ଆଜି ପୁଣି ଖୋଲିବ ରତ୍ନଭଣ୍ଡାର

ପୁରୀ,୨୩ା୮: ଆଜି ଅର୍ଥାତ୍‌ ଶୁକ୍ରବାର ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଏସ୍‌ଓପି ଅନୁସାରେ ଖାଲି କରାଯାଇଥିବା ଆଲମାରୀ ଓ ସିନ୍ଦୁକ ସ୍ଥାନାନ୍ତର କରାଯିବ। ଅପରାହ୍ନ ୧ଟାରୁ ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହେବ। ସ୍ଥାନାନ୍ତର ସରିବା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ମାତ୍ର ଆନନ୍ଦ ବଜାରରୁ ଅବଢ଼ା ମିଳିବ ବୋଲି ସୂଚନା ମିଳିଛି।  ଜଗମୋହନରୁ ବେହରଣ ଦ୍ବାର ଦେଇ ପଶ୍ଚିମଦ୍ବାର ନିକଟ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମ୍‌କୁ ଆଲମାରୀ ଓ ସିନ୍ଦୁକ ସ୍ଥାନାନ୍ତର କରାଯିବ।

ସ୍ଥାନାନ୍ତରଣ ସରିବା ପରେ ଦର୍ଶନ ଆରମ୍ଭ ହେବ ବୋଲି କହିଛନ୍ତି ଶ୍ରୀମନ୍ଦିର ଉପ ମୁଖ୍ୟ ପ୍ରଶାସକ। ସୂଚନା ଅନୁସାରେ, ଶ୍ରୀମନ୍ଦିର ଭିତର ଓ ବାହାର ରତ୍ନଭଣ୍ଡାରରେ ୩ଟି କାଠ ଆଲମାରୀ, ଗୋଟିଏ ଷ୍ଟିଲ ଆଲମାରୀ, ୨ଟି କାଠ ସିନ୍ଦୁକ ଓ ଗୋଟିଏ ଲୁହା ସିନ୍ଦୁକ ରହିଛି। ଏଥିରେ ଥିବା ସମସ୍ତ ଅଳଙ୍କାର ଷ୍ଟ୍ରଙ୍ଗରୁମରେ ରଖାଯାଇଛି।

ତେବେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ପ୍ରବେଶ ଓ ଯାଞ୍ଚ ପାଇଁ ୧୨ଜଣିଆ କମିଟି ଗଠନ ହୋଇଛି। ଏଥିରେ  ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.ଅରବିନ୍ଦ ପାଢ଼ୀ, ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ୍‌ ବିଶ୍ବନାଥ ରଥ, ସଦସ୍ୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍‌ ରାଜୀବ ସାହୁ, ପରିଚାଳନା କମିଟି ସଦସ୍ୟ ଦୁର୍ଗାପ୍ରସାଦ ଦାସମହାପାତ୍ର, ବରିଷ୍ଠ ସେବାୟତ ମଧୁସୂଦନ ସିଂହାରୀ, ଛତିଶାନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର, ଜଗନ୍ନାଥ ଦାସମହାପାତ୍ର, ସୌମେନ୍ଦ୍ର ମୁଦାଲି, ଭଣ୍ଡାର ମେକାପ ଗଣେଶ ମେକାପ, ତଢ଼ଉକରଣ ସୁଧାଂଶୁ ଶେଖର ପଟ୍ଟନାୟକ, ଦେଉଳକରଣ ଚନ୍ଦ୍ରଶେଖର ମଙ୍ଗରାଜ ପ୍ରମୁଖ କମିଟିରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri