ରତ୍ନାକର ପଟ୍ଟନାୟକ ଏଲ୍‌ଆଇସିର ନୂଆ ପରିଚାଳନା ନିର୍ଦ୍ଦେଶକ

ଜୟପୁର,୨୪ା୨(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରର ରତ୍ନାକର ପଟ୍ଟନାୟକ ଭାରତର ପ୍ରମୁଖ ରଷ୍ଟ୍ରାୟତ୍ତ ଉଦ୍ୟୋଗ ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି)ର ନୂଆ ପରିଚାଳନା ନିର୍ଦ୍ଦେଶକ ଭାବେ ନିକଟରେ ମନୋନୀତ ହୋଇଛନ୍ତି। ଚଳିତ ବର୍ଷ ଜୁନ୍‌ ପହିଲାରୁ ସେ ଏଲ୍‌ଆଇସି ଶୀର୍ଷ ପରିଚାଳନା କ୍ଷେତ୍ରରେ ଯୋଗଦେବେ ବୋଲି ବିତ୍ତୀୟ ସେବା ବ୍ୟୁରୋ ପକ୍ଷରୁ ସୂଚନା ଦିଆଯାଇଛି। ଜୀବନ ବୀମା ପରିଚାଳନା କ୍ଷେତ୍ରରେ ତାଙ୍କର ଦକ୍ଷତା ପ୍ରଦର୍ଶନ ସହ ବ୍ୟକ୍ତିଗତ ବିଦବତ୍ତା ପାଇଁ ରାଜ୍ୟରେ ଗୌରବ ଆଣିଛନ୍ତି। ରତ୍ନାକର କୋରାପୁଟ ଜିଲା ଜୟପୁର ନୀଳକଣ୍ଠ ନଗରର ସ୍ବର୍ଗତ ଜଗନ୍ନାଥ ପଟ୍ଟନାୟକ ଓ ଲଳିତା ପଟ୍ଟନାୟକଙ୍କ ପୁଅ। ରତ୍ନାକର ୧୯୬୮ରେ ଜନ୍ମଗ୍ରହଣ କରିଥିଲେ। ସେ ମାଲକାନଗିରି ଓ କୁନ୍ଦୁରାରେ ହାଇସ୍କୁଲ ଶିକ୍ଷା ପରେ ଜୟପୁରସ୍ଥିତ ବିକ୍ରମ ଦେବ କଲେଜ ତଥା ବିଶ୍ୱବିଦ୍ୟାଳୟରେ ବିଏସ୍‌ସି କରିଥିଲେ। ୨୨ ବର୍ଷ ବୟସରେ ଭାରତୀୟ ଜୀବନ ବୀମା ନିଗମରେ କ୍ୟାରିୟର ଆରମ୍ଭ କରିଥିଲେ। ଜୟପୁର ଏଲ୍‌ଆଇସିରେ ମଧ୍ୟ ଶାଖା ପରିଚାଳକ ଭାବେ ଦାୟିତ୍ୱ ନେଇ ରେକର୍ଡ କରିଥିଲେ। ରାୟଗଡ଼ା ଶାଖାରେ ମଧ୍ୟ କାର୍ଯ୍ୟ କରିଥିଲେ। ଇନ୍ଦୋର ଓ ଜାମସେଦପୁରରେ ୨୦୧୨ରୁ ୨୦୧୭ ମଧ୍ୟରେ ଏସ୍‌ଡିଏମ୍‌ ଭାବେ ଦାୟିତ୍ୱ ତୁଲାଇଥିଲେ। ୨୦୨୧ରୁ ଏଲ୍‌ଆଇସି କେନ୍ଦ୍ରୀୟ କାର୍ଯ୍ୟାଳୟରେ କାର୍ଯ୍ୟ କରିଆସୁଥିଲେ। ଭାରତୀୟ ଜୀବନ ବୀମାର ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇବା ପରେ ଖୁସିର ଲହରି ଖେଳିଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?