Posted inଜାତୀୟ

ଫଡନବିଶଙ୍କୁ ଭେଟିଲେ ସଞ୍ଜୟ, କହିଲେ ଆମେ ଶତ୍ରୁ ନୁହେଁ

ମୁମ୍ବାଇ,୨୭ ।୯: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ନେତୃତ୍ୱାଧିନ ଦଳ ମହାବିକାଶ ଅଘାଡି ସରକାରର ସ୍ଥିରତାକୁ ନେଇ ପୁଣି ଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଇତିମଧ୍ୟରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଦେବେନ୍ଦ୍ର ଫଡନବିଶ ଓ ଶିବସେନା ଏମ୍‌ପି ସଞ୍ଜୟ ରାଉତଙ୍କ ମଧ୍ୟରେ ଏକ ସାକ୍ଷାତ୍‌କାର ଅନୁଷ୍ଠିତ ହୋଇଯାଇଛି । ଦୁଇ ନେତାଙ୍କ ମଧ୍ୟରେ ମୁମ୍ବାଇର ଏକ ପଞ୍ଚତାରକା ହୋଟେଲରେ କଥାବାତ୍ତା ହେବା ପରେ ରାଜନୀତି ହୋଇଛି ସରଗରମ । ଏହି ସାକ୍ଷାତ୍‌କାରକୁ ନେଇ ଶିବସେନା ନେତା ସଞ୍ଜୟ ରାଉତ ରବିବାର କହିଛନ୍ତି, ଫଡନବିଶ ହେଉଛନ୍ତି ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏବେକାର ବିରୋଧି ଦଳ ନେତା । ଏହାସହ ବିହାର ନିର୍ବାଚନର ଭାଜପା ପ୍ରଭାରୀ । ଆମ ଭିତରେ ବିଚାରଗତ ମତଭେଦ ହୋଇଥାଇପାରେ ହେଲେ ଆମେ ଶତ୍ରୁ ନୁହେଁ । ଆମ ବୈଠକ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମଧ୍ୟ ସବୁ ଜାଣନ୍ତି ବୋଲି ସଞ୍ଜୟ କହିଛନ୍ତି । ଏହାକୁ ନେଇ ଭାଜପା କହିଛି ବୈଠକର ଅଧିକ ଅର୍ଥ ବାହାର କରିବାର କୌଣସି ଆବଶ୍ୟକତା ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri