Posted inଖେଳ

ବର୍ଷିଲେ ଶାସ୍ତ୍ରୀ, ପିଟରସେନ ବି ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୫।୭: ଏଜବାଷ୍ଟନଠାରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ପଞ୍ଚମ ତଥା ଅନ୍ତିମ ଟେଷ୍ଟର ଚତୁର୍ଥ ଦିନରେ ନିରାଶାଜନକ ପ୍ରଦର୍ଶନ କରିଥିଲା ଟିମ୍‌ ଇଣ୍ଡିଆ। ଏଥିଯୋଗୁ ଇଂଲଣ୍ଡର ବ୍ୟାଟ୍ସମ୍ୟାନ୍‌ମାନେ ଜବରଦସ୍ତ ବ୍ୟାଟିଂ କରି ମ୍ୟାଚ୍‌କୁ ଜିତି ସିରିଜ ଡ୍ର କରିବାରେ ସଫଳ ହୋଇଛନ୍ତି। ଦଳର ଏଭଳି ପ୍ରଦର୍ଶନକୁ ନେଇ ଭାରତର ପୂର୍ବତନ କୋଚ୍‌ ରବି ଶାସ୍ତ୍ରୀ ଖପ୍ପା ହୋଇଛନ୍ତି। ଏପରିକି ଖୋଲାଖୋଲି ଭାବେ ଏହାକୁ ସମାଲୋଚନା କରିଛନ୍ତି।

ଶାସ୍ତ୍ରୀ କହିଛନ୍ତି, ପଞ୍ଚମ ଟେଷ୍ଟର ଚତୁର୍ଥ ଦିନ ଦ୍ୱିତୀୟ ଇନିଂସରେ ବ୍ୟାଟିଂ ସମୟରେ ଭାରତର ‘ଭୟ’ ଏବଂ ଖେଳରେ ‘ପ୍ରତିରକ୍ଷା’ ମନୋଭାବ ଯୋଗୁ ଇଂଲଣ୍ଡକୁ ପ୍ରତ୍ୟାବର୍ତ୍ତନ କରିବାର ସୁଯୋଗ ମିଳିଗଲା। ଏହା ବେଶ ନିରାଶାଜନକ। କାରଣ ଭାରତୀୟ ଦଳ ଭଲ ବ୍ୟାଟିଂ କରି ଘରୋଇ ଦଳ ହାତରୁ ମ୍ୟାଚ୍‌ ଛଡ଼ାଇ ନେଇ ପାରିଥାନ୍ତେ। ସେମାନଙ୍କୁ ଦୁଇଟି ଅଧିବେଶନ ପାଇଁ ବ୍ୟାଟିଂ କରିବାର ଥିଲା। ହେଲେ ସେମାନେ ମଧ୍ୟାହ୍ନ ଭୋଜନ ବିରତି ପରେ ଡରି ଡରି ଖେଳୁଥିଲେ। ଉଇକେଟ ହରାଇଥିଲେ ମଧ୍ୟ ସେମାନେ ରିସ୍କ ନେଇଥାନ୍ତେ। କାରଣ ସେହି ସମୟରେ ରନ୍‌ର ଆବଶ୍ୟକତା ଥିଲା। ହେଲେ ସେମାନେ ତାହା ନ କରି ଶୀଘ୍ର ଉଇକେଟ ହରାଇଥିଲେ। ଫଳରେ ଇଂଲଣ୍ଡକୁ ବ୍ୟାଟିଂ କରିବାକୁ ଯଥେଷ୍ଟ ସମୟ ମିଳିଗଲା।

ଅପରପକ୍ଷେ ଇଂଲଣ୍ଡର ପୂର୍ବତନ ଅଧିନାୟକ କେଭିନ ପିଟରସେନ ଭାରତ ଅଧିନାୟକ ଜସପ୍ରିତ ବୁମ୍‌ରାଙ୍କ ରଣନୀତିକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ମଙ୍ଗଳବାର ଖେଳର ଚତୁର୍ଥ ଦିନରେ ତାଙ୍କ ରଣନୀତି ଠିକ୍‌ ନ ଥିଲା। ସେ ଖେଳାଳିମାନଙ୍କୁ ଭୁଲ୍‌ ଢ଼ଙ୍ଗରେ ସଜାଇ ଥିବାରୁ ଷ୍ଟାଇକ୍‌ ରୋଟେଟ୍‌ କରିବା ସହଜ କରିଦେଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ପୋଲିସକୁ ସଫଳତା, ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ…

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସୁନାରି ସାହିର ପ୍ରଦୀପ କୁମାର ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ…

ରୋହିତ-ବିରାଟଙ୍କ ଟେଷ୍ଟ ଅବସର ପଛରେ କିଏ? ଗମ୍ଭୀରଙ୍କ ବଡ଼ ବୟାନ: ‘ଭୁଲ୍ ହୋଇଥାଇପାରେ’

କୋଲକାତା,୧୬।୩: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଷ୍ଟାର୍ ବ୍ୟାଟସମ୍ୟାନ୍ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେବା…

IDFର ଦାବି, ଅଲି ଖାମେନେଇଙ୍କ ବିମାନ ଧ୍ବସଂ କଲା ଇସ୍ରାଏଲ

ନୂଆଦିଲ୍ଲୀ,୧୬।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ସୋମବାର ସକାଳେ ଇସ୍ରାଏଲ ତେହେରାନର ମେହରାବାଦ ବିମାନବନ୍ଦର ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିଲା । ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF)…

IPL ୨୦୨୬ ଅଧିନାୟକ ତାଲିକା: ୨୪ ବର୍ଷୀୟ ଖେଳାଳିଙ୍କୁ ଅଧିନାୟକତ୍ୱ ଦେଲା ଏହି ଦଳ

ନୂଆଦିଲ୍ଲୀ,୧୬।୩: IPL ୨୦୨୬ ମାର୍ଚ୍ଚ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ସିଜିନ ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ମ୍ୟାଚ ସହିତ…

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri