ରେଭେନ୍ସା ନାଁ ବଦଳି ଦିଆଯିବ କି ଏହି ନାଁ ? କାହିଁକି ଏମିତି କହିଲେ ହରପ୍ରସାଦ ଦାସ

ଭୁବନେଶ୍ୱର,୧୩।୯: ରେଭେନ୍ସା ବିଶ୍ବବିଦ୍ୟାଳୟ ନାଁ ପରିବର୍ତ୍ତନକୁ ନେଇ ଦ୍ୱନ୍ଦ ଚାଲିଥିବା ବେଳେ ଶୁକ୍ରବାର ସାହିତି୍ୟକ ହରପ୍ରସାଦ ଦାସଙ୍କ ପ୍ରସ୍ତାବ ନୂଆ ମୋଡ଼ ନେଇଛି। ଯାହାକୁ ନେଇ ଏବେ ଚର୍ଚ୍ଚା ବଢ଼ୁଛି। କ’ଣ ସତରେ ରେଭେନ୍ସା ବିଶ୍ବବିଦ୍ୟାଳୟ ନାଁ ପରିବର୍ତ୍ତନ କରାଯାଇ ଗଜପତି କପିଳେନ୍ଦ୍ର ଦେବଙ୍କ ନାଁରେ ନାମିତ ହେବ ? ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସାହିତି୍ୟକ ଦାସ ପ୍ରସ୍ତାବ ଦେଇଛନ୍ତି ରେଭେନ୍ସା ବିଶ୍ବବିଦ୍ୟାଳୟକୁ କପିଳେନ୍ଦ୍ରଙ୍କ ନାଁରେ ନାମିତ କରିବା ପାଇଁ। ସେ ଏହା ମଧ୍ୟ କହିଛନ୍ତି ମୋର ପ୍ରସ୍ତାବ ରେଭେନ୍ସା ନାଁ ବଦଳୁ, ସରକାର ଚାହିଁଲେ ବଦଳାଇ ପାରିବେ। ଗଜପତି କପିଳେନ୍ଦ୍ର ଦେବଙ୍କୁ ଆମେ କୌଣସି ଶ୍ରେୟ ଦେଇନୁ, ଆମେ କୃତଘ୍ନ।ଗଜପତି କପିଳେନ୍ଦ୍ର ଦେବ ବିଶ୍ବବିଦ୍ୟାଳୟ ହେଲେ କଣ ଅସୁବିଧା ହେବ ବୋଲି ସାହିତି୍ୟକ ଦାସ ପ୍ରଶ୍ନ କରିଛନ୍ତି।

ରେଭେନ୍ସା ନାଁ ବଦଳିବା ଦରକାର ବୋଲି ସ୍ବାୟତ୍ତ ଶାସନ ଦିବସ ପାଳନ ଉତ୍ସବରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ। ସେ କହିଥିଲେ, ରେଭେନ୍ସା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି। ଯେଉଁ ରେଭେନ୍ସାଙ୍କ ନାଁରେ ଏହା ହୋଇଛି, ତାଙ୍କର ଭୂମିକା କ’ଣ ଥିଲା। ନଅଙ୍କ ଦୁର୍ଭିକ୍ଷ ବେଳେ ସେହି ରେଭେନ୍ସା ବ୍ୟକ୍ତି ଜଣକ କ’ଣ କରୁଥିଲେ। ଯେଉଁ ବ୍ୟକ୍ତି ଓଡ଼ିଆଙ୍କୁ କଷ୍ଟ ଦେଉଥିଲେ, ତାହା କ’ଣ ଗୌରବ ବିଷୟ କି ବୋଲି ସେ ପ୍ରଶ୍ନ କରିଛନ୍ତି। ସେ କହିଥିଲେ, ନାଁ ବଦଳିବା ମୋର ବ୍ୟକ୍ତିଗତ ମତ, ଏହା ଉପରେ ବିତର୍କ ଆବଶ୍ୟକ। ଓଡ଼ିଶାର ବୁଦ୍ଧିଜୀବୀମାନେ ଏହା ଉପରେ ଚିନ୍ତା କରିବା ଉଚିତ୍‌ ବୋଲି କେନ୍ଦ୍ରମନ୍ତ୍ରୀ କହିଥିଲେ।

ଅନ୍ୟପକ୍ଷରେ ରେଭେନ୍ସା ନାଁ ବଦଳିବା କହିଥିବା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ କଡ଼ା ଭାଷାରେ ବିରୋଧ କହିଥିଲେ ତିନି ପୂର୍ବତନ ପ୍ରଫେସର ଏବଂ ଛାତ୍ର। ଏହାକୁ ଅବାସ୍ତବ କହି ସମାଲୋଚନା କହିଥିଲେ ହେମେନ୍ଦ୍ର ନାରାୟଣ ଦାସ। ରେଭେନ୍ସା କେବଳ ନାମ ନୁହେଁ, ଇଟ ଇଜ୍‌ ଓ୍ବେ ଅଫ୍‌ ଲାଇଫ୍‌ ବୋଲି ସେ କହିଥିଲେ।

ଏହା ସହ ଶହେ ବର୍ଷର ଇତିହାସ ଯୋଡ଼ି ହୋଇରହିଛି। ହୀନମନ୍ୟତା କହି ସମାଲୋଚନା କହିଥିଲେ ସତ୍ୟକାମ ମିଶ୍ର। ସେ କହିଥିଲେ, ଯେଉଁମାନେ ରେଭେନ୍ସା ସାହେବକୁ ଜାଣି ନାହାନ୍ତି ଏପରି କହିବେ। ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପ୍ରତି ତାଙ୍କର ଅବଦାନ ଅତୁଳନୀୟ। ଓଡ଼ିଆ ଅସ୍ମିତା ନାଁରେ ତାଙ୍କୁ ଅପମାନିତ କରାଯିବା ଅନୁଚିତ ବୋଲି ସେ କହିଥିଲେ।

ସେହିପରି କମଳା ପ୍ରସାଦ ମହାପାତ୍ର କହିଥିଲେ, ରେଭେନ୍ସା କଲେଜ ନିର୍ମାଣ କରିବାରେ ରେଭେନ୍ସାଙ୍କ ଅବଦାନ ଅତୁଳନୀୟ। ଓଡ଼ିଶା ଶିକ୍ଷାକ୍ଷେତ୍ରରେ ଟି.ଇ ରେଭେନ୍ସାଙ୍କ ଅବଦାନର ପଟାନ୍ତର ନାହିଁ। ସରକାର କୌଣସି ପରିସ୍ଥିତିରେ ଏମିତି ନ କରି ଏଥିରୁ ନିବୃତ ରୁହନ୍ତୁ ବୋଲି ସେ କ୍ଷୋଭ ପ୍ରକାଶ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?