Posted inଖେଳ

ରାଜକୋଟ ଟେଷ୍ଟରେ ଇତିହାସ ରଚିଦେଲେ ଅଶ୍ୱିନ

ରାଜକୋଟ,୧୬।୨: ଇତିହାସ ରଚିଛନ୍ତି ଭାରତର ଭେଟେରାନ୍‌ ସ୍ପିନର ରବଚିନ୍ଦ୍ରନ ଅଶ୍ୱିନ। ଭାରତର ଦ୍ରୁତତମ ବୋଲର ଭାବେ ଟେଷ୍ଟ କ୍ରିକେଟରେ ସେ ୫୦୦ ଉଇକେଟ ପୂରଣ କରିଛନ୍ତି। ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟର ଦ୍ୱିତୀୟ ଦିନରେ ଜ୍ୟାକ୍‌ କ୍ରାଉଲୀଙ୍କୁ ଆଉଟ କରିବା ପରେ ଅଶ୍ୱିନ ୫୦୦ ଉଇକେଟ କ୍ଲବରେ ନିଜକୁ ସାମିଲ କରିଛନ୍ତି।

ପୂର୍ବରୁ ଭାରତ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ଅଶ୍ୱିନଙ୍କୁ କୌଣସି ଉଇକେଟ ମିଳି ନ ଥିଲା। ହେଲେ ଦ୍ୱିତୀୟ ଇନିଂସରେ ସେ ଜବରଦସ୍ତ ବୋଲିଂ କରି ୭୨ ରନ୍‌ ଦେଇ ୩ ଉଇକେଟ ନେବାରେ ସଫଳ ହୋଇଥିଲେ। ତେବେ ସେ ୫୦୦ ଉଇକେଟ କୀର୍ତ୍ତିମାନ ହାସଲ କରିବା ଠାରୁ ମାତ୍ର ଗୋଟିଏ ଉଇକେଟ ପଛରେ ଥିଲେ। ତାଙ୍କ ଉଇକେଟ ସଂଖ୍ୟା ୪୯୯ ଥିଲା। ଶେଷରେ ତାଙ୍କର ସ୍ବପ୍ନ ପୂରଣ ହୋଇଛି। ସେ ଭାରତର ଦ୍ରୁତତମ ବୋଲର ଭାବେ ୫୦୦ ଉଇକେଟ ହାସଲ କରିଛନ୍ତି। ପୂର୍ବରୁ ଏହି ରେକର୍ଡ କିମ୍ବଦନ୍ତୀ ସ୍ପିନର ଅନୀଲ କୁମ୍ବଲେ(୬୧୯ ଉଇକେଟ)ଙ୍କ ନାମରେ ଥିଲା।

କୁମ୍ବଲେ ୧୦୫ ମ୍ୟାଚ୍‌ରେ ୫୦୦ ଉଇକେଟ ନେଇଥିଲେ। କିନ୍ତୁ ଅଶ୍ୱିନ ୯୭ଟି ମ୍ୟାଚ୍‌ରେ ଏହି ସଫଳତା ହାସଲ କରିଛନ୍ତି। ଅଶ୍ୱିନ ଏବେ ଟେଷ୍ଟ କ୍ରିକେଟରେ ବିଶ୍ୱର ତୃତୀୟ ସଫଳ ଅଫ୍‌ ସ୍ପିନର ପାଲଟିଛନ୍ତି। ଶୀର୍ଷରେ ଶ୍ରୀଲଙ୍କାର ପୂର୍ବତନ ବୋଲର୍‌ ମୁରଲିଧରନ୍‌(୮୦୦) ଉଇକେଟ ସହ ଅଛନ୍ତି। ଦ୍ୱିତୀୟରେ ଅଷ୍ଟ୍ରେଲିଆର ଅଫ୍‌ ସ୍ପିନର ନାଥନ ଲିଓନ(୫୧୭) ଉଇକେଟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri