ରତ୍ନଭଣ୍ଡାର ଅଳଙ୍କାର ରହିବା ପାଇଁ ଆସିଲା ସିନ୍ଦୁକ: ଜାଣନ୍ତୁ କିଏ, କେତେ ସମୟରେ କେଉଁଥିରେ କଲେ ତିଆରି

ପୁରୀ,୧୪।୭: ଆଜି ଖୋଲିବ ରତ୍ନଭଣ୍ଡାର, ଭିତରେ ଥିବା ସିନ୍ଦୁକରୁ ଅଳଙ୍କାର ଗଣତି କରାଯାଇ ଅନ୍ୟ ସିନ୍ଦୁକରେ ରଖାଯିବା ପାଇଁ ୬ ସିନ୍ଦୁକ ଆସି ପୁରୀରେ ପହଞ୍ଚିଛି। ସ୍ବତନ୍ତ୍ର ବରାଦ କରାଯାଇ ଏହି ୬ ସିନ୍ଦୁକ ତିଆରି କରାଯାଇଛି। ପ୍ରଶାସନ ପକ୍ଷରୁ ୧୫ଟି ସିନ୍ଦୁକ ବରାଦ କରାଯାଇଥିବା ବେଳେ ୬ଟି ସିନ୍ଦୁକ ଟ୍ରକରେ ଆଣି ଭୁବନେଶ୍ୱରର ଜନୈକ ବ୍ୟକ୍ତି ପହଞ୍ଚଛନ୍ତି। ଏହାକୁ ତିଆରି କରିବାକୁ ୨୦ କାରିଗରଙ୍କୁ ୪୮ ଘଣ୍ଟା ପରିଶ୍ରମ କରିବାକୁ ପଡ଼ିଥିଲା। ୪୮ ଘଣ୍ଟାର ପରିଶ୍ରମ ପରେ ଏହି ୬ଟି ସିନ୍ଦୁକ ତିଆରି ହୋଇଥିଲା। ବାକି ଆଉ ୯ଟି ସିନ୍ଦୁକ କାର୍ଯ୍ୟ ଚାଲିଛି। ଏହା ଖୁବ ଶୀଘ୍ର ପହଞ୍ଚିବ।
ସୂଚନାଯୋଗ୍ୟ, ଏହି ସିନ୍ଦୁକ ଶାଗୁଆନ କାଠରେ ପ୍ରସ୍ତୁତ କରାଯାଇଛି । ତା ସହ ଏଥିରେ ପିତ୍ତଳର ଲେପ ମଧ୍ୟ ଦିଆଯାଇଛି । ରତ୍ନଭଣ୍ଡାରର ଅଳଙ୍କାର ସବୁକୁ ଏହି ସିନ୍ଦୁକରେ ରଖାଯିବ ବୋଲି କୁହାଯାଉଛି । ବର୍ତ୍ତମାନ ଏହି ସିନ୍ଦୁକକୁ ଶ୍ରୀମନ୍ଦିର ଭିତରକୁ ନିଆଯାଉଛି । ଏଥିସହ ତାଲା ଭାଙ୍ଗିବାକୁ କଟର୍‌ ମେଶିନ ମଧ୍ୟ ଯାଇଛି ।
ଅନ୍ୟପକ୍ଷେ ରତ୍ନଭଣ୍ଡାର ଯାଞ୍ଚ ପାଇଁ ଶ୍ରୀମନ୍ଦିର ଭିତରକୁ ଯାଇଛି ତଦାରଖ କମିଟି । କମିଟିର ସଦସ୍ୟମାନେ ବର୍ତ୍ତମାନ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଛନ୍ତି । ପାରମ୍ପରିକ ପୋଷାକରେ ସଦସ୍ୟମାନେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ…

ଆଜିଠୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ, ଜ୍ଞାନେଶଙ୍କୁ ଦେଶଦ୍ରୋହୀ ଆଖ୍ୟାଦେଲେ ରାହୁଲ

ନୂଆଦିଲ୍ଲୀ,୨୫।୯(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ନେଇ ନିର୍ବାଚନ ଆୟୋଗରେ ଗୁରୁତର ମତଭେଦ ସାମ୍ନାକୁ ଆସିଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ…

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?