ଭୁବନେଶ୍ୱର,୧୮।୭: ବାଲେଶ୍ୱରର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ଘଟଣାକୁ ନେଇ ରାଜ୍ୟବାସୀ ସ୍ତବ୍ଧ ହୋଇଯାଇଛନ୍ତି। ଏହି ସମୟରେ ରେଭେନ୍ସା ବିଶ୍ବବିଦ୍ୟାଳୟ ବଡ଼ ନିଷ୍ପତ୍ତି ନେଇଛି। ସନ୍ଧ୍ୟା ସାଢେ ୫ଟା ପରେ ଅଧ୍ୟାପିକା, ମହିଳା କର୍ମଚାରୀ ଓ ଛାତ୍ରୀଙ୍କୁ ରେଭେନ୍ସା କ୍ୟାମ୍ପସ ମନା କରାଯାଇଛି। ନୂଆ କଟକଣା ଲଗାଇଲା ରେଭେନ୍ସା ବିଶ୍ବବିଦ୍ୟାଳୟ। ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ନିଷ୍ପତ୍ତି ନିଆଯାଇଛି। SoP ଜାରି ନହେବା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ।
ଏଫଏମ କଲେଜ ଅଘଟଣ ପରେ ଗଣଶିକ୍ଷା ବିଭାଗ ତତ୍ପରତା ଦେଖାଇଛି। ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ କମିଟି (ICC) ଗଠନ ନିର୍ଦ୍ଦେଶ ଦିଆଯାଇଛି। ଶିକ୍ଷାନୁଷ୍ଠାନ ଓ କାର୍ଯ୍ୟାଳୟରେ ICC ଗଠନ କରିବାକୁ ନିର୍ଦ୍ଦେଶ ହୋଇଛି।


