ଏହି ଦିନ ଖୋଲିବ ରତ୍ନଭଣ୍ଡାର, ଜାଣନ୍ତୁ କଣ କହିଲେ ଜଷ୍ଟିସ ବିଶ୍ବନାଥ ରଥ

ପୁରୀ,୯।୭: ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିପାରେ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଏହି ସୂଚନା ଦେଇଛନ୍ତି। ଆଜି କମିଟିର ଦ୍ୱିତୀୟ ବୈଠକ ବସିଥିଲା । ବୈଠକ ପରେ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ୧୪ରେ ଖୋଲିବାକୁ ସରକାରଙ୍କୁ ପ୍ରସ୍ତାବ ଦିଆଯିବ । ଆଶା କରୁଛୁ ସରକାର ୧୪ରେ ଖୋଲିବାକୁ ଅନୁମତି ଦେବେ । ସରକାରଙ୍କ ଅନୁମତି ପାଇଲେ ରତ୍ନଭଣ୍ଡାର ଖୋଲାଯିବ ।  ଯେ କୌଣସି ପ୍ରକାର ତାଲା ଖୋଲାଯିବ । ଯେଉଁ ଚାବି ଥାଉ…କିମ୍ବା ଯେଉଁ ଚାବି ଅଛି, ସେହି ଚାବିରେ ଖୋଲୁ କି ନଖୋଲୁ, ଯେ କୌଣସି ପ୍ରକାରରେ ଆମେ ତାଲା ଖୋଲିବୁ

ପୂର୍ବରୁ ହୋଇଥିବା କମିଟିର ପ୍ରଥମ ବୈଠକ ପରେ ଭଣ୍ଡାରର ଡୁପ୍ଲିକେଟ ଚାବି ଟ୍ରେଜେରୀରେ ଥିବା ସ୍ପଷ୍ଟ ହୋଇଛି ବୋଲି ଜଷ୍ଟିସ୍ ରଥ ଗଣମାଧ୍ୟମକୁ ସୂଚନା ଦେଇଥିଲେ । ୯ ତାରିଖ ଅର୍ଥାତ୍ ଆଜିର ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଚାବି ଉପସ୍ଥାପନ କରିବେ । ଚାବି ଉପସ୍ଥାପନ ହେଲା ପରେ, ରତ୍ନଭଣ୍ଡାର କେବେ ଖୋଲାଯିବ ସେନେଇ ନିଷ୍ପତ୍ତି ନିଆଯିବ ।

ସୂଚନାଯୋଗ୍ୟ,, ଇକୋର୍ଟର ପୂର୍ବତନ ବିଚାରପତି ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଗଠନ କରାଯାଇଥିବା ରତ୍ନଭଣ୍ଡାର ଯାଞ୍ଚ କମିଟିର ଦ୍ୱିତୀୟ ବୈଠକ ମଙ୍ଗଳବାର ବସିଥିଲା। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ସକାଳ ୧୦ ଟାରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ରତ୍ନଭଣ୍ଡାର ଖୋଲିବା ନେଇ ବିସ୍ତୃତ ଆଲୋଚନା କରାଯିବା ସହ କେବେ ଖୋଲିବ ସେନେଇ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri