Posted inଖେଳ

ଅଷ୍ଟ୍ରେଲିୟ କ୍ରିକେଟରଙ୍କ ଦୃଢ଼ୋକ୍ତି, ଭାରତର ଏହି ସ୍ପିନର ଭାଙ୍ଗିବେ ମୁରଲୀଧରନ୍‌ଙ୍କ ରେକର୍ଡ !

ନୂଆଦିଲ୍ଲୀ,୨୮।୫: ଅଷ୍ଟ୍ରେଲିଆର ପୂର୍ବ ଚାଇନାମ୍ୟାନ୍‌ ବ୍ରାଡ୍‌ ହଗ୍‌ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନଙ୍କ ବଡ଼ ପ୍ରଶଂସକ। ଏବେ ହଗ୍‌ ଅଶ୍ୱିନଙ୍କୁ ନେଇ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ଏହି ସ୍ପିନର ଯଦି ଆଉ ୫ରୁ ୬ ବର୍ଷ ପର୍ଯ୍ୟନ୍ତ କ୍ରିକେଟ ଖେଳିବା ଜାରି ରଖନ୍ତି ତେବେ ମୁଥିଆ ମୁରଲୀଧରନ୍‌ଙ୍କ ରେକର୍ଡକୁ ଭାଙ୍ଗି ଦେଇପାରନ୍ତି। ଅଶ୍ୱିନଙ୍କ ନିକଟରେ ଉଇକେଟ ନେବାର ଇଚ୍ଛା ଭରପୂର ରହିଛି। ସ୍ପିନରଙ୍କ ମଧ୍ୟରେ ସର୍ବଦା ଶ୍ରେଷ୍ଠ ହେବାକୁ ସେ ଚେଷ୍ଟା କରନ୍ତି। ଏହା ହିଁ ତାଙ୍କୁ ଅନ୍ୟଙ୍କଠାରୁ ଭିନ୍ନ କରେ ବୋଲି ସେ କହିଛନ୍ତି।

ଏହାଛଡ଼ା ଅଶ୍ୱିନ ୪୨ ବର୍ଷ ବୟସ ପର୍ଯ୍ୟନ୍ତ ଟେଷ୍ଟ କ୍ରିକେଟ ଖେଳିପାରିବେ। ତାଙ୍କର ବ୍ୟାଟିଂ ପ୍ରଦର୍ଶନ ହ୍ରାସ ପାଇଲେ ହେଁ ସେ ବିପଜ୍ଜନକ ବୋଲର ସାବ୍ୟସ୍ତ ହେବେ। ତାଙ୍କୁ ୬୦୦ରୁ ଅଧିକ ଉଇକେଟ ନେବାକୁ ଦେଖିବାକୁ ଚାହେଁ। ଏପରିକି ସେ ୮୦୦ ଉଇକେଟ ନେଇ ମୁରଲୀଧରନଙ୍କ ରେକର୍ଡ ଭାଙ୍ଗିପାରିବେ ବୋଲି ହଗ୍‌ କହିଛନ୍ତି।

୩୪ ବର୍ଷୀୟ ଅଶ୍ୱିନ ଏବେ ଭାରତର ପ୍ରମୁଖ ସ୍ପିନରଙ୍କ ଭୂମିକା ତୁଲାଉଛନ୍ତି। କେବଳ ଏତିକି ନୁହେଁ ରବିନ୍ଦ୍ର ଜାଡେଜାଙ୍କ ଅନୁପସ୍ଥିତିରେ ସେ ଉଲ୍ଲେଖନୀୟ ବ୍ୟାଟିଂ କରି ଇଂଲଣ୍ଡ ବିପକ୍ଷ ସିରିଜ ଜିତିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ସିରିଜ ସମୟରେ ସେ ୪୦୦ ଟେଷ୍ଟ ଉଇକେଟ ନେବାରେ ଦ୍ରୁତତମ ବୋଲର୍‌ ହୋଇଥିଲେ। ଚେନ୍ନାଇର ଏହି କ୍ରିକେଟର ଆଗାମୀ ଦିନରେ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଏବଂ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରେ ଚମତ୍କାର ପ୍ରଦର୍ଶନ କରିବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…

ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି।…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର…

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri