Posted inଖେଳ

କମେଣ୍ଟ୍ରି ବକ୍ସକୁ ଫେରିବେ କି ଶାସ୍ତ୍ରୀ? ଦେଲେ କିଛି ଏଭଳି ସଙ୍କେତ

ଦୁବାଇ,୯।୧୧: ଭାରତର ମୁଖ୍ୟ ପ୍ରଶିକ୍ଷକ ଭାବେ କାର୍ଯ୍ୟକାଳ ଶେଷ ହେବା ପରେ ରବି ଶାସ୍ତ୍ରୀ ସେ ପୁଣି କ୍ରିକେଟ କମେଣ୍ଟ୍ରିକୁ ଫେରିପାରନ୍ତି। ୫୯ ବର୍ଷୀୟ ଶାସ୍ତ୍ରୀ ମୁଖ୍ୟ ପ୍ରଶିକ୍ଷକ ହେବା ପୂର୍ବରୁ ଜଣେ ସମୀକ୍ଷକ ଭାବରେ ନିଜର ସ୍ବତନ୍ତ୍ର ସ୍ଥାନ ନିରୂପଣ କରିଥିଲେ। ସୋମବାର ନାମିବିଆ ବିପକ୍ଷରେ ଭାରତର ବିଜୟ ପରେ ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା କରି ଶାସ୍ତ୍ରୀ ତାଙ୍କ ଭବିଷ୍ୟତ ଯୋଜନା ବିଷୟରେ ମଧ୍ୟ ସଙ୍କେତ ଦେଇଛନ୍ତି।

ଶାସ୍ତ୍ରୀ କହିଛନ୍ତି, ‘ମୋର କାର୍ଯ୍ୟକାଳ ସମୟରେ ବିଶେଷ ଉପଲବ୍ଧି ବିଷୟରେ କଥା ହେଲେ ଅଷ୍ଟ୍ରେଲିଆକୁ (ସେମାନଙ୍କ ମାଟିରେ) ପରାସ୍ତ କରିବା ଗୋଟିଏ। ଇଂଲଣ୍ଡରେ ଆମେ ସିରିଜରେ ଆଗରେ ଥିଲୁ। ଏହି ସିରିଜ ଆସନ୍ତା ବର୍ଷ ଶେଷ ହେବ। ବୋଧହୁଏ ମୁଁ ସେହି ମ୍ୟାଚ୍‌ରେ କମେଣ୍ଟ୍ରି କରିବି।’ ଏହାଛଡ଼ା ଶାସ୍ତ୍ରୀ ଆଇପିଏଲରେ କୋଚ ଭୂମିକା ଗ୍ରହଣ କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ଭାରତର ପରାଜୟ ପରେ ଅନେକ ସମୟରେ କରାଯାଉଥିବା ସମାଲୋଚନା ଉପରେ ଶାସ୍ତ୍ରୀ କହିଛନ୍ତି, ସମାଲୋଚନା କାର୍ଯ୍ୟଦକ୍ଷତା ଉପରେ ନିର୍ଭର କରେ। ଯଦି ତୁମେ ଭଲ କର ତେବେ ତୁମର ପ୍ରଶଂସା ହେବ। ଯଦି ତୁମେ ଭଲ ପ୍ରଦର୍ଶନ ନ କର ତେବେ ତୁମର ସମାଲୋଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri