Posted inଖେଳ

ନାଗପୁର ମଇଦାନରେ ଏକାଧିକ ରେକର୍ଡ: କୁମ୍ବଲେ-ହରଭଜନଙ୍କୁ ଟପିଲେ ଅଶ୍ୱିନ…

ନାଗପୁର,୧୧।୨: ଅଷ୍ଟ୍ରେଲିଆ ବିପକ୍ଷ ନାଗପୁର ଟେଷ୍ଟରେ ଚମକିଛନ୍ତି ଭାରତୀୟ ତାରକା ବୋଲର ରବିଚନ୍ଦ୍ରନ ଅଶ୍ୱିନ। ମ୍ୟାଚ୍‌ର ଦ୍ୱିତୀୟ ଇନିଂସରେ ସେ ଚମତ୍କାର ବୋଲିଂ କରି ପ୍ରାୟ ଅଧା କଙ୍ଗାରୁ ଟିମକୁ ବିଦା କରିଥିଲେ। ୧୨ ଓଭରରେ ୩୭ରନ୍‌ ଦେଇ ସେ ୫ ଉଇକେଟ ନେଇଥିଲେ। ଏବେ ଏହି ପ୍ରଦର୍ଶନକୁ ନେଇ ସେ ଅନେକ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି।

ଅଶ୍ୱିନ ଟେଷ୍ଟର ପ୍ରଥମ ଇନିଂସରେ ୩ ଉଇକେଟ ନେଇଥିଲେ। ସେହିଭଳି ଦ୍ୱିତୀୟ ଇନିଂସରେ ସେ ୫ ଉଇକେଟ ନେଇ ମ୍ୟାଚ୍‌ରେ ମୋଟ ୮ ଉଇକେଟ ନେବାରେ ସକ୍ଷମ ହୋଇଥିଲେ। ଏହି ପ୍ରଦର୍ଶନ ପରେ ସେ ଟେଷ୍ଟ କ୍ରିକେଟରେ ବିଜୟରେ ସବୁଠାରୁ ଅଧିକ ଉଇକେଟ ନେଇଥିବା ଭାରତୀୟ ବୋଲର୍‌ ପାଲଟିଛନ୍ତି।

ଅଶ୍ୱିନ ନିଜର ଟେଷ୍ଟ କ୍ୟାରିୟରର ୩୧ତମ ଇନିଂସରେ ୫ ଉଇକେଟ ନେଇଛନ୍ତି। ଏଥିସହ ସେ ଭାରତ ପାଇଁ ଖେଳି ଗୋଟିଏ ଇନିଂସରେ ସର୍ବାଧିକ ୫ ନଚେତ ତା’ଠାରୁ ଅଧିକ ଉଇକେଟ ନେବା ମାମଲାରେ ଅନିଲ କୁମ୍ବଲେଙ୍କ ରେକର୍ଡର ସମକକ୍ଷ ହୋଇଛନ୍ତି। କୁମ୍ବଲେ ନିଜ କ୍ୟାରିୟରରେ ୩୧ ଥର ଏଭଳି କରିଥିଲେ।

ସେହିଭଳି ଅଶ୍ୱିନ ବର୍ଡର-ଗାଭାସ୍କର ଟ୍ରଫିରେ ସର୍ବାଧିକ ଉଇକେଟ ନେଇଥିବା ଭାରତୀୟ ଖେଳାଳିଙ୍କ ତାଲିକାରେ ହରଭଜନ ସିଂଙ୍କୁ ପଛରେ ପକାଇ ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି। କୁମ୍ବଲେ ଏହି ତାଲିକାର ଶୀର୍ଷରେ ଅଛନ୍ତି। ଅଶ୍ୱିନ ୧୯ ଟେଷ୍ଟର ୩୬ ଇନିଂସରେ ୯୭ ଉଇକେଟ ନିଜ ନାମରେ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?