ପୁଣି ଥରେ ଦେଖିବାକୁ ମିଳିବ ରବିନା-ଗୋବିନ୍ଦାଙ୍କ ଯୋଡି!

ମୁମ୍ବାଇ: ବଲିଉଡ୍‌ର ସୁପରହିଟ୍ ଯୋଡିଙ୍କ ମଧ୍ୟରୁ ରବିନା ଟଣ୍ଡନ ଓ ଗୋବିନ୍ଦାଙ୍କ ଯୋଡି ଅନ୍ୟତମ । ଉଭୟ ମିଶି କିଛି ହିଟ୍ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଥିବା ବେଳେ ଏବେବି ସେମାନଙ୍କ ଅଭିନୟ ଦର୍ଶକଙ୍କ ହୃଦୟରେ ସାଇତା ହୋଇ ରହିଛି । ଆଉ ଏବେ ପୁଣିଥରେ ପରଦାକୁ ଫେରିବାକୁ ଯାଉଛନ୍ତି ଏହି ଯୋଡି । ନିକଟରେ ରବିନା ଟଣ୍ଡନ ତାଙ୍କ ଇନଷ୍ଟାଗ୍ରାମ ପୋଷ୍ଟରେ ଯାହା ପୋଷ୍ଟ କରିଛନ୍ତି ସେଥିରୁ ଏହି ଅନୁମାନ ଲଗାଯାଇପାରେ । ରବିନା ସୋସିଆଲ ମିଡିଆରେ ଗୋବିନ୍ଦାଙ୍କ ସହ କିଛି ଫଟୋ ଶେୟାର କରିଛନ୍ତି । ଆଉ ଲେଖିଛନ୍ତି ଖୁବ୍ ଶୀଘ୍ର ଆମେ ଫେରୁଛୁ । ହେଲେ କେବେ, କେଉଁଠି, କେମିତି ଏହା ସ୍ପଷ୍ଟ କରି ନାହାନ୍ତି । ରବିନାଙ୍କ ଏହି ପୋଷ୍ଟକୁ ଦେଖିବା ପରେ ତାଙ୍କର ପ୍ରଶଂସକ ଓ ଗୋବିନ୍ଦାଙ୍କ ପ୍ରଶଂସକମାନେ ଏବେ ଉତ୍ସାହର ସହ ଚାହିଁ ରହିଛନ୍ତି କେବେ ପୁଣିଥରେ ଦେଖିବାକୁ ମିଳିବ ଏହି ସୁପରହିଟ୍ ଯୋଡିଙ୍କୁ । ଏହି ଫଟୋ ସବୁ ଶେୟାର କରିବା ସହ ରବିନା ଲେଖିଛନ୍ତି ଗ୍ରାଣ୍ଡ ରି ୟୁନିୟନ । ସୂଚନାଯୋଗ୍ୟ, ରବିନା-ଗୋବିନ୍ଦଙ୍କ ଯୋଡି ବଡେ ମିଆଁ ଛୋଟେ ମିଆଁ, ଦୁହ୍ଲେ ରାଜା, ଆଖିଓଁ ସେ ଗୋଲି ମାରା ଆଦି ହିଟ୍ ଫିଲ୍ମ ଭେଟିଦେଇଛନ୍ତି । ତେବେ ରବିନାଙ୍କ ପୋଷ୍ଟକୁ ଦେଖି କେତେଜଣ ସେଲିବ୍ରିଟି ବି ସେମାନଙ୍କ ମତ ରଖିବା ସହ କେବେ ଫେରୁଛ ବୋଲି ପଚାରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

୩୧ ଦିନ ପରେ ଉଦୟ ହେଲେ ବୁଧ: ବୃଷ ସମେତ ୫ ରାଶିଙ୍କ ଉପରେ ଧନବର୍ଷା! ଘର-ଗାଡ଼ି କିଣିବାର ରହିଛି ଯୋଗ

ଭୁବନେଶ୍ୱର: ୩୧ ଦିନ ଅସ୍ତ ରହିବା ପରେ ୨୦୨୬ ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟା ୬ଟା ୫୫ ମିନିଟରେ ଉଦୟ ହୋଇଛନ୍ତି ବୁଧ। ଜ୍ୟୋତିଷାଚାର୍ଯ୍ୟଙ୍କ ମତରେ, ମଙ୍ଗଳ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

ପୃଥିବୀ ଭୂଗର୍ଭରେ ରହିଛି ବିପୁଳ ଜଳରାଶି, ୨,୯୦୦ କିମି ଗଭୀରରେ ବଡ଼ ରହସ୍ୟ

ଲଣ୍ଡନ,୧୮ା୯: ‘ଜଳ ହିଁ ଜୀବନ’। ପୃଥିବୀରେ ସମସ୍ତ ଜୀବଜଗତର ସୃଷ୍ଟି ଓ ସ୍ଥିତି ପାଇଁ ଜଳର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କେବଳ ଭୂପୃଷ୍ଠରେ ନୁହେଁ, ପୃଥିବୀର ଭୂଗର୍ଭୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?