Posted inଖେଳ

ନୂଆ ଇନିଂସ ଆରମ୍ଭ କଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୧୫।୧୧: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ମୁଖ୍ୟ କୋଚ ରବି ଶାସ୍ତ୍ରୀ ଆଉ ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ସେ ଲିଜେଣ୍ଡସ ଲିଗ କ୍ରିକେଟ(ଏଲଏଲସି)ରେ ଯୋଗ ଦେଇଛନ୍ତି। ଟି -୨୦ ବିଶ୍ୱକପ ୨୦୨୧ ରେ ଭାରତ ଅଭିଯାନର ସମାପ୍ତି ସହିତ ରବି ଶାସ୍ତ୍ରୀଙ୍କ କାର୍ଯ୍ୟକାଳ ମଧ୍ୟ ଶେଷ ହୋଇଥିଲା। ସେ ଟୁର୍ଣ୍ଣାମେଣ୍ଟ ଆରମ୍ଭ ପୂର୍ବରୁ ଘୋଷଣା କରିଥିଲେ ଯେ  ପୁନର୍ବାର କୋଚ ପଦ ପାଇଁ ଆବେଦନ କରିବେ ନାହିଁ । ଶାସ୍ତ୍ରୀଙ୍କୁ ଆସନ୍ତା ବର୍ଷ ଜାନୁୟାରୀରୁ ଆରମ୍ଭ ହେବାକୁ ଥିବା ଅବସରପ୍ରାପ୍ତ ଖେଳାଳିଙ୍କ ଲିଜେଣ୍ଡସ ଲିଗ କ୍ରିକେଟର କମିଶନର ଭାବରେ ନିଯୁକ୍ତ କରାଯାଇଛି। ଲିଗର ପ୍ରଥମ ସିଜନ ଆସନ୍ତା ବର୍ଷ ଜାନୁଆରୀରେ ଏକ ଗଲ୍ଫ ଦେଶରେ ଖେଳାଯିବ। ଶାସ୍ତ୍ରୀ କହିଛନ୍ତି, କ୍ରିକେଟ ସହିତ ଜଡିତ ହେବା ଭଲ ଲାଗେ, ବିଶେଷକରି ଖେଳର ଚାମ୍ପିୟନ୍‌ଙ୍କ ସହିତ ଭେଟିବା ଏକ ଭିନ୍ନ ଅନୁଭୂତି। ଏହି ଲିଗରେ ଖେଳୁଥିବା ଭେଟେରାନ ଖେଳାଳିମାନେ କିଛି ପ୍ରମାଣ କରିବାକୁ ଚାହାଁନ୍ତି ନାହିଁ, ତଥାପି ଏହି ଲିଗରେ ସେମାନଙ୍କର ପ୍ରତିଷ୍ଠା ବିପଦରେ ରହିବ। ପୂର୍ବତନ ଭାରତୀୟ ପ୍ରଶିକ୍ଷକ କହିଛନ୍ତି ଯେ ମୁଁ ଆପଣଙ୍କୁ ନିଶ୍ଚିତ କରିପାରେ, ସେମାନେ ଏହାକୁ କିପରି ନ୍ୟାୟ ଦିଅନ୍ତି ତାହା ଦେଖିବା ମଜାଦାର ହେବ। ଏହି ଲିଗର ଅଂଶ ହୋଇଥିବାରୁ ମୁଁ ବହୁତ ଉତ୍ସାହିତ ଅଛି। ଏହି ଲିଗ ମଧ୍ୟ ବହୁତ ମଜାଦାର ହେବ ବୋଲି ସେ କହିଛନ୍ତି।
ଭାରତ, ପାକିସ୍ଥାନ, ଶ୍ରୀଲଙ୍କା, ଅଷ୍ଟ୍ରେଲିଆ, ଇଂଲଣ୍ଡର ପୂର୍ବତନ କ୍ରିକେଟରମାନେ ଏହି ଲିଗରେ ନଜର ଆସିବେ। ପୂର୍ବତନ ଭାରତୀୟ ଦଳର ଫିଜିଓଥେରାପିଷ୍ଟ ଆଣ୍ଡ୍ରିୟୁ ଲିପସ ନିର୍ଦ୍ଦେଶକ (କ୍ରୀଡା ବିଜ୍ଞାନ) ଭାବରେ ଏହି ଲିଗ ସହିତ ଜଡିତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri