Posted inଖେଳ

ଶାସ୍ତ୍ରୀ କହିଲେ, ‘ନା..ଏବେ ନୁହେଁ’

ନୂଆଦିଲ୍ଲୀ,୧୧।୬: ଟିମ୍‌ ଇଣ୍ଡିଆର ପୂର୍ବତନ ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ ଦ୍ରୁତ ବୋଲର୍‌ ଉମ୍ରାନ ମଲିକଙ୍କୁ ନେଇ ଏବ ବଡ଼ ବୟାନ ଦେଇଛନ୍ତି। ଅକ୍ଟୋବର-ନଭେମ୍ବରରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ୍‌ରେ ତାଙ୍କୁ ଭାରତୀୟ ଟିମ୍‌ରେ ସାମିଲ କରାଯିବା ଉଚିତ ନୁହେଁ। ତାଙ୍କୁ ଏବେ ଅଧିକ ପ୍ରଶିକ୍ଷଣର ଆବଶ୍ୟକତା ରହିଛି। ଏଣୁ ଏହି ଯୁବ ଖୋଳିଙ୍କୁ ତାଙ୍କ କ୍ୟାରିୟରରେ ବଡ଼ ବ୍ରେକ୍‌ ଦେବା ବହୁତ ଶୀଘ୍ର ହୋଇଯିବ ବୋଲି ଶାସ୍ତ୍ରୀ କହିଛନ୍ତି।

ଆଇପିଏଲ୍‌ ୨୦୨୨ରେ ଉମ୍ରାନ ନିଜର ଦ୍ରୁତ ବୋଲିଂରେ ସମସ୍ତଙ୍କୁ ପ୍ରଭାବିତ କରିଥିଲେ। ଏଥିଲାଗି ତାଙ୍କୁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଉଥିବା ଟି୨୦ ସିରିଜରେ ଭାରତୀୟ ଦଳରେ ସୁଯୋଗ ମିଳିଛି। ଶାସ୍ତ୍ରୀ ଏବେ ଉମ୍ରାନଙ୍କୁ ନେଇ କହିଛନ୍ତି,ନା, ଏବେ ଟି-୨୦ରେ ନୁହେଁ। ଉମ୍ରାନଙ୍କୁ ଦଳ ସହ ନିଅନ୍ତୁ, ତାଙ୍କୁ ପ୍ରଶିକ୍ଷଣ ଦେଇ ପ୍ରସ୍ତୁତ କରନ୍ତୁ। ଯଦି ହୋଇପାରେ ତାଙ୍କୁ ୫୦ ଓଭର ନଚେତ ଟେଷ୍ଟ କ୍ରିକେଟରେ ସୁଯୋଗ ଦିଆଯାଉ। ଲାଲ୍‌ ବଲ୍‌ରେ ସେ କିଭଳି ଖେଳୁଛନ୍ତି ତାହା ଉପରେ ଲକ୍ଷ୍ୟ ରଖାଯାଉ ବୋଲି ସେ କହିଛନ୍ତି।

କହିରଖୁଛୁ, ଉମ୍ରାନଙ୍କୁ ଆଇପିଏଲ୍‌ ୨୦୨୨ ନିଲାମ ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦ ରିଟେନ କରିଥିଲା। ଉମ୍ରାନ ଏହି ସିଜନରେ ୧୪ ମ୍ୟାଚ୍‌ ଖେଳି ମୋଟ ୨୨ ଉଇକେଟ ନେଇଛନ୍ତି। ଏଥିରେ ୨୫ ରନ୍‌ ଦେଇ ୫ ଉଇକେଟ ନେବା ଉମ୍ରାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ ରହିଥିଲା। ତେବେ ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି୨୦ରେ ତାଙ୍କୁ ସୁଯୋଗ ମିଳି ନ ଥିଲା। ଏଣୁ କଟକ ବାରବାଟୀରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟି୨୦ରେ ତାଙ୍କୁ ସୁଯୋଗ ମିଳିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

‘ଏନ୍‌ଇଇଟି’ ଆନ୍ଦୋଳନ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ପଦକ୍ଷେପ, ପୋଲିସ ବଳପ୍ରୟୋଗର ତଦନ୍ତ କରିବ ୫ ଜଣିଆ କମିଟି

ନୂଆଦିଲ୍ଲୀ,୨୧।୮(ପି.ଟି.): ଚଳିତବର୍ଷ ଜୁଲାଇ ୨୦ରେ ହୋଇଥିବା ପାର୍ଲାମେଣ୍ଟ ଘେରାଉ ଆନ୍ଦୋଳନ ବେଳେ ଛାତ୍ରୀଛାତ୍ର ଏବଂ ଯୁବବର୍ଗଙ୍କ ଉପରେ ପୋଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ପରବର୍ତ୍ତୀ ସମୟରେ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା…

୧୬.୨ କୋଟିରେ ବିକ୍ରି ହେଲା ମହାତ୍ମା ଗାନ୍ଧୀଙ୍କ ହାତଲେଖା ପାଣ୍ଡୁଲିପି

ନୂଆଦିଲ୍ଲୀ,୨୧।୮(ପି.ଟି.): ସାଫ୍ରୋନ୍‌ଆର୍ଟ ନିଲାମୀ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ଏକ ନିଲାମୀରେ ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ଲିଖିତ ୬୮୮ଟି ଆତ୍ମଚିନ୍ତନ ଓ ବିଚାର ସମ୍ପର୍କିତ ପାଣ୍ଡୁଲିପି ୧୬ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri