। ଶ୍ରୀମନ୍ଦିର ରେକର୍ଡ ଅଫ୍‌ ରାଇଟସ୍‌ ମୁତାବକ ପ୍ରତି ତିନିବର୍ଷରେ ରତ୍ନଭଣ୍ଡାର ଖୋଲାହେବା ନିୟମ ରହିଥିବାବେଳେ ଆଜିକୁ ପ୍ରାୟ ୪୫ ବର୍ଷ ହେବ ଏହା ଖୋଲାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ଅର୍ଥ ବିଭାଗର ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ତାଲିକାରେ ଏବେ ୧୪

ଭୁବନେଶ୍ୱର,୨୪।୬(ରବିନାରାୟଣ ଜେନା): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ କାର୍ଯ୍ୟାନ୍ବୟନ କରିବାରେ ଅବହେଳା ପ୍ରଦର୍ଶନ କରିବା ଏବେ ୮ଟି ବ୍ୟାଙ୍କକୁ ମହଙ୍ଗା ସାବ୍ୟସ୍ତ…

ସଂଶୋଧିତ ତାଲିକାରେ ବି ବଢ଼ିଲା ତ୍ରୁଟି: ଦକ୍ଷତାକୁ ନେଇ ବଡ଼ ପ୍ରଶ୍ନବାଚୀ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ। ପ୍ରତିଦିନ ପାଠ୍ୟପୁସ୍ତକରେ ତ୍ରୁଟି ନେଇ ନୂଆ ନୂଆ ତଥ୍ୟ ପଦାକୁ ଆସୁଛି। ପାଠ୍ୟପୁସ୍ତକରେ ତ୍ରୁଟି…

ଭାଜପା ବୁଥ୍‌ ସଭାପତିଙ୍କୁ ବିଚ୍‌ ରାସ୍ତାରେ ନିର୍ମମ ହତ୍ୟା: କାଠ ଫାଳିଆରେ ବାଡେଇ ବାଡେଇ ମାରିଦେଲେ…

ମହାକାଳପଡ଼ା,୨୪।୬( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ ରାମନଗର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ…

ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ: ଟ୍ୟୁସନ ବାହାନାରେ ନାବାଳକଙ୍କୁ ବଳାତ୍କାର କରି ଫସିଲେ ଶିକ୍ଷକ, ପୂରା ଘଟଣା ଜାଣିଲେ…

କଟକ,୨୪।୬(ପ୍ରଭୁ କଲ୍ୟାଣ ପାଲ): ଅପ୍ରାକୃତିକ ଯୌନ ଲାଳସା ହେଲା କାଳ। ନାବାଳକଙ୍କୁ ବଳାତ୍କାର କରି ଫସିଲେ ଉର୍ଦ୍ଦୁ ଶିକ୍ଷକ। ଟ୍ୟୁସନ ବାହାନାରେ ନାବାଳକକୁ ବାରମ୍ବାର ପକାଉଥିଲେ ଲୋଲୁପ…

୯ରେ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୨୪।୬ (ରବିନାରାୟଣ ଜେନା): ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍‌ ଜୁଲାଇ ୯ରେ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ରେ…

୪ରେ ଆସିପାରନ୍ତି ଅମିତ୍‌ ଶାହା

ଭୁବନେଶ୍ୱର,୨୪।୬ (ସୁନିତ୍‌ ମିଶ୍ର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଶାହାଙ୍କ ରାଜ୍ୟ ଗସ୍ତ ନେଇ ପ୍ରସ୍ତାବନା ରହିଛି। ମାତ୍ର…

ଦୁର୍ବୃତ୍ତଙ୍କ ଟାର୍ଗେଟରେ ମନ୍ଦିର; ରାମ ମନ୍ଦିର ହୁଣ୍ଡି ତାଡ଼ି ଲକ୍ଷାଧିକ ଟଙ୍କା ଚୋରି

ଛତ୍ରପୁର, ୨୪।୬ (ଦିଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ନିକଟରେ ଅବସ୍ଥିତ ଶ୍ରୀରାମ ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ବୁଧବାର ସକାଳେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri