ଲୋକଙ୍କୁ ଧକ୍କା, ମୁଥ ମାରିଲେ ରବୀନା, ଭାଇରାଲ ହେଉଛି ଭିଡିଓ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରବୀନା ଟଣ୍ଡନଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି  ଭିଡିଓରେ ରବୀନା ଠେଲାପେଲା କରୁଥିବା ଦେଖିବାକୁ ମିଳିଛି। ଏହି ଘଟଣା ମୁମ୍ବାଇର ବାନ୍ଦ୍ରା ଅଞ୍ଚଳରେ ଘଟିଛି।

ଭିଡିଓରେ ଦେଖିବାକୁ ମିଳିଛି, କିଛି ଲୋକଙ୍କ ସହ ରବୀନାଙ୍କର ଯୁକ୍ତିତର୍କ ହେଉଛି। ଏହା ପରେ ରବୀନା ଠେଲାପେଲା କରୁଛନ୍ତି। ରବୀନାଙ୍କ ଡ୍ରାଇଭର ଜଣେ ବୃଦ୍ଧ ଏବଂ ତାଙ୍କ ପରିବାର ଉପରେ ଆକ୍ରମଣ କରିଛନ୍ତି। ଭାଇରାଲ ଭିଡିଓରେ ରବୀନା ଏଥିରେ ହସ୍ତକ୍ଷେପ କରୁଥିବା ଦେଖିବାକୁ ମିଳିଛି। ଜଣେ ମହିଳାଙ୍କ ସ୍ବର ଶୁଣିବାକୁ ମିଳିଛି, ତାଙ୍କ ନାକରେ ଆଘାତ ଲାଗିଛି। କିଛି ଲୋକ ରବୀନାଙ୍କ ଡ୍ରାଇଭରଙ୍କୁ ମାରି ଦେବାକୁ ବି କହୁଛନ୍ତି।

ଭିଡିଓରେ ପୀଡ଼ିତ ତାଙ୍କ ନାମ ମହମ୍ମଦ ବୋଲି ଶୁଣିବାକୁ ମିଳୁଛି। ମହମ୍ମଦ କୁହନ୍ତି, ମୁଁ ବାନ୍ଦ୍ରାରେ ରହେ। ମୋ ମା’, ଭଉଣୀ ଏବଂ ଭଣଜା ସମସ୍ତେ ଏକ ସ୍ଥାନକୁ ଯାଇଥିଲେ। ସେମାନେ ସେଠାରୁ ଫେରୁଥିଲେ। ରବୀନାଙ୍କ ଘର ନିକଟରେ, ଯେତେବେଳେ ସେମାନଙ୍କର ଡ୍ରାଇଭର ମୋ ମା’ ଉପରେ କାର୍‌ ପିଟିଦେଲେ ସେତେବେଳେ ସେ ତାଙ୍କୁ ପଚାରିଲେ – ତୁମେ କ’ଣ କରୁଛ? ତେଣୁ ସେ ମୋ ଭଣଜା ଉପରେ ଆକ୍ରମଣ କରିଥିଲେ।

ମହମ୍ମଦ ଆହୁରି କୁହନ୍ତି, ମୋ’ ମାଙ୍କୁ ସେ ମାରିଲେ। ଏହା ପରେ ରବୀନା ବାହାରକୁ ଆସିଥିଲେ। ମଦ୍ୟପାନ କରି ସେ ମୋ ମା’ଙ୍କୁ ମାରିଥିଲେ। ମା’ର ମୁଣ୍ଡରେ ଆଘାତ ଲାଗିଛି। ମୋ’ ଭଣଜାଙ୍କ ମୁଣ୍ଡ ମଧ୍ୟ ଫାଇଛି। ଆମେ ଖାର ଥାନାରେ ୪ ଘଣ୍ଟା ଛିଡ଼ା ହୋଇଛୁ। ଆମ କଥାକୁ କେହି ଶୁଣୁନାହାନ୍ତି। ଆମର ମାମଲା କେହି ଲେଖୁନାହାନ୍ତି। ଅପରପକ୍ଷେ ସେମାନେ କହୁଛନ୍ତି ଆମେ ଆପୋଷ ସମାଧାନ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri