Posted inଖେଳ

ଚାହିଁଲେ ବି ପୁଣି ଥରେ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ହୋଇପାରିବେ ନାହିଁ ରବି ଶାସ୍ତ୍ରୀ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୬।୫: ଟି୨୦ ବିଶ୍ୱକପ୍‌ ୨୦୨୪ ଶେଷ ହେବା ପରେ ଭାରତୀୟ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବ। କାରଣ ଜୁନ୍‌ ୨୯ ପରେ ବର୍ତ୍ତମାନର ମୁଖ୍ୟ କୋଚ୍‌ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ତାଙ୍କୁ ୨୦୨୩ ଦିନିକିଆ ବିଶ୍ୱକପ୍‌ ପରେ ୬ ମାସର ଅଧିକ ଅବଧି ମିଳିଥିଲା। ଏହାପୂର୍ବରୁ ବିସିସିଆଇ ୩.୫ ବର୍ଷର କାର୍ଯ୍ୟକାଳ ଲାଗି ନୂଆ କୋଚ୍‌ ଲାଗି ଆବେଦନ ଆହ୍ବାନ କରିଛି। ଦ୍ରାବିଡ, ଶାସ୍ତ୍ରୀଙ୍କ ପରେ ମୁଖ୍ୟ କୋଚ୍‌ ହୋଇଥିଲେ। କୋହଲିଙ୍କ ଅଧିନାୟକତ୍ୱ ସମୟରେ ତାଙ୍କ କାର୍ଯ୍ୟକାଳ ପ୍ରଶଂସନୀୟ ଥିଲା। ଏଣୁ ଦ୍ରାବିଡଙ୍କ ପରେ ପୁଣି ଥରେ ଶାସ୍ତ୍ରୀ କ’ଣ କୋଚ୍‌ ହୋଇପାରିବେ ବୋଲି ପ୍ରଶ୍ନ ଉଠିଛି। ଏହାର ଜବାବ ହେଉଛି ନା। କାରଣ ଶାସ୍ତ୍ରୀ ଚାହିଁଲେ ବି ଏହି ଦାୟିତ୍ୱ ତୁଲାଇ ପାରିବେ ନାହିଁ।

ଶାସ୍ତ୍ରୀଙ୍କ ନିକଟରେ ଭାରତୀୟ ଟିମ୍‌ର ମୁଖ୍ୟ କୋଚ୍‌ ହେବାକୁ ନେଇ ଆବଶ୍ୟକୀୟ ଯୋଗ୍ୟତା ରହିଛି। ସେ ୩୦ରୁ ଅଧିକ ଟେଷ୍ଟ ଏବଂ ୫୦ ଏକଦିବସୀୟ ମ୍ୟାଚ୍‌ ଖେଳିଛନ୍ତି। ଏହାଛଡ଼ା ସେ ୩ ବର୍ଷ ଯାଏ ଏକ ଜାତୀୟ ଦଳ(ଭାରତ)କୁ କୋଚ୍‌ ଦାୟିତ୍ୱ ତୁଲାଇଛନ୍ତି। ହେଲେ ଆଉ ଏକ ଯୋଗ୍ୟତା ରହିଛି ଯାହାକି ତାଙ୍କର ପୁଣିଥରେ କୋଚ୍‌ ହେବା ରାସ୍ତାରେ କଣ୍ଟା ପାଲଟିଛନ୍ତି। ସେଇଟି ହେଲା ବୟସ।

ବିସିସିଆଇ ମାଗିଥିବା ଯୋଗ୍ୟତା ଅନୁଯାୟୀ ଆବେଦନକାରୀଙ୍କ ବୟସ ୬୦ ବର୍ଷରୁ କମ୍‌ ହେବା ଉଚିତ। ହେଲେ ୧୯୬୨ ମେ’ ୨୭ରେ ଜନ୍ମିତ ଶାସ୍ତ୍ରୀଙ୍କୁ ଏବେ ୬୧ ବର୍ଷ। ଏଣୁ ସେ ଚାହିଁଲେ ବି ଦ୍ରାବିଡଙ୍କ ସ୍ଥାନ ନେଇପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri