ନୂଆ ରୂପ ପାଇବ ରେଭେନ୍‌ଶା ବାଳିକା ଉଚ୍ଚ ବିଦ୍ୟାଳୟ

କଟକ/ଭୁବନେଶ୍ୱର,୨୨ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ/ଅନିଲ ଦାସ): ୧୫୦ବର୍ଷର ପୁରାତନ ଐତିହାସିକ ରେଭେନ୍‌ଶା ବାଳିକା ଉଚ୍ଚ ବିଦ୍ୟାଳୟ ହେରିଟେଜ୍‌ କୋଠାକୁ ନୂଆ ରୂପ ଦିଆଯିବ। ୫-ଟି ଉପକ୍ରମରେ ସ୍କୁଲର ବିକାଶ କରାଯିବ ବୋଲି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଗୁରୁବାର ସ୍କୁଲ ପରିଦର୍ଶନ କରି ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପାଣ୍ଡିଆନ ଗୁରୁବାର ସନ୍ଧ୍ୟାରେ କଟକ ଗସ୍ତରେ ଆସି ବିଭିନ୍ନ ସ୍ଥାନ ପରିଦର୍ଶନ କରିବା ସହ ଏକାଧିକ ରୂପାନ୍ତର କାମର ସମୀକ୍ଷା କରିଛନ୍ତି। ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ, ଚଣ୍ଡୀ ମନ୍ଦିର, ତାଳଦଣ୍ଡା କେନାଲ ଓ ରେଭେନ୍‌ଶା ବାଳିକା ଉଚ୍ଚ ବିଦ୍ୟାଳୟ ଆଦି ପରିଦର୍ଶନ କରିଥିଲେ। ପ୍ରଥମେ କଟକ ଚଣ୍ଡୀ ମନ୍ଦିର ପରିଦର୍ଶନ କରି ସେ ମା’ଙ୍କ ଦର୍ଶନ କରିବା ସହିତ ମନ୍ଦିରର ବିଭିନ୍ନ ରୂପାନ୍ତର କାମ ସମ୍ପର୍କରେ ପୂଜକ, ଜିଲାପ୍ରଶାସନ ସହିତ ଆଲୋଚନା କରିଛନ୍ତି। ସୂଚନାଯୋଗ୍ୟ, ୫ଟି ଉପକ୍ରମରେ ମା’ଙ୍କ ମନ୍ଦିରର ରୂପାନ୍ତର ଓ ସୌନ୍ଦର୍ଯ୍ୟକରଣ କାମ ଚାଲିଛି। ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ଜଳ ନିଷ୍କାସନ, ପାର୍କିଂ ଓ ଅନ୍ୟାନ୍ୟ କାର୍ଯ୍ୟକୁ ଅନୁଧ୍ୟାନ କରି ପାଣ୍ଡିଆନ ଏହାକୁ ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯାତ୍ରୀମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମା’ଙ୍କ ଦର୍ଶନ କରିପାରିବେ ଏବଂ ଏକ ଦିବ୍ୟ ଅନୁଭବ ଲାଭ କରିବେ, ସେଥିପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଥିଲେ। ଏହାପରେ ପାଣ୍ଡିଆନ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ ପରିଦର୍ଶନ କରି ଏହାର ରୂପାନ୍ତର କାମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ୪ଟି କ୍ଲିନିକାଲ ବ୍ଲକ୍‌ ଓ ୧୩ଟି ଆବାସିକ ବ୍ଲକର ନିର୍ମାଣ କାର୍ଯ୍ୟ ଶୀଘ୍ର ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ରେଭେନ୍‌ଶା ବାଳିକା ଉଚ୍ଚ ବିଦ୍ୟାଳୟ ବୁଲି ଦେଖିଥିଲେ, ସେଠାରେ ବିଦ୍ୟାଳୟର ଶିକ୍ଷୟିତ୍ରୀମାନଙ୍କ ସହ ଆଲୋଚନା କରିବା ହେରିଟେଜ କୋଠାକୁ ରୂପାନ୍ତରଣ କରିବା ପାଇଁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ୫-ଟି ଅଧ୍ୟକ୍ଷଙ୍କ ଗସ୍ତ ସମୟରେ ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ, ଜିଲାପାଳ ନରହରି ସେଠୀ, ସିଏମ୍‌ସି କମିଶନର ନିଖିଲ ପୱନ କଲ୍ୟାଣ, ଡିସିପି ପିନାକ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri