ପୁରୀ ଅଫିସ,୨୬।୪: ଆସନ୍ତା ଏପ୍ରିଲ ୨୯ରୁ ଜୁନ୍ ୨୭ ତାରିଖ ଯାଏ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଶନିବାର ଏଏସ୍ଆଇ ଏବଂ ଶ୍ରୀମନ୍ଦିର ପ୍ରଶାସନ ମଧ୍ୟରେ ବୈଠକ ଅନୁଷ୍ଠିତ ହେବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି।
ଏପ୍ରିଲ ୨୯ରୁ ଜୁନ ୨୭ ଯାଏ ଅକ୍ଷୟ ତୃତୀୟା, ସ୍ନାନ ପୂର୍ଣ୍ଣିମା ଏବଂ ରଥଯାତ୍ରା ଆଦି ଥିବାରୁ ବିଭିନ୍ନ ନୀତି ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ମରାମତି କାର୍ଯ୍ୟ ବନ୍ଦ ରହିବ। ଏବେ ଏହି କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମାତ୍ର ପୂର୍ଣ୍ଣାଙ୍ଗ ମରାମତି ଶେଷ ହେବା ଲାଗି କିଛି ଦିନ ଅଧିକ ସମୟ ଲାଗିବ ବୋଲି ସେ କହିଛନ୍ତି।