ପାଟଣାରେ ରାବଣ ଦହନ: ଅସତ୍ୟ ଉପରେ ସତ୍ୟର ବିଜୟ, ଖବରଦାତା-ସାମାଜିକ କର୍ମୀଙ୍କୁ ସମ୍ମାନ

ପାଟଣା,୨।୧: କେନ୍ଦୁଝର ଜିଲାର ପାଟଣା ବ୍ଲକ ମୁଖ୍ୟାଳୟ ଷ୍ଟାଡିୟମରେ ଗୁରୁବାର ରାତିରେ ରାବଣ ପୋଡ଼ି ମହୋତ୍ସବ ଆନନ୍ଦ ଉଲ୍ଲାସର ସହିତ ଆୟୋଜିତ ହୋଇଛି। ରାବଣ ପୋଡ଼ି କମିଟିର ଅଧ୍ୟକ୍ଷ ବିଜୟ ରତ୍ନ ପତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାୟକ ଓ ମୁଖ୍ୟବକ୍ତା ଅବସରଗତ ଇଂରାଜୀ ଅଧ୍ୟାପକ ଡ. କୁଶ ଚନ୍ଦ୍ର ପ୍ରଧାନ ଯୋଗ ଦେଇଛନ୍ତି। ଡ. ପ୍ରଧାନ କହିଛନ୍ତି, ବିଜୟାଦଶମୀ ଅସତ୍ୟ ଉପରେ ସତ୍ୟର ପ୍ରତୀକ; ଏହା ଆମର ଭିତରେ ରହିଥିବା ରାବଣକୁ ନାଶ କରିବାକୁ ପ୍ରେରଣା ଦେଇଥାଏ।

ସମ୍ମାନୀୟ ଅତିଥିମାନଙ୍କ ମଧ୍ୟରେ ବ୍ଲକ୍ ଅଧ୍ୟକ୍ଷା ବୀଣାପାଣି ନାୟକ, ଡିଏଫ୍‌ଓ ଧନରାଜ ହନୁମନ୍ତ ଧାମ ଧେର, ତହସିଲ୍ଦାର ଅଶ୍ୱିନୀ ନାୟକ, ଥାନା ଅଧିକାରୀ ଦୀପ୍ତି ରଞ୍ଜନ ସାହୁ, ସରପଞ୍ଚ ବିନତି ବାନାରା, ଏମ୍‌ପି ଅନନ୍ତ ନାୟକଙ୍କ ଜିଲ୍ଲା ସଂଯୋଜକ ଦିଲ୍ଲିପ କୁମାର ପଣ୍ଡା, ସାମାଜିକ କର୍ମୀ ବିଦ୍ୟାଧର ଦାଶ, ଅଜୟ କୁମାର ଦାଶ ଓ କମିଟି ସଂପାଦକ ପ୍ରକାଶ କୁମାର ସେଠି ସମେତ ଅନେକେ ଯୋଗ ଦେଇଥିଲେ। ଶିକ୍ଷା ବିଟି ପାର୍ଥସାରଥି ବେଜ୍ ସଂଯୋଜନା କରିଥିଲେ।

ଅବଦାନ ପାଇଁ ଖବରଦାତା ବୀର କିଶୋର ଦାଶ, କିଶୋର ଚନ୍ଦ୍ର ମହାନ୍ତ, କାମିନୀ କାନ୍ତ ଦ୍ୱିବେଦୀ ଓ ସମାଜସେବା ପାଇଁ ବିଦ୍ୟାଧର ଦାଶ, ଅଜୟ କୁମାର ଦାଶଙ୍କୁ ବିଧାୟକ ନାୟକ ଉତ୍ତରୀୟ, ପୁଷ୍ପଗୁଚ୍ଛ ଓ ମାନପତ୍ର ଦେଇ ସମ୍ବର୍ଦ୍ଧନ କରିଥିଲେ। ଏହା ପରେ ମେଲୋଡି କାର୍ଯ୍ୟକ୍ରମ ହୋଇଥିଲା। ପରିଶେଷରେ ଡିଏଫ୍‌ଓ ରାବଣ ପ୍ରତିକୃତିରେ ଅଗ୍ନି ସଂଯୋଗ କରି ମହୋତ୍ସବ ସମାପ୍ତ ହୋଇଛି। କମିଟିର ଉପସଭାପତି ଅସୟ କାନ୍ତ ନାୟକ ସହିତ ସଦସ୍ୟମାନେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri