Posted inଖେଳ

ରେକର୍ଡଠୁ ହାତେ ଦୂରରେ ଅଶ୍ୱିନ

କାନପୁର,୨୪।୧୧: ଏଠାରେ ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଥିବା ପ୍ରଥମ ଟେଷ୍ଟରେ ରବିଚନ୍ଦ୍ରନ ଅଶ୍ୱିନଙ୍କ ପାଖରେ ଭେଟେରାନ ଅଫ୍‌ ସ୍ପିନର ହରଭଜନ ସିଂଙ୍କୁ ପଛରେ ପକାଇବା ପାଇଁ ସୁଯୋଗ ଅଛି। ଏବେ ଭାରତ ପାଇଁ ସର୍ବାଧିକ ଟେଷ୍ଟ ଉଇକେଟ ନେଇଥିବା ବୋଲରଙ୍କ ତାଲିକାରେ ଅଶ୍ୱିନ ୪ର୍ଥ ସ୍ଥାନରେ ଅଛନ୍ତି। ହରଭଜନଙ୍କ ପାଖରେ ୪୧୭ ଉଇକେଟ ଥିବା ବେଳେ ଅଶ୍ୱିନଙ୍କ ପାଖରେ ଅଛି ୪୧୩ ଉଇକେଟ। ଏଣୁ ହରଭଜନଙ୍କୁ ପଛରେ ପକାଇବା ପାଇଁ ଅଶ୍ୱିନଙ୍କୁ ମାତ୍ର ୫ ଉଇକେଟ ଦରକାର। ଘରୋଇ ମାଟିରେ ଅଶ୍ୱିନଙ୍କ ରେକର୍ଡକୁ ଦେଖିଲେ, ସେ ଅତି ସହଜରେ ଭଜିଙ୍କୁ ପଛରେ ପକାଇଦେବେ।

କ୍ରିକେଟର ଲମ୍ବା ଫର୍ମାଟରେ ଭାରତୀୟ ବୋଲର ଭାବେ ସର୍ବାଧିକ ଉଇକେଟ ନେବାର ରେକର୍ଡ ଏବେ ମଧ୍ୟ ପୂର୍ବତନ ଅଧିନାୟକ ଅନିଲ କୁମ୍ବଲେଙ୍କ ନାମରେ ଅଛି। ସେ ସର୍ବାଧିକ ୬୩୨ ଉଇକେଟ ନେଇଛନ୍ତି। ଏହି ତାଲିକାରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ୧୯୮୩ ବିଶ୍ୱକପ୍‌ ଚାମ୍ପିୟନ ଦଳର ଅଧିନାୟକ କପିଳ ଦେବ (୪୩୪ ଉଇକେଟ)।

ଏହାବାଦ୍‌ ଅଶ୍ୱିନଙ୍କ ପାଖରେ କୁମ୍ବଲେଙ୍କ ଅନ୍ୟ ଏକ ରେକର୍ଡର ସମକକ୍ଷ ହେବାର ସୁଯୋଗ ମଧ୍ୟ ଅଛି। ଅଶ୍ୱିନ ଏପର୍ଯ୍ୟନ୍ତ ଟେଷ୍ଟରେ ୭ ଥର ମ୍ୟାଚ୍‌ରେ ୧୦ ଉଇକେଟ ସଫଳତା ପାଇଥିବା ବେଳେ କୁମ୍ବଲେ ୮ ଥର ୧୦ ଉଇକେଟ ଅର୍ଜନ କରିଥିଲେ। ଏହି ତାଲିକା ଶୀର୍ଷରେ ଅଛନ୍ତି ଶ୍ରୀଲଙ୍କାର ମୁଥିଆ ମୁରଲିଧରଣ। ସେ ସର୍ବାଧିକ ୨୨ ଥର ୧୦ ଉଇକେଟ ସଫଳତା ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri