ମୂଷା ଖାଇଗଲେ ୫୮୧ କିଲୋଗ୍ରାମ୍‌ ଗଞ୍ଜେଇ…

ମଥୁରା,୨୪।୧୧ : ଉତ୍ତରପ୍ରଦେଶରେ ମଥୁରା ପୋଲିସର ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ସାମ୍ନାକୁ ଆସିଛି। ଏପରିକି ପୋଲିସର ଏହି ରିପୋର୍ଟକୁ ବିଶ୍ୱାସ କରିବା କଷ୍ଟକର ହୋଇପଡିଛି। ପୋଲିସ କଥା ଶୁଣିବା ପରେ କୋର୍ଟରେ ବିଚାରପତି ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ବାସ୍ତବରେ, ମୂଷା ୫୮୧ କିଲୋଗ୍ରାମ୍‌ ଗଞ୍ଜେଇ ଖାଇଦେଇଥିବା ପୋଲିସ ରିପୋର୍ଟରେ ଉଲ୍ଲେଖ କରାଯାଇଛି।

ମଥୁରା ପୋଲିସ ପକ୍ଷରୁ କୋର୍ଟରେ ଏହି ରିପୋର୍ଟ ଉପସ୍ଥାପନ କରାଯାଇଛି। ଗୋଦାମରେ ରଖାଯାଇଥିବା ଜବତ ଗଞ୍ଜେଇ ମୂଷା ଖାଇ ଦେଇଛନ୍ତି। ଏହାର ଆନୁମାନିକ ମୂଲ୍ୟ ୬୦ ଲକ୍ଷ ଟଙ୍କା ବୋଲି କୁହାଯାଉଛି।

ପୋଲିସର ଏହି ରିପୋର୍ଟ ନେଇ କୋର୍ଟ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି ଏବଂ ୨୬ ନଭେମ୍ବର ସୁଦ୍ଧା ଗଞ୍ଜେଇ ଖାଉଥିବା ମୂଷାଙ୍କ ପ୍ରମାଣ ଉପସ୍ଥାପନ କରିବାକୁ କହିଛନ୍ତି। ମୂଷା ସମସ୍ୟାର ମୁକାବିଲା କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମୂଷାମାନଙ୍କୁ ନିୟନ୍ତ୍ରଣ କରିବା ପାଇଁ ପଦକ୍ଷେପ ନେବାକୁ କୋର୍ଟ ଏସଏସପିଙ୍କୁ କହିଛନ୍ତି।

୨୦୧୮ରେ ଜବତ ହୋଇଥିବା ଏହି ଗଞ୍ଜେଇକୁ ଗୋଦାମମରେ ରଖାଯାଇଥିଲା। ପୋଲିସ ପ୍ରମାଣ ଭାବରେ ମୂଷା ଖାଇଥିବା ଗଞ୍ଜେଇ କୋର୍ଟରେ ଦାଖଲ କରିଥିଲା। ପୋଲିସ କହିଛି ଯେ ଗୋଦାମରେ ବହୁତଗୁଡ଼ିଏ ମୂଷା ଅଛନ୍ତି ଏବଂ ସେମାନଙ୍କଠାରୁ ଗଞ୍ଜା ରକ୍ଷା କରାଯାଇପାରିବ ନାହିଁ। ଜବତ ହୋଇଥିବା ଗଞ୍ଜେଇ ଦାଖଲ କରିବାରେ ପୋଲିସ ନିଜର ଅସହାୟତା ପ୍ରକାଶ କରିଛି। ପୋଲିସ ଏହା ମଧ୍ୟ କହିଛି ଯେ ବଳକା ଥିବା ଗଞ୍ଜେଇ ନଷ୍ଟ ହୋଇଯାଇଛି। ବର୍ତ୍ତମାନ ପରବର୍ତ୍ତୀ ଏହି ମାମଲାର ପରବର୍ତ୍ତୀ ଶୁଣାଣି ୨୬ ନଭେମ୍ବରରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri