ରଥଯାତ୍ରାରେ ରତ୍ନଭଣ୍ଡାର ଖୋଲିବାକୁ ସୁପାରିସ

ପୁରୀ,୪।୮(ଅଜିତ ମହାନ୍ତି): ଦୀର୍ଘବର୍ଷ ଧରି ବାଦବିବାଦ ଲାଗିରହିଥିବା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ ଉପରେ ଶେଷରେ ଆଶା ସଞ୍ଚାର ହୋଇଛି। ୨୦୨୪ ରଥଯାତ୍ରା ସମୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିପାରେ। ସେ ସମୟରେ ରତ୍ନଭଣ୍ଡାର ଭିତର ଅଂଶ ମରାମତି ହେବା ସହ ଭିତରର ସ୍ଥିତି ଅନୁଧ୍ୟାନ କରାଯିବା ନେଇ ଶ୍ରୀମନ୍ଦିର ପରିଚାଳନା କମିଟିରେ ନିଷ୍ପତ୍ତି ହୋଇଛି। ଆଗାମୀ ରଥଯାତ୍ରା ପୂର୍ବରୁ ଶ୍ରୀମନ୍ଦିର ପରିଚାଳନା କମିଟି ପକ୍ଷରୁ ଏହି ପ୍ରସ୍ତାବ ରାଜ୍ୟ ସରକାରଙ୍କୁ ଦିଆଯିବ। ସୁପ୍ରିମକୋର୍ଟ କିମ୍ବା ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ତତ୍ତ୍ୱ୍ବାବଧାନରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇ ରନତ୍ଭଣ୍ଡାର ଖୋଲାଯାଉ ବୋଲି ସରକାରଙ୍କୁ ଅନୁରୋଧ କରାଯିବ।
ଚଳିତବର୍ଷ ମହାପ୍ରଭୁଙ୍କ ଘୋଷଯାତ୍ରା ପରେ ଦୁଇ ଦୁଇଥର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବାତିଲ ହେବା ପରେ ଶେଷରେ ଶୁକ୍ରବାର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବଡ଼ଦାଣ୍ଡସ୍ଥିତ ନୀଳାଦ୍ରି ଭକ୍ତନିବାସ ପରିସରରେ ବୈଠକ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri