ନବୀନଙ୍କୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ରବି ପାଣି: ଓଡ଼ିଶା ରାଜନୀତିରେ…

ଭୁବନେଶ୍ୱର,୧୬।୧: ପାଟକୁରା ବିଧାୟକ ତଥା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ଏବଂ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଛି। ଉଭୟ ଦଳ ବିରୋଧୀ କାର୍ଯ୍ୟରେ ଲିପ୍ତଥିବା ଦର୍ଶାଯାଇ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ୨ ନେତା ବିଜେଡିରୁ ବିଦା ହେବା ପରେ ଚର୍ଚ୍ଚା ଜୋର ଧରିଛି। ଅରବିନ୍ଦ ମହାପାତ୍ର ଦଳରୁ ବହିଷ୍କାର ନେଇ ବେଶି ଆଲୋଚନା ହେଉଛି। ଏସବୁ ଭିତରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍‌ କରିଛନ୍ତି ବରିଷ୍ଠ ନେତା ରବି ପାଣି।
ରବି ପାଣି କହିଛନ୍ତି, ଓଡ଼ିଶା ରାଜନୀତିରେ ନବୀନ ବାବୁ ଜିରୋ। ସେ ହାତ ହଲେଇଦେଲେ ଭୋଟ ହେଉଥିଲା, କିନ୍ତୁ ଆଉ ହେବନି । ନୂଆପଡ଼ାରେ ଦଳର ଅବସ୍ଥା କଣ ହେଲା ତାହା ଦେଖନ୍ତୁ। ନବୀନ ବିଜୟଙ୍କ ପୁଅକୁ ଡାକି ଆଣି ଦଳରେ ସାମିଲ କରାଇଲେ। ସେତେବେଳେ ବିଜୟଙ୍କୁ ପଚାରି ନ ଥିଲେ। ଖାଲି ଗୋଟିଏ ମେସେଜ୍‌ କରିଥିଲେ। ଏବେ ଦଳରୁ ବାହାର କରିଦେଲେ। ସେତେବେଳେ ଦୁର୍ନୀତି ଗସ୍ତ କହି ବିଜୟ ଆଉ ନଳିନୀଙ୍କୁ ବାହାର କରି କହିଥିଲେ ଏବେ ବି ସେୟା। ନବୀନଙ୍କ ପାଖରେ ଘେରିକି ଅଛନ୍ତି ଅନେକ ବିଶ୍ୱାସଘାତକ। ଆମେ ୫୦ରୁ ୬୦ ସବୁବେଳେ ବସୁଛୁ, ଓଡିଶା ବୁଲୁଛୁ ନୂଆ ସମୀକରଣ କଥା ଚିନ୍ତା କରାଯାଉଛି । ବିଜୁ ବାବୁ ଟିକେ ଭୁଲ ପାଇଁ ୪୫କୁ ଖସି ଆସିଥିଲେ ଆଉ ନବୀନ ଏବେ ଜିରୋ।
ଯେଉଁମାନେ ଗତକାଲି ବିଶ୍ୱାସଘାତକ ଓ ଦୁର୍ନୀତିଗସ୍ତ କହୁଥିଲେ ସେମାନେ ମେ ୨୯ରେ କଣ କରିଥିଲେ ବୋଲି କହି ଅତନୁ ସବ୍ୟସାଚୀଙ୍କୁ ଟାର୍ଗେଟ୍‌ କରିଛନ୍ତି ରବି ପାଣି। ସେ କହିଛନ୍ତି, ବିଜୁ ପଟ୍ଟନାୟକ ଚାହୁଁଥିଲେ, ଯେଉଁମାନେ ଲୋକଙ୍କ ସହ ରହିବେ ସେମାନଙ୍କୁ ପ୍ରାର୍ଥୀ କରାଯିବ। ଆଜି ନବୀନ ବାବୁ ଦେଖୁଛନ୍ତି ତାଙ୍କ ଗୋଡ ଯିଏ ଧରିବେ ସେମାନଙ୍କୁ ପ୍ରାର୍ଥୀ କରାଯିବ। ସେମାନେ ଦୁର୍ନୀତି କରିବେ, ସେଇ ଦୁର୍ନୀତିର ଭାଗ ତାଙ୍କୁ ଦେବେ। ସେମାନେ କହିବେ ଆମେ ନିର୍ମଳ।
ସୂଚନାଯୋଗ୍ୟ ଅରବିନ୍ଦଙ୍କୁ ନିଲମ୍ବନ ପରେ ଶୁକ୍ରବାର ବିଜୟଙ୍କ ଘରକୁ ଯାଇଥିଲେ ରବି ପାଣି। ଭୁବନେଶ୍ବର ସ୍ଥିତ ବିଜୟଙ୍କ ବାସଭବନକୁ ଯାଇ ଆଲୋଚନା କରିଥିଲେ। ତେବେ ଉଭୟଙ୍କ ମଧ୍ୟରେ କ’ଣ ଆଲୋଚନା ହୋଇଥିଲା ତାହା ଜଣାପଡ଼ିନାହିଁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଛୋଟ ପିଲା ଖେଳିଲେ ହୋଲି : ପ୍ଲାଷ୍ଟିକ ଡବା ବଜାଇ…

କେସିଙ୍ଗା,୪।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ଗ୍ରାମରେ ପବିତ୍ର ହୋଲି ପର୍ବ ବୁଧବାର ଧୂମଧାମରେ ପାଳନ ହୋଇଛି। କୁନିକୁନି ଛାତ୍ରୀଛାତ୍ର ରଙ୍ଗ ଲଗାଇ ଏହି…

ବଡ଼ଛତ୍ରଙ୍ଗରେ ଉତ୍ସାହର ସହ ପାଳିତ ହେଲା ହୋଲି :  ସାଂସ୍କୃତିକ କାର୍ଯ୍ୟକ୍ରମରେ କମ୍ପିଲା ଗାଁ

ଥୁଆମୂଳରାମପୁର, ୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକର ବଡ଼ଛତ୍ରଙ୍ଗ ଗ୍ରାମରେ ରାଧାକୃଷ୍ଣ ପୂଜା କମିଟି ପକ୍ଷରୁ ଚଳିତ ବର୍ଷର ପବିତ୍ର ହୋଲି ଉତ୍ସବ ଅତ୍ୟନ୍ତ…

ହୋଲି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲି। ଏ ନେଇ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇ ‘ଏକ୍ସ’ରେ ଲେଖିଛନ୍ତି,‘ରଙ୍ଗର…

ବୈଜ୍ଞାନିକଙ୍କ ବଡ଼ ଚେତାବନୀ, ଏହି ସ୍ଥାନରେ ଆକାଶରୁ ହେବ ରକ୍ତ ବର୍ଷା, ପରେ ବିଶ୍ୱରେ ଘଟିବ…

ବୈଜ୍ଞାନିକମାନେ ଏକ ବଡ଼ ଚେତାବନୀ ଦେଇଛନ୍ତି। ସେମାନେ କହିଛନ୍ତି, ଆଗାମୀ ଦିନରେ ପରିସ୍ଥିତି ଗମ୍ଭୀର ହେବାକୁ ଯାଉଛି। କୋପର୍ନିକସ ଆଟମୋସ୍ଫିଅର୍‌ ମନିଟରିଂ ସର୍ଭିସ (CAMS)ର ବିଶେଷଜ୍ଞଙ୍କ ଅନୁଯାୟୀ,…

ସ୍ତ୍ରୀଙ୍କ ରକ୍ତରେ ହୋଲି : ଛୁରି ଭୁସିି

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲିରେ ଭୁବନେଶ୍ୱରରେ ଚାଞ୍ଚଲ୍ୟ। ସ୍ତ୍ରୀଙ୍କ ରକ୍ତରେ ହୋଲି ଖେଳିଲେ ସ୍ବାମୀ। ହୋଲିରେ ସ୍ତ୍ରୀଙ୍କୁ ଛୁରି ଭୁସିି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ…

ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି…

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌।…

ଯୁଦ୍ଧ ଯୋଗୁ ହେବନାହିଁ ଭାରତ-ଇଂଲଣ୍ଡ ସେମିଫାଇନାଲ ମ୍ୟାଚ! ଆସିଲା ବଡ଼ ଅପଡେଟ୍‌, କ୍ରିକେଟ୍‌ ପ୍ରେମୀଙ୍କୁ ଝଟକା

ନୂଆଦିଲ୍ଲୀ,୪।୩: ICC ଟି-୨୦ ବିଶ୍ୱକପ ୨୦୨୬ରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସେମିଫାଇନାଲକୁ ନେଇ ପ୍ରଶଂସକମାନେ ଉତ୍ସାହିତ ଅଛନ୍ତି। ତଥାପି, ମ୍ୟାଚ ପୂର୍ବରୁ, ସୋସିଆଲ ମିଡିଆରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri