Posted inଖେଳ

ହଠାତ୍‌ ସନ୍ୟାସ ଘୋଷଣା କରି ଚମକାଇଥିଲେ ଧୋନୀ; ଶାସ୍ତ୍ରୀ କହିଲେ ‘କ’ଣ ହୋଇଥିଲା ସେଦିନ’…

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନି ଅନ୍ତର୍ଜାତୀୟ କ୍ରିକେଟରୁ ହଠାତ ବିଦାୟ ନେବା ପରେ ପ୍ରଶଂସକ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ୨୦୧୪ରେ ଟେଷ୍ଟ କ୍ରିକେଟରୁ ଅବସର ନେଇଥିଲେ ହେଁ ସୀମିତ ଓଭର କ୍ରିକେଟରେ ସେ ସକ୍ରିୟ ଥିଲେ। କିନ୍ତୁ ଗତ ବର୍ଷ ଆଇପିଏଲ୍‌ ଆରମ୍ଭ ହେବା ପୂର୍ବରୁ ସେ ସନ୍ୟାସ ନେବାକୁ ନିଷ୍ପତ୍ତି ନେଇଥିଲେ। ଏବେ ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ ଧୋନୀଙ୍କ ଅବସରକୁ ନେଇ ପ୍ରତିକ୍ରିୟା ରଖିଛନ୍ତି।

ଶାସ୍ତ୍ରୀ ତାଙ୍କ ପୁସ୍ତକରେ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିବା ସମୟରେ ଧୋନୀଙ୍କୁ ଭେଟିଥିବା ଏବଂ ନିଷ୍ପତ୍ତି ବଦଳାଇବାକୁ କହିଥିବା ଲେଖିଛନ୍ତି। ଏହାକୁ ନେଇ ପ୍ରଶ୍ନରେ ଶାସ୍ତ୍ରୀ କହିଛନ୍ତି, ଧୋନୀଙ୍କ ନିଷ୍ପତ୍ତି ବିଷୟରେ କାହାକୁ ଜଣା ନ ଥିଲା। ମେଲବର୍ନରେ ମ୍ୟାଚ୍‌ ଶେଷ ହୋଇଥିଲା। ଏହାପରେ ସେ ଖବରଦାତା ସମ୍ମିଳନୀକୁ ଯିବାକୁ ଥିଲା। ଯିବା ପୂର୍ବରୁ ସେ ଫେରିବା ପରେ ଖେଳାଳିଙ୍କ ସହ କଥା ହେବେ ବୋଲି ମୋତେ କହିଥିଲେ। ଜବାବରେ ତୁମେ ଅଧିନାୟକ, ନିଶ୍ଚିତ କଥା ହୁଅ ବୋଲି କହିଥିଲି। ଧୋନୀ ସାମ୍ବାଦିକ ସମ୍ମିଳନୀରୁ ଫେରି ଏହା ମୋର ଶେଷ ଟେଷ୍ଟ ମ୍ୟାଚ୍‌ ହେବ ବୋଲି ଘୋଷଣା କରିଥିଲେ। ଧୋନୀ ଏଭଳି ହିଁ ବ୍ୟକ୍ତି। ସେ ୧୦୦ ନଚେତ ୧୨୦ ଟେଷ୍ଟ ଖେଳିବା ପରେ ସନ୍ୟାସ ନେବା କଥା ଭାବନ୍ତି ନାହିଁ। ତାଙ୍କୁ ତିନୋଟି ଯାକ ଫର୍ମାଟରେ ଖେଳିବା କଠିନ ବୋଲି ଲାଗିଥିଲା। ଏଣୁ ସେ ଅବସର ନେବା ଶ୍ରେୟସ୍କର ବୋଲି ଭାବିଥିଲେ। ପ୍ରତ୍ୟେକ ବ୍ୟକ୍ତିଙ୍କ ଆଭିମୁଖ୍ୟ ଭିନ୍ନ। ଏହା ଧୋନୀଙ୍କ ଗୁଣ। ସେ ଏହା କରିପାରିବେ।

ଏହାଛଡ଼ା ନଭେମ୍ବରରେ ଭାରତୀୟ ଦଳ ସହ ତାଙ୍କ ଚୁକ୍ତିନାମା ଶେଷ ହେଉଛି। ଏହାପରେ ତାଙ୍କର ଯୋଜନା ବିଷୟରେ ଶାସ୍ତ୍ରୀ କହିଛନ୍ତି, ମୁଁ ଆଗାମୀ ୪୫ ଦିନ ବିଷୟରେ ଚିନ୍ତା କରୁଛି। ଏହାପରେ କେଉଁଆଡେ ଯିବି ଜଣାପଡ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri