ଛାତ୍ରୀଛାତ୍ରଙ୍କ ପ୍ରଥମ ପସନ୍ଦ ରେଭେନ୍‌ଶା

ଭୁବନେଶ୍ୱର,୭ା୭(ଅନୁରାଧା ମହାରଣା): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟରେ ନାମ ଲେଖାଇବା ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇଛି। ଗୁରୁବାର ପ୍ରକାଶ ପାଇଥିବା ଏହି ତାଲିକା ଅନୁସାରେ ଚଳିତବର୍ଷ ନାମଲେଖା ପାଇଁ ମୋଟ୍‌ ୪ ଲକ୍ଷ ୭୨,୨୭୯ ହଜାର ପିଲା ଆବେଦନ କରିଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ୪ ଲକ୍ଷ ୧୨,୩୬୮ ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। କଳାରେ ସର୍ବାଧିକ ୨ ଲକ୍ଷ ୫୩,୧୭୮, ବାଣିଜ୍ୟରେ ୨୫,୧୬୮ ଓ ବିଜ୍ଞାନରେ ୧ଲକ୍ଷ ୨୧,୦୨୩, ଉପଶାସ୍ତ୍ରୀରେ ୭,୭୭୯ ଏବଂ ଧନ୍ଦାମୂଳକ ବିଷୟରେ ୫,୨୨୦ ଜଣ ମନୋନୀତ ହୋଇଛନ୍ତି। ମନୋନୀତ ହୋଇଥିବା ଆବେଦନକାରୀଙ୍କ ମଧ୍ୟରେ ୨,୦୩,୫୪୩ ଛାତ୍ର, ୨,୦୮୭୭୮ ଛାତ୍ରୀ ଓ ୪୭ ଜଣ ଅନ୍ୟ ବର୍ଗର ଅଛନ୍ତି। ପ୍ରଥମ ପର୍ଯ୍ୟାୟରେ ମନୋନୀତ ହୋଇ ନ ଥିବା ୫୯,୯୧୧ ଜଣ ଆବେଦନକାରୀଙ୍କ ତାଲିକା ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା କିମ୍ବା ସ୍ପଟ୍‌ ନାମଲେଖା ବେଳେ ବିଚାରକୁ ନିଆଯିବ। ପ୍ରଥମ ପର୍ଯ୍ୟାୟରେ କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍‌ଶା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସବୁଠୁ ଆଗରେ ରହି ଛାତ୍ରୀଛାତ୍ରଙ୍କ ପ୍ରଥମ ପସନ୍ଦ ପାଲଟିଛି ବୋଲି ପରିଷଦ ପକ୍ଷରୁ ସୂଚନା ମିଳିଛି।
ଚଳିତବର୍ଷ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ର ୪,୪୮,୨୮୭ ଛାତ୍ରୀଛାତ୍ର ଆବେଦନ କରିଥିବାବେଳେ ୩,୮୯,୪୯୪ ଜଣ ମନୋନୀତ ହୋଇଛନ୍ତି। ବିଜ୍ଞାନରେ ଶ୍ରେଷ୍ଠ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ମଧ୍ୟରେ ୯୧.୬୭ ପ୍ରତିଶତ କଟ୍‌ଅଫ୍‌ ମାର୍କ ସହ କଟକସ୍ଥିତ ରେଭେନ୍‌ଶା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରଥମ ସ୍ଥାନରେ ରହିଛି। ସେହିପରି ୯୦ ପ୍ରତିଶତ ମାର୍କ ସହ ବାଲେଶ୍ୱର ଫକୀର ମୋହନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦ୍ୱିତୀୟ ଏବଂ ୮୯ ପ୍ରତିଶତ ମାର୍କ ସହ ଭୁବନେଶ୍ୱରସ୍ଥିତ ବକ୍ସି ଜଗବନ୍ଧୁ ବିଦ୍ୟାଧର (ବିଜେବି) ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତୃତୀୟରେ ରହିଛି। କଳା ବର୍ଗରେ ମଧ୍ୟ ରେଭେନ୍‌ଶା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ୮୦ ପ୍ରତିଶତ କଟ୍‌ଅଫ୍‌ ମାର୍କ ସହ ପ୍ରଥମରେ ରହିଛି। ୭୯ ପ୍ରତିଶତ ମାର୍କ ସହ ରାଉରକେଲା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦ୍ୱିତୀୟ ଏବଂ ୭୮.୬୭ ପ୍ରତିଶତ ମାର୍କ ସହ ଟିଟିଲାଗଡ଼ ଡିଏଭି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତୃତୀୟ ସ୍ଥାନରେ ରହିଛି। ବାଣିଜ୍ୟରେ ୭୯.୨୦ ପ୍ରତିଶତ କଟଅଫ୍‌ ମାର୍କ ସହ ରେଭେନ୍‌ଶା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରଥମ, ୭୭.୩୩ ପ୍ରତିଶତ ମାର୍କ ସହ ରାଉରକେଲା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦ୍ୱିତୀୟ ଏବଂ ୭୩.୦୦ ପ୍ରତିଶତ ମାର୍କ ସହ ବିଜେବି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତୃତୀୟ ସ୍ଥାନରେ ରହିଛି। ଉପଶାସ୍ତ୍ରୀ ବର୍ଗରେ ବରଗଡ଼ସ୍ଥିତ ଲାଲାଜୀ ଗୋପାଳଜୀ ସଂସ୍କୃତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ୬୭.୩୩ ପ୍ରତିଶତ ମାର୍କ ସହ ପ୍ରଥମ, ବଲାଙ୍ଗୀରସ୍ଥିତ ବିଦ୍ୟାଭୂଷଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ୫୭.୬୭ ପ୍ରତିଶତ ମାର୍କ ସହ ଦ୍ୱିତୀୟ ଏବଂ ରାୟଗଡ଼ାସ୍ଥିତ ଶ୍ରୀରାମେଶ୍ୱର ସଂସ୍କୃତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ୫୫.୫୦ ପ୍ରତିଶତ ମାର୍କ ସହ ତୃତୀୟରେ ରହିଛି। ଅନ୍ୟପଟେ ଧନ୍ଦାମୂଳକ ବିଷୟରେ କଳାହାଣ୍ଡି ଧର୍ମଗଡ଼ସ୍ଥିତ ସରକାରୀ ଧନ୍ଦାମୂଳକ ବିଦ୍ୟାଳୟ ୭୭.୬୭ ପ୍ରତିଶତ ମାର୍କ ସହ ପ୍ରଥମ, ଭବାନୀପାଟଣାସ୍ଥିତ ସରକାରୀ ଧନ୍ଦାମୂଳକ ବିଦ୍ୟାଳୟ ୭୭ ପ୍ରତିଶତ ମାର୍କ ସହ ଦ୍ୱିତୀୟ ଓ ଚାନ୍ଦିପୁଟସ୍ଥିତ ସରକାରୀ ଧନ୍ଦାମୂଳକ ବିଦ୍ୟାଳୟ ୭୩.୧୭ ପ୍ରତିଶତ ମାର୍କ ସହ ତୃତୀୟ ସ୍ଥାନରେ ରହିଛି। ପ୍ରଥମ ପର୍ଯ୍ୟାୟ ନାମଲେଖା ଜୁଲାଇ ୭ରୁ ଆରମ୍ଭ ହୋଇ ୧୩ ତାରିଖ ମଧ୍ୟରେ ଶେଷ ହେବ। ସେହିପରି ଦ୍ୱିତୀୟ ମେଧା ତାଲିକା ଜୁଲାଇ ୧୯ ତାରିଖରେ ପ୍ରକାଶ ପାଇବ। ଏହାର ନାମଲେଖା ପ୍ରକ୍ରିୟା ଜୁଲାଇ ୨୨ ତାରିଖ ସୁଦ୍ଧା ସରିବ। ଅନ୍‌ଲାଇନ୍‌ ସ୍ପଟ୍‌ ନାମଲେଖା ପ୍ରକ୍ରିୟା ଜୁଲାଇ ୨୧ରୁ ଆରମ୍ଭ ହୋଇ ୨୭ ତାରିଖ ସୁଦ୍ଧା ସରିବ। ଅଗଷ୍ଟ ୧ରେ ଯୁକ୍ତ୨ ପ୍ରଥମ ବର୍ଷର ପାଠପଢ଼ା ଆରମ୍ଭ ହେବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri