ମୂଷା ଖାଇଗଲେ ୫୮୧ କିଲୋଗ୍ରାମ୍‌ ଗଞ୍ଜେଇ…

ମଥୁରା,୨୪।୧୧ : ଉତ୍ତରପ୍ରଦେଶରେ ମଥୁରା ପୋଲିସର ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ସାମ୍ନାକୁ ଆସିଛି। ଏପରିକି ପୋଲିସର ଏହି ରିପୋର୍ଟକୁ ବିଶ୍ୱାସ କରିବା କଷ୍ଟକର ହୋଇପଡିଛି। ପୋଲିସ କଥା ଶୁଣିବା ପରେ କୋର୍ଟରେ ବିଚାରପତି ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ବାସ୍ତବରେ, ମୂଷା ୫୮୧ କିଲୋଗ୍ରାମ୍‌ ଗଞ୍ଜେଇ ଖାଇଦେଇଥିବା ପୋଲିସ ରିପୋର୍ଟରେ ଉଲ୍ଲେଖ କରାଯାଇଛି।

ମଥୁରା ପୋଲିସ ପକ୍ଷରୁ କୋର୍ଟରେ ଏହି ରିପୋର୍ଟ ଉପସ୍ଥାପନ କରାଯାଇଛି। ଗୋଦାମରେ ରଖାଯାଇଥିବା ଜବତ ଗଞ୍ଜେଇ ମୂଷା ଖାଇ ଦେଇଛନ୍ତି। ଏହାର ଆନୁମାନିକ ମୂଲ୍ୟ ୬୦ ଲକ୍ଷ ଟଙ୍କା ବୋଲି କୁହାଯାଉଛି।

ପୋଲିସର ଏହି ରିପୋର୍ଟ ନେଇ କୋର୍ଟ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି ଏବଂ ୨୬ ନଭେମ୍ବର ସୁଦ୍ଧା ଗଞ୍ଜେଇ ଖାଉଥିବା ମୂଷାଙ୍କ ପ୍ରମାଣ ଉପସ୍ଥାପନ କରିବାକୁ କହିଛନ୍ତି। ମୂଷା ସମସ୍ୟାର ମୁକାବିଲା କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମୂଷାମାନଙ୍କୁ ନିୟନ୍ତ୍ରଣ କରିବା ପାଇଁ ପଦକ୍ଷେପ ନେବାକୁ କୋର୍ଟ ଏସଏସପିଙ୍କୁ କହିଛନ୍ତି।

୨୦୧୮ରେ ଜବତ ହୋଇଥିବା ଏହି ଗଞ୍ଜେଇକୁ ଗୋଦାମମରେ ରଖାଯାଇଥିଲା। ପୋଲିସ ପ୍ରମାଣ ଭାବରେ ମୂଷା ଖାଇଥିବା ଗଞ୍ଜେଇ କୋର୍ଟରେ ଦାଖଲ କରିଥିଲା। ପୋଲିସ କହିଛି ଯେ ଗୋଦାମରେ ବହୁତଗୁଡ଼ିଏ ମୂଷା ଅଛନ୍ତି ଏବଂ ସେମାନଙ୍କଠାରୁ ଗଞ୍ଜା ରକ୍ଷା କରାଯାଇପାରିବ ନାହିଁ। ଜବତ ହୋଇଥିବା ଗଞ୍ଜେଇ ଦାଖଲ କରିବାରେ ପୋଲିସ ନିଜର ଅସହାୟତା ପ୍ରକାଶ କରିଛି। ପୋଲିସ ଏହା ମଧ୍ୟ କହିଛି ଯେ ବଳକା ଥିବା ଗଞ୍ଜେଇ ନଷ୍ଟ ହୋଇଯାଇଛି। ବର୍ତ୍ତମାନ ପରବର୍ତ୍ତୀ ଏହି ମାମଲାର ପରବର୍ତ୍ତୀ ଶୁଣାଣି ୨୬ ନଭେମ୍ବରରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri