Posted inଫୁରସତ

ମାତ୍ର ୧୪ ବର୍ଷ ବୟସରେ କେବିସିରେ ଜିତିଥିଲେ ୧ କୋଟି ଟଙ୍କା, ଏବେ ଅଛନ୍ତି ଏହି ପଦବୀରେ

ଲୋକପ୍ରିୟ ଟିଭି ଶୋ’ କୌନ୍‌ ବନେଗା କରୋଡପତିରେ ଭାଗ ନେଇ କୋଟି କୋଟି ଟଙ୍କା ଜିତୁଥବା ପ୍ରତିଯୋଗୀ ପରବର୍ତ୍ତୀ ସମୟରେ ବେଶ୍‌ ଚର୍ଚ୍ଚାରେ ରୁହନ୍ତି। ସେମିତି ଜଣେ ପ୍ରତିଯୋଗୀ ହେଉଛନ୍ତି ଆଇପିଏସ ରବି ମୋହନ ସଇନି ୨୦୦୧ରେ କେବିସି ଜୁନିୟରର ଏକ ସ୍ବତନ୍ତ୍ର ସଂସ୍କରଣରେ ରବି ଏକ କୋଟି ଟଙ୍କା ପୁରସ୍କାର ରାଶି ଜିତିଥିଲେ। ସେତେବେଳେ ତାଙ୍କୁ ମାତ୍ର ୧୪ବର୍ଷ ହୋଇଥିଲା। ରବି ମୋହନ ସାଇନି ୨୦୧୪ରେ ୟୁପିଏସ୍‌ସି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଗୁଜୁରାଟ କ୍ୟାଡରର ଆଇପିଏସ ଅଧିକାରୀ ହୋଇଥିଲେ।
ରବି ମୋହନ ସଇନିଙ୍କୁ ଏବେ ୩୩ବର୍ଷ। ସେ ଗୁଜରାଟର ପୋରବନ୍ଦରରେ ଏସପି ପଦରେ ଯୋଗ ଦେଇଥିଲେ। ଏହାପୂର୍ବରୁ ରବିଙ୍କୁ ରାଜକୋଟ ସିଟିରେ ଡିସିପି ଭାବରେ ନିଯୁକ୍ତ କରାଯାଇଥିଲା। ରବି ମୂଳତଃ ଅଲୱାର ବାସିନ୍ଦା। ତାଙ୍କ ପିତା ନୌସେନାରେ ଥିଲେ। ରବି ବିଶାଖାପାଟନମର ନାଭାଲ ପବ୍ଲିକ ସ୍କୁଲରୁ ପାଠ ପଢିଥିଲେ। ଏକ ସାକ୍ଷାତକାରରେ ସେ କହିଥିଲେ ଯେ, ସେ ମହାତ୍ମା ଗାନ୍ଧୀ ମେଡିକାଲ କଲେଜ ଜୟପୁରରୁ ଏମବିବିଏସ କରିଛନ୍ତି। ଏମ୍‌ବିବିଏସ୍‌ ପରେ ସେ ଇଣ୍ଟର୍ନସିପ ସମୟରେ ସିଭିଲ ସର୍ଭିସ ପାଇଁ ମନୋନୀତ ହୋଇଥିଲେ। ତାଙ୍କ ପିତା ନୌସେନାରେ ଥିଲେ, ତେଣୁ ତାଙ୍କ ଦ୍ୱାରା ପ୍ରଭାବିତ ହୋଇ ଆଇପିଏସ ବାଛିଥିଲେ। ୨୦୧୪ରେ ସଇନିଙ୍କୁ ଚୟନ କରାଯାଇଥିଲା। ୟରବି ମୋହନ କେବିସିରେ ଏକ କୋଟି ଜିତିଥିଲେ। କିନ୍ତୁ ତାଙ୍କୁ ସମ୍ପୂର୍ଣ୍ଣ ରାଶି ଦିଆଯାଇ ନ ଥିଲା। କାରଣ କେବିସି ନିୟମ ଅନୁଯାୟୀ ୧୮ ବର୍ଷ ବୟସ ପରେ ତାଙ୍କୁ ପୁରସ୍କାର ରାଶି ଦିଆଯାଇଥିଲା। ସେତେବେଳେ ସେ ଦଶମ ଶ୍ରେଣୀରେ ପଢୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?