ମେ ୧୧ରୁ ବରଗଡ଼ରେ ରବି ଧାନକିଣା: ଜିଲାର ୧୮୩ ମଣ୍ଡିରେ…

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆସନ୍ତା ମେ ୧୧ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଏଥର ଜିଲାର ୧୮୩ ମଣ୍ଡିରେ ଧାନ କିଣାବିକା ହେବ। ସକାଳ ୬ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ମଣ୍ଡିଗୁଡ଼ିକରେ ଧାନ ସଂଗୃହୀତ ହେବ। ବିଗତବର୍ଷ ଭଳି ଏଥର ମଧ୍ୟ ଟୋକନ ମାଧ୍ୟମରେ ପଞ୍ଜୀକୃତ ଚାଷୀଙ୍କଠାରୁ ଧାନ କିଣାଯିବ ବୋଲି ଶୁକ୍ରବାର ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି।
ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବରଗଡ଼ ଏମ୍‌ପିଙ୍କ ପ୍ରତିନିଧି ସୁରେଶ୍ୱର ଶତପଥୀ, ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ଭଟଲି ବିଧାୟକ ଇରାସିସ୍‌ ଆଚାର୍ଯ୍ୟ, ବିଜେପୁର ବିଧାୟକ ସନତ କୁମାର ଗଡ଼ତିଆ, ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ ପ୍ରମୁଖ ଉପସ୍ଥିତ ରହି ଆସନ୍ତା ଧାନ ସଂଗ୍ରହ ପ୍ରକ୍ରିୟାକୁ ସୁରୁଖୁରୁରେ ସମ୍ପାଦନ ପାଇଁ ନିଜ ମତ ରଖିଥିଲେ। ଜିଲାପାଳ ଗୋୟଲଙ୍କ ସମେତ ଏସ୍‌ପି ପି.ଏସ୍‌ ମିନା, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ, ବରଗଡ଼ ଉପଜିଲାପାଳ ପ୍ରସନ୍ନ କୁମାର ପାଣ୍ଡେ, ପଦ୍ମପୁର ଉପଜିଲାପାଳ ହେମସାଗର ଭୋଇଙ୍କ ସମେତ ଯୋଗାଣ, ସମବାୟ, ନିୟନ୍ତ୍ରିତ ବଜାର କମିଟି(ଆର୍‌ଏମ୍‌ସି)ର ଅଧିକାରୀମାନେ ଉପସ୍ଥିତ ରହି ଜିଲାରେ ଧାନ ସଂଗ୍ରହ ପାଇଁ ହୋଇଥିବା ପୂର୍ବ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ।
ଏପର୍ଯ୍ୟନ୍ତ ରବିଧାନ ସଂଗ୍ରହ ପାଇଁ ଜିଲାରେ ୧ଲକ୍ଷ ୫ହଜାର ୪୯୪ଜଣ ଚାଷୀ ପଞ୍ଜୀକୃତ ହୋଇଥିବା ବୈଠକରେ ସୂଚନା ଦିଆଯାଇଥିଲା। ପଞ୍ଜୀକୃତ ଚାଷୀମାନେ ଜିଲାର ଅତାବିରା, ବରଗଡ଼ ଏବଂ ପଦ୍ମପୁର ଆର୍‌ଏମ୍‌ସି ଅଧୀନରେ ଥିବା ମଣ୍ଡିଗୁଡ଼ିକରେ ଧାନ ବିକ୍ରି କରିପାରିବେ। ତେବେ ପଞ୍ଜୀକୃତ ଚାଷୀଙ୍କୁ ମିଲର୍ସମାନେ ଜୁଟ୍‌ ବ୍ୟାଗ୍‌ ଯୋଗାଇ ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଥିଲା। ଚାଷୀଙ୍କ ସୁବିଧାକୁ ଗୁରୁତ୍ୱ ଦେଇ ସମସ୍ତ ମଣ୍ଡିରେ ଡିଜିଟାଲ ଆର୍ଦ୍ରତା ମିଟର, ତାର୍ପୋଲିନ, ୱେ ବ୍ରିଜ୍‌, ଧାନର ଗୁଣମାନ ପରୀକ୍ଷା ପାଇଁ ଉଦ୍ଦିଷ୍ଟ ବିଶ୍ଲେଷଣ କିଟ୍‌ ଯୋଗାଇବା ସହିତ ପ୍ରତୀକ୍ଷା କକ୍ଷ, ଛାଇ, ପାନୀୟଜଳ, ଆଲୋକ ବ୍ୟବସ୍ଥା, ପାଇଖାନା, ସିସିଟିଭି ଏବଂ ଧାନଦର ଉଲ୍ଲେଖିତ ବୋର୍ଡ଼ ପ୍ରଦର୍ଶନ କରିବା ପାଇଁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ଅଭାବୀ ବିକ୍ରି ରୋକିବା ନିମନ୍ତେ ଜିଲା, ଉପଖଣ୍ଡ ଏବଂ ସମସ୍ତ ମଣ୍ଡି କଣ୍ଟ୍ରୋଲ ରୁମ୍‌ରୁ ଟୋଲ୍‌ ଫ୍ରି ନମ୍ବରରେ ଆସୁଥିବା ସମସ୍ତ ଅଭିଯୋଗକୁ ଲିପିବଦ୍ଧ କରି ସେଗୁଡ଼ିକର ତୁରନ୍ତ ସମାଧାନ କରିବାକୁ ପଦକ୍ଷେପ ନେବା ସହିତ ମଣ୍ଡିର ସିସିଟିଭି ଲାଇଭ୍‌ ଫୁଟେଜକୁ ୨୪ଘଣ୍ଟା ତଦାରଖ କରିବା ପାଇଁ ଆଲୋଚନା ହୋଇଥିଲା।
ସେହିପରି ପ୍ରତ୍ୟେକ ଆର୍‌ଏମ୍‌ସି ଦ୍ୱାରା ଡାକବାଜି ଯନ୍ତ୍ର ଯୋଗେ ଧାନର ଏଫ୍‌ଏକ୍ୟୁ ମାନ ଏବଂ ଇନ୍‌ପୁଟ୍‌ ସବ୍‌ସିଡ଼ି ବିଷୟରେ ଚାଷୀଙ୍କୁ ସଚେତନ କରିବା ସହିତ ଧାନ ସଂଗ୍ରହକୁ ସଫଳ କରାଇବା ପାଇଁ ଗାଁ ଗାଁ ବୁଲି ଚାଷୀମାନଙ୍କ ସହିତ ଉତ୍ତମ ଯୋଗାଯୋଗ ରଖିବା, ଚାଷୀମାନଙ୍କୁ ଠିକ୍‌ ଭାବେ ଟୋକନ ପ୍ରଦାନ, ଧାନ ଚୋରାଚାଲାଣ ରୋକିବା ପାଇଁ ଜିଲାର ସୀମାବର୍ତ୍ତୀ ଅଞ୍ଚଳରେ ପୋଲିସ ମୁତୟନ ସହିତ କଡ଼ାକଡ଼ି ଯାଞ୍ଚ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ମିଲର୍ସ ଏବଂ ଚାଷୀ ପ୍ରତିନିଧି ମଧ୍ୟ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

ବ୍ୟାଙ୍କର ୩ ସ୍କାଏଲାଇଟ୍‌ ଭାଙ୍ଗି ପଶିଥିଲେ: ୪ ଗିରଫ

କେସିଙ୍ଗା, ୧୮।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଗିଗିନା ଗ୍ରାମରେ ଥିବା କାନାରା ବ୍ୟାଙ୍କ ଶାଖାରୁ ଚୋରି ଅଭିଯୋଗରେ ୪ ଜଣଙ୍କୁ ପୋଲିସ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

IPL 2027 ନିଲାମ ପୂର୍ବରୁ ୧୧ ବଡ଼ ବ୍ୟାଟରଙ୍କୁ ରିଲିଜ କରାଯିବ! ଲିଷ୍ଟ ଦେଖିଲେ ମୁଣ୍ଡରେ ହାତ ଦେବେ

ନୂଆଦିଲ୍ଲୀ,୧୮।୯: ସମସ୍ତ ଦଳ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ୨୦ତମ ସିଜିନଅର୍ଥାତ IPL 2027 ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଯଦିଓ ଏହି ଟୁର୍ଣ୍ଣାମେଣ୍ଟ ଆସନ୍ତା ବର୍ଷ…

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?