Posted inଖେଳ

ଭାଓନଙ୍କ ଉପରେ ବର୍ଷିଲେ ରବି ଶାସ୍ତ୍ରୀ, କହିଲେ ନିଜେ ତ କେବେ କପ୍‌ ଉଠାଇନାହାନ୍ତି…

ନୂଆଦିଲ୍ଲୀ,୬।୭: ଇଂଲଣ୍ଡର ପୂର୍ବତନ କ୍ରିକେଟର ତଥା କମେଣ୍ଟେଟର ମାଇକେଲ ଭାଓନ ଟି୨୦ ବିଶ୍ୱକପ୍‌ ସମୟରେ ଭାରତକୁ ସମର୍ଥନ ଦେବାକୁ ନେଇ ଆଇସିସି ଉପରେ ଅନେକ ପ୍ରଶ୍ନ ଉଠାଇଥିଲେ। ଭାରତୀୟ ଦଳକୁ ଦୃଷ୍ଟିରେ ରଖି ପୁରା କାର୍ଯ୍ୟସୂଚୀ ପ୍ରସ୍ତୁତ କରାଯାଇଥିଲା। ଏହି କାରଣରୁ ଅନ୍ୟ ଟିମ୍‌ଗୁଡ଼ିକୁ ଅସୁବିଧା ହୋଇଥିଲା ବୋଲି ସେ କହିଥିଲେ। କେବଳ ଏତିକି ନୁହେଁ ରୋହିତ ଶର୍ମାଙ୍କ ଦଳ ଇଂଲଣ୍ଡକୁ ଯେବେ ସେମିଫାଇନାଲରେ ପରାଜିତ କରିଥିଲେ, ସେ ପିଚ୍‌କୁ ନେଇ କଟାକ୍ଷ କରିଥିଲେ। ଏବେ ଭାରତର କୋଚ୍‌ ଥିବା ରବି ଶାସ୍ତ୍ରୀ ଭାଓନଙ୍କୁ କଡ଼ା ଭାଷାରେ ଜବାବ ଦେଇଛନ୍ତି।

ଏକ ଆଲୋଚନାଚକ୍ରରେ ଯୋଗଦେଇ ଶାସ୍ତ୍ରୀ କହିଛନ୍ତି,ଭାଓନଙ୍କ କଥାକୁ ଭାରତରେ କେହି ଗ୍ରହଣ କରନ୍ତି ନାହିଁ। ସେ ପ୍ରଥମେ ସେମିଫାଇନାଲରେ ଯାହା ହେଲା ସେନେଇ ଇଂଲଣ୍ଡକୁ ପରାମର୍ଶ ଦିଅନ୍ତୁ। ଇଂଲଣ୍ଡ ଟିମ୍‌ କେବଳ ୨ ଥର ଆଇସିସି ଟ୍ରଫି ଜିତିଛନ୍ତି, ହେଲେ ଭାରତୀୟ ଟିମ୍‌ ୪ ଥର ବିଜେତା ହୋଇଛନ୍ତି। ଭାଓନଙ୍କୁ ଦେଖିଲେ ସେ କେବେ ବି ବିଶ୍ୱକପ୍‌ ଉଠାଇ ନାହାନ୍ତି, ଏଣୁ କହିବା ପୂର୍ବରୁ ୨ ଥର ଚିନ୍ତା କରିବା ଉଚିତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ଘଟଣାରେ ବଙ୍ଗଳା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ; ୫ ଅଭିଯୁକ୍ତ ଗିରଫ

ସୋନାରପୁର,୩୧।୫: ତୃଣମୂଳ କଂଗ୍ରେସ (ଟିଏମସି)ର ଜାତୀୟ ସାଧାରଣ ସମ୍ପାଦକ ଏବଂ ଏମପି ଅଭିଷେକ ବାନାର୍ଜୀଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ପାଞ୍ଚ ଜଣଙ୍କୁ ଗିରଫ କରିଛି।…

କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି

କେନ୍ଦ୍ରାପଡା, ୩୧ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି…

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri