Posted inଖେଳ

ରବି ଶାସ୍ତ୍ରୀଙ୍କ ବଡ଼ ଭବିଷ୍ୟବାଣୀ; କୋହଲି କରିପାରିବେ ଏମିତି କାମ

ନୂଆଦିଲ୍ଲୀ,୧୭।୧୧: ଭାରତୀୟ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଦିନିକିଆରେ ୫୦ତମ ଶତକ ହାସଲ କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ୍‌ ହୋଇଛନ୍ତି। ତାଙ୍କ ରେକର୍ଡ ପରେ ଭାରତର ପୂର୍ବତନ ମୁଖ୍ୟ କୋଚ ରବି ଶାସ୍ତ୍ରୀ କହିଛନ୍ତି, ୩୫ ବର୍ଷୀୟ ବିରାଟ ସଚିନ ତେନ୍ଦୁଲକରଙ୍କ ୧୦୦ ଅନ୍ତର୍ଜାତୀୟ ଶତକ ଭାଙ୍ଗିପାରିବେ। ସେ ସଚିନଙ୍କୁ ଛାଡି ପାରିବେ। ଦିନିକିଆରେ କୋହଲିଙ୍କ ୫୦, ଟେଷ୍ଟରେ ୨୯ ଏବଂ ଟି-୨୦ରେ ଗୋଟିଏ ଶତକ ରହିଛି। ସେ ମୋଟ ୮୦ ଶତକ ହାସଲ କରିଛନ୍ତି।
ରବି ଶାସ୍ତ୍ରୀ ଆଇସିସିର ଏକ ସମୀକ୍ଷାରେ କହିଛନ୍ତି, କିଏ ଭାବିଥିେଲେ ଯେ ଯେତେବେଳେ ସଚିନ ତେନ୍ଦୁଲକର ୧୦୦ ଶତକ ହାସଲ କରିଥିଲେ, କେହି ତାଙ୍କ ନିକଟକୁ ଆସିବେ? କିନ୍ତୁ କୋହଲି ପହଞ୍ଚିପାରିଛନ୍ତି। ଏହା ଏକ ଅସାଧାରଣ ରେକର୍ଡ। କିଛି ଅସମ୍ଭବ ନୁହେଁ କାରଣ ଏହିପରି ଖେଳାଳୀମାନେ ଯେତେବେଳେ ଏକ ଶତକ ସ୍କୋର କରିବାକୁ ଚାହାଁନ୍ତି, ସେମାନେ ଶୀଘ୍ର ଶତକ ସ୍କୋର କରନ୍ତି। ଆପଣ ପରବର୍ତ୍ତୀ ୧୦ ଇନିଂସରେ ଆଉ ପାଞ୍ଚ ଶତକ ଦେଖିପାରନ୍ତି। ତାଙ୍କ ପାଖରେ ତିନି କିମ୍ବା ଚାରି ବର୍ଷ କ୍ରିକେଟ ବାକି ଅଛି। ତେଣୁ କୋହଲି ସବୁ ରେକର୍ଡ ଭାଙ୍ଗିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri