Posted inଖେଳ

ସ୍ବାମୀଙ୍କୁ ଶୀଘ୍ର ଘରକୁ ଆସିବା ପାଇଁ ଆକୁଳ ନିବେଦନ କଲେ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜ ଶେଷ ହୋଇଛି। ୪ଟି ମ୍ୟାଚରେ ୩୨ ଉଇକେଟ ଏବଂ ଗୋଟିଏ ଶତକ ମାରିଥିବା ରବିଚନ୍ଦ୍ରନ ଅଶ୍ୱିନଙ୍କୁ ମ୍ୟାନ ଅଫ ଦି ସିରିଜ ପୁରସ୍କାର ପ୍ରଦାନ କରାଯାଇଥିଲା। ଏବେ ଅଶ୍ୱିନ ନିଜ ଘରକୁ ଫେରିବାକୁ ପ୍ରସ୍ତୁତ ହେଉଥିବାବେଳେ ତାଙ୍କ ସ୍ତ୍ରୀ ପ୍ରୀତି ନାରାୟଣନ ମଧ୍ୟ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ପ୍ରୀତି ଅଶ୍ୱିନଙ୍କ ଏକ ଫଟୋ ସହ ଟୁଇଟ୍‌ କରି ଲେଖିଛନ୍ତି, ଶୀଘ୍ର ବାୟୋ ବବୁଲ୍‌ ଭାଙ୍ଗି ଘରକୁ ଆସ। ଏଥିରୁ ସ୍ବାମୀଙ୍କୁ କେତେ ସେ ମିସ୍‌ କରୁଛନ୍ତି ତାହା ସ୍ପଷ୍ଟ ହୋଇଛି।ଚତୁର୍ଥ ଟେଷ୍ଟ ପରେ ରବିଚନ୍ଦ୍ରନ ଅଶ୍ୱିନ କହିଛନ୍ତି ଯେ ବାୟୋ-ବବୁଲରେ ରହିବା ଅତ୍ୟନ୍ତ ଆହ୍ବାନପୂର୍ଣ୍ଣ୍‌। କାରଣ ଦୈନନ୍ଦିନ ଆବଶ୍ୟକତା ପାଇଁ ତୁମକୁ ଲଢିବାକୁ ପଡିବ ଏବଂ ଅଷ୍ଟ୍ରେଲିଆରେ ବେଳେବେଳେ ଭାରତୀୟ ଦଳକୁ ଏପରି ହୋଟେଲ ରୁମରେ ରହିବାକୁ ପଡିଥିଲା, ଯେଉଁଠାରେ ଝରକା ମଧ୍ୟ ଖୋଲା କରିବା ନିଷେଧ ଥିଲା। ୧୪ ରୁ ୨୫ ଦିନ ପର୍ଯ୍ୟନ୍ତ ଝରକା ନ ଖୋଲି ରହିବା ବହୁତ କଷ୍ଟସାଧ୍ୟ ବୋଲି ଅଶ୍ୱିନ କହିଛନ୍ତି।
ସୂଚନାଯୋଗ୍ୟ, ଭାରତୀୟ ଦଳର ଅନେକ ଖେଳାଳିଙ୍କ ସହ ରବିଚନ୍ଦ୍ରନ ଅଶ୍ୱିନ ମଧ୍ୟ ଗତ ବର୍ଷ ଅଗଷ୍ଟରୁ ୟୁଏଇରେ ଆଇପିଏଲ ୨୦୨୦ରୁ ବାୟୋ-ବବୁଲରେ ରହୁଥିଲେ। ଏହା ପରେ ଅଷ୍ଟ୍ରେଲିଆ ଗସ୍ତ ଏବଂ ଏବେ ଭାରତ-ଇଂଲଣ୍ଡ ସିରିଜ୍‌ରେ ମଧ୍ୟ ବାୟୋ-ବବୁଲରେ ରହୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ପ୍ରେମିକାଙ୍କ ‘ବ୍ୟକ୍ତିଗତ ମୁହୂର୍ତ୍ତ’ ଭାଇରାଲ୍, ଓଡ଼ିଶାରେ ଥାଇ ମିଡିଆ ଉପରେ ବର୍ଷିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୯ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ପ୍ରେମିକା ମହିକା ଶର୍ମାଙ୍କ ଭିଡିଓ ଏବଂ ଫଟୋ ଅନୁଚିତ ଆଙ୍ଗେଲ୍‌ରେ ଉଠାଇଥିବା ପାପାରାଜିଙ୍କ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri