ଆଜି ଖୋଲିବ ରତ୍ନଭଣ୍ଡାର

ଭୁବନେଶ୍ୱର,୧୪।୭(ଅନିଲ ଦାସ)/ପୁରୀ, (ଅଜିତ୍‌ ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ରବିବାର ଖୋଲିବ। ରତ୍ନଭଣ୍ଡାରର ମରାମତି ସହ ଅଳଙ୍କାର ଗଣତି ମଧ୍ୟ ହେବ। କେତେବେଳେ ଖୋଲାଯିବ ସେନେଇ ମନ୍ଦିରର ସେବାୟତମାନଙ୍କ ସହ ବିଚାରବିମର୍ଶ କରି ସମୟ ନିର୍ଘଣ୍ଟ କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଶନିବାର ଆଇନ ମନ୍ତ୍ରୀ ପୃ୍‌ଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଗଣମାଧ୍ୟମକୁ ମନ୍ତ୍ରୀ କହିଛନ୍ତି ଯେ, ରତ୍ନଭଣ୍ଡାରର ମରାମତି ଓ ଗଣତିମଣତି ବାବଦ କାର୍ଯ୍ୟ ଅତ୍ୟନ୍ତ ସ୍ବଚ୍ଛତା ସହ ଓ ସୁରୁଖୁରୁରେ କରିବା ପାଇଁ ବିଭିନ୍ନ କମିଟି ଗଠନ ହୋଇଛି। କିଏ କେଉଁ କମିଟିରେ ରହିବେ ତାହା ମଧ୍ୟ ସରକାର ଚୂଡ଼ାନ୍ତ କରିସାରିଛନ୍ତି। ପ୍ରତ୍ୟେକ କାର୍ଯ୍ୟ ବିଧିବ୍ୟବସ୍ଥା ଅନୁସାରେ କରାଯିବ ।

ମହାପ୍ରଭୁଙ୍କ ରତ୍ନଭଣ୍ଡାରରେ ଥିବା ଅଳଙ୍କାରର ସଂଖ୍ୟା, ଗୁଣାତ୍ମକ ମାନ, ଓଜନ ଓ ଫଟୋଚିତ୍ର ସମ୍ବଳିତ ଡିଜିଟାଲ କାଟାଲଗ୍‌ ମଧ୍ୟ ପ୍ରସ୍ତୁତ କରାଯିବ, ଯାହାକି ଭବିଷ୍ୟତ ପାଇଁ ଏକ ରେଫରେନ୍ସ ଡକ୍ୟୁମେଣ୍ଟ ଭାବେ ଉପଯୋଗ କରିହେବ । ଏହି ସମସ୍ତ ପ୍ରକ୍ରିୟାରେ ଧାର୍ମିକ ଭାବାବେଗ, ସ୍ବଚ୍ଛତା ଓ ପାରଦର୍ଶିତାକୁ ଗୁରୁତ୍ୱ ଦିଆଯିବ। ଏ ନେଇ ପ୍ରସ୍ତୁତ ଏସ୍‌ଓପି ମନ୍ଦିର ପ୍ରଶାସନକୁ ଦିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଆବଶ୍ୟକତା ଅନୁସାରେ କାର୍ଯ୍ୟ କରିବାକୁ କୁହାଯାଇଛି।

ରତ୍ନଭଣ୍ଡାର ଖୋଲିବା ସଂକ୍ରାନ୍ତ ଏସ୍‌ଓପି ଚୂଡ଼ାନ୍ତ ପାଇଁ ବୈଠକ ବସି ସରକାରଙ୍କ ପକ୍ଷରୁ ବିଭିନ୍ନ ଦିଗ ଉପରେ ତର୍ଜମା କରାଯାଇଛି। ଏହି ସମସ୍ତ ପ୍ରକ୍ରିୟାର ସୁପରିଚାଳନା ପାଇଁ ମୁଖ୍ୟ ପ୍ରଶାସକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏସ୍‌ଓପିରେ ସବୁକଥା ସ୍ପଷ୍ଟ ଭାବେ ଉଲ୍ଲେଖ ରହିଛି। କେଉଁ କମିଟି କ’ଣ କାର୍ଯ୍ୟ କରିବ ତାହା ମଧ୍ୟ ଉଲ୍ଲେଖ ରହିଛି। ଗଣତି ସମୟରେ ରିଜର୍ଭ ବ୍ୟାଙ୍କର ପ୍ରତିନିଧି ଉପସ୍ଥିତ ମଧ୍ୟ ରହିବେ। ସେହିଭଳି ଭିତର ରତ୍ନଭଣ୍ଡାରକୁ କେଉଁମାନେ ଯିବେ ତାହା ମଧ୍ୟ ଚୂଡ଼ାନ୍ତ ହୋଇଛି। ବିଭିନ୍ନ କମିଟିରେ ମନ୍ଦିର ପରିଚାଳନା ସଦସ୍ୟ, ସେବାୟତ, ଏଏସ୍‌ଆଇ ପ୍ରତିନିଧି, ରିଜର୍ଭ ବ୍ୟାଙ୍କ ପ୍ରତିନିଧିଙ୍କୁ ସାମିଲ କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏସବୁ କମିଟିର ସୁପରିଚାଳନା ଦାୟିତ୍ୱ ତୁଲାଇବେ ବୋଲି ମନ୍ତ୍ରୀ କହିଛନ୍ତି। ଗତଥର ରତ୍ନଭଣ୍ଡାରର ଅଳଙ୍କାର ଗଣତିମଣତି କାର୍ଯ୍ୟ ପାଇଁ ୭୦ରୁ ୭୨ ଦିନ ସମୟ ଲାଗିଥିଲା। ଚଳିତଥର ଟେକ୍ନୋଲୋଜିରେ ସୁଧାର ଆସିଛି। ମାତ୍ର ଏହି କାର୍ଯ୍ୟ ପାଇଁ କେତେଦିନ ସମୟ ଲାଗିବ ତାହା କହିବା ଏବେ ସମ୍ଭବପର ନୁହେଁ । ଏହି ମରାମତି ଓ ଗଣତିମଣତି ଯୋଗୁ ମହାପ୍ରଭୁଙ୍କ ଦର୍ଶନ କିମ୍ବା ନୀତିକାନ୍ତିରେ କୌଣସି ପ୍ରଭାବ ପଡ଼ିବ ନାହିଁ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି । ତେବେ ରତ୍ନଭଣ୍ଡାର ଖୋଲିବା ଓ ଗଣତିମଣତି ଏକ ସମ୍ବେଦନଶୀଳ ପ୍ରସଙ୍ଗ । ମହାପ୍ରଭୁଙ୍କ ନୀତି ତଥା ଧାର୍ମିକ ଭାବନା ସହ ଜଡ଼ିତ ଥିବାରୁ କିଛି କଥା ଲୁକ୍କାୟିତ ରହିବା ଜରୁରୀ ବୋଲି ମନ୍ତ୍ରୀ କହିଛନ୍ତି ।

ବିଜେଡି ସରକାରକୁ ସମାଲୋଚନା କରି ସେ କହିଛନ୍ତି ଯେ ଗୋଟିଏ ସରକାର ୨୪ ବର୍ଷ ଶାସନରେ ରହି ମଧ୍ୟ ରତ୍ନଭଣ୍ଡାର ଖୋଲିପାରିଲେ ନାହିଁ । ଭାଜପା ସରକାର ମାତ୍ର ମାସକ ମଧ୍ୟରେ ମହାପ୍ରଭୁଙ୍କ ଆଶୀର୍ବାଦରେ ରତ୍ନଭଣ୍ଡାର ଖୋଲିବାକୁ ଯାଉଛନ୍ତି। ଶ୍ରୀମନ୍ଦିର ସହ ଜଡ଼ିତ ବିଭିନ୍ନ ରିପୋର୍ଟକୁ ତାଙ୍କ ସରକାର ସାର୍ବଜନୀନ କରିବେ । ଏଥିସହିତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ମଧ୍ୟ ନେବେ ବୋଲି ଆଇନ ମନ୍ତ୍ରୀ କହିିଛନ୍ତି ।
ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ରତ୍ନଭଣ୍ଡାର ଖୋଲିବା ନେଇ ଆଉ ଏକ ବୈଠକ ବସିବ। ସେଠାରେ ସବୁ ଆବଶ୍ୟକତା ସମ୍ପର୍କରେ ଆଲୋଚନା ହେବ। ଅପରାହ୍ନ ୧ଟା ପରେ ଶୁଭ ସମୟ ଆସୁଛି, ୧ଟା ପରେ ଖୋଲାଯିବ। ଯାହା ଆଶା କରୁଛୁ ଗୋଟାଏରୁ ସାଢ଼େ ଗୋଟାଏରେ ଖୋଲାଯିବ। ଚାବିରେ ଯଦି ତାଲା ନ ଖୋଲେ, ତା’ହେଲେ ତାଲା ଭଙ୍ଗାଯାଇ ଖୋଲାଯିବ। ତାଲା ଭାଙ୍ଗିବା ପାଇଁ ତାଲା ଭଙ୍ଗା ଟିମ୍‌ ଡକାଯାଇଛି। ସ୍ନେକ୍‌ ହେଲ୍ପଲାଇନ ଓ ମେଡିକାଲ ଟିମ୍‌ ମଧ୍ୟ ଉପସ୍ଥିତ ରହିବେ। ଆବଶ୍ୟକ ପଡ଼ିଲେ ସେମାନଙ୍କୁ ଭିତରକୁ ଯିବାକୁ ପଡ଼ିପାରେ। କେଉଁମାନେ ଭିତରକୁ ଯିବେ ସେନେଇ ମଧ୍ୟ ଏସ୍‌ଓପି ହୋଇଛି। ତଦାରଖ କମିଟିର ୨ ଜଣ, ଜିଲାପାଳ, ତାଲା ଭଙ୍ଗା ଟିମ୍‌ ଯିବେ। ଏଏସ୍‌ଆଇ ଟିମ୍‌, ଭଣ୍ଡାର ମେକାପ, ତଡ଼ଉକରଣ ମଧ୍ୟ ଯିବେ। ରତ୍ନ ଅଳଙ୍କାର ରଖିବା ପାଇଁ ମନ୍ଦିର ଭିତରେ ସ୍ଥାନ ଚିହ୍ନଟ ହୋଇସାରିଛି।
ରାଜ୍ୟରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ରତ୍ନଭଣ୍ଡାର ଯାଞ୍ଚ ପାଇଁ ଗଠିତ ଜଷ୍ଟିସ ଅରିଜିତ୍‌ ପଶାୟତ କମିଟିକୁ ଭାଙ୍ଗି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରିଛନ୍ତି। ଜଷ୍ଟିସ ରଥଙ୍କ କମିଟି ସରକାରଙ୍କୁ ରତ୍ନଭଣ୍ଡାର ଖୋଲିବା ପାଇଁ ସୁପାରିସ କରିଥିଲେ। ଉକ୍ତ କମିଟିର ତଦାରଖରେ ରତ୍ନଭଣ୍ଡାର ଖୋଲା ଓ ଗଣତିମଣତି କାର୍ଯ୍ୟ ସମ୍ପାଦନ ହେବ। ରାଜ୍ୟ ସରକାର ଏହି ପ୍ରକ୍ରିୟା ପୂର୍ବରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦବୀରୁ ମଧ୍ୟ ବରିଷ୍ଠ ଆଇଏଏସ୍‌ ଅଫିସର ବୀରବିକ୍ରମ ଯାଦବଙ୍କୁ ହଟାଇ ଅରବିନ୍ଦ ପାଢ଼ୀଙ୍କୁ ନିଯୁକ୍ତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

ଆମେରିକାକୁ ପାଲଟା ଧମକ ଦେଲା ଇରାନ: ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ…

ଓ୍ବାଶିଂଟନ୍‌,୨୩ା୩(ରଏଟର୍ସ):ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ବେଳକୁ ବେଳ ବଢ଼ି ଚାଲିଥିଲାବେଳେ ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ତୈଳ ପରିବହନ ପ୍ରସଙ୍ଗ ଉଭୟ ପକ୍ଷଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିଛି।…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri